ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍ର ପୁତ୍ର ଆହସର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ ।
2. ଅନନ୍ତର ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି । ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା ।
3. ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ତରେ ଆହସର ସଙ୍ଗେ ସାକ୍ଷାତ କରିବାକୁ ଯାଅ ।
4. ଓ ତାହାକୁ କୁହ, ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍, ରତ୍ସୀନ ଓ ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ତ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ ।
5. କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,
6. ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍, ଟାବେଲର ପୁତ୍ରକୁ ସ୍ଥାପନ କରୁ ।
7. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ ।
8. କାରଣ ଅରାମର ମସ୍ତକ ଦାମାସ୍କସ୍ ଓ ଦାମାସ୍କସ୍ର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ତ ଖଣ୍ତ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;
9. ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର । ଯେବେ ତୁମ୍ଭେମାନେ ବିଶ୍ଵାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ ।
10. ଅନନ୍ତର ସଦାପ୍ରଭୁ ଆହସକୁ ଆହୁରି କହିଲେ,
11. ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ଵଲୋକରେ ହେଉ, ମାଗ ।
12. ମାତ୍ର ଆହସ କହିଲା, ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ ।
13. ଏଥିରେ ସେ କହିଲେ, ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟକୁ କ୍ଳା; କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ଵରଙ୍କୁ ହିଁ କ୍ଳା; କରିବ?
14. ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ଵର) ରଖିବ ।
15. ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦଧି ଓ ମଧୁ ଖାଇବ ।
16. କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେ ଦେଶ ପରିତ୍ୟକ୍ତ ହେବ ।
17. ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ ।
18. ପୁଣି, ସେହିଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମଧୁମକ୍ଷିକା ପ୍ରତି ଶିଷ୍ ଦେବେ ।
19. ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକା-ସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ ।
20. ସେଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ଵାରା, ଅର୍ଥାତ୍, ଅଶୂରର ରାଜା ଦ୍ଵାରା ମସ୍ତକ ଓ ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ଵାରା ଦାଢ଼ି ମଧ୍ୟ ନଷ୍ଟ ହେବ ।
21. ସେହିଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇ ଗୋଟି ମେଷ ପୋଷିଲେ,
22. ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦଧି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦଧି ଓ ମଧୁ ଖାଇବେ ।
23. ଆହୁରି, ଯେ ଯେ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ ।
24. ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ ।
25. ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 7 / 66
1 ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍ର ପୁତ୍ର ଆହସର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ । 2 ଅନନ୍ତର ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି । ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା । 3 ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ତରେ ଆହସର ସଙ୍ଗେ ସାକ୍ଷାତ କରିବାକୁ ଯାଅ । 4 ଓ ତାହାକୁ କୁହ, ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍, ରତ୍ସୀନ ଓ ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ତ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ । 5 କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି, 6 ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍, ଟାବେଲର ପୁତ୍ରକୁ ସ୍ଥାପନ କରୁ । 7 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ । 8 କାରଣ ଅରାମର ମସ୍ତକ ଦାମାସ୍କସ୍ ଓ ଦାମାସ୍କସ୍ର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ତ ଖଣ୍ତ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ; 9 ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର । ଯେବେ ତୁମ୍ଭେମାନେ ବିଶ୍ଵାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ । 10 ଅନନ୍ତର ସଦାପ୍ରଭୁ ଆହସକୁ ଆହୁରି କହିଲେ, 11 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ଵଲୋକରେ ହେଉ, ମାଗ । 12 ମାତ୍ର ଆହସ କହିଲା, ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ । 13 ଏଥିରେ ସେ କହିଲେ, ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟକୁ କ୍ଳା; କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ଵରଙ୍କୁ ହିଁ କ୍ଳା; କରିବ? 14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ଵର) ରଖିବ । 15 ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦଧି ଓ ମଧୁ ଖାଇବ । 16 କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେ ଦେଶ ପରିତ୍ୟକ୍ତ ହେବ । 17 ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ । 18 ପୁଣି, ସେହିଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମଧୁମକ୍ଷିକା ପ୍ରତି ଶିଷ୍ ଦେବେ । 19 ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକା-ସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ । 20 ସେଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ଵାରା, ଅର୍ଥାତ୍, ଅଶୂରର ରାଜା ଦ୍ଵାରା ମସ୍ତକ ଓ ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ଵାରା ଦାଢ଼ି ମଧ୍ୟ ନଷ୍ଟ ହେବ । 21 ସେହିଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇ ଗୋଟି ମେଷ ପୋଷିଲେ, 22 ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦଧି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦଧି ଓ ମଧୁ ଖାଇବେ । 23 ଆହୁରି, ଯେ ଯେ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ । 24 ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ । 25 ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 7 / 66
×

Alert

×

Oriya Letters Keypad References