ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ଏଥିରେ ଆୟୁବ ଉତ୍ତର କରି କହିଲା, ଆଜି ମଧ୍ୟ ମୋହର ବିଳାପ ବିଦ୍ରୋହଭାବ- ବିଶିଷ୍ଟ;
2. ମୋହର କାତରୋକ୍ତି ଅପେକ୍ଷା ମୋହର ପୀଡ଼ା ଭାରୀ ।
3. ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି, ଯେବେ ଏହା ଜାଣନ୍ତି, ଯେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି!
4. ତେବେ ମୁଁ ତାହାଙ୍କ ଛାମୁରେ ଆପଣା ଗୁହାରି ନିବେଦନ କରନ୍ତି ଓ ହେତୁବାଦରେ ଆପଣା ମୁଖ ପୂର୍ଣ୍ଣ କରନ୍ତି ।
5. ସେ ମୋତେ ଯେଉଁ କଥା ଉତ୍ତର ଦିଅନ୍ତେ, ତାହା ଜାଣନ୍ତି ଓ ସେ ଯାହା ମୋତେ କହନ୍ତେ, ତାହା ବୁଝନ୍ତି ।
6. ସେ କʼଣ ଆପଣା ମହାପରାକ୍ରମରେ ମୋʼ ସଙ୍ଗେ ବିରୋଧ କରିବେ? ନା; ମାତ୍ର ସେ ମୋʼ ପ୍ରତି ମନୋଯୋଗ କରିବେ ।
7. ସେଠାରେ ସରଳ ଲୋକ ତାହାଙ୍କ ସଙ୍ଗେ ଯୁକ୍ତି କରି ପାରିବ, ତହିଁରେ ମୁଁ ଆପଣା ବିଚାରକର୍ତ୍ତାଠାରୁ ଚିରକାଳ ଉଦ୍ଧାର ପାଇବି ।
8. ଦେଖ, ମୁଁ ଆଗକୁ ଯାଏ, ମାତ୍ର ସେ ସେଠାରେ ନାହାନ୍ତି ଓ ପଛକୁ ଯାଏ, ମାତ୍ର ତାହାଙ୍କୁ ଦେଖି ନ ପାରେ;
9. ସେ କାର୍ଯ୍ୟ କଲା ବେଳେ ବାମ ଦିଗକୁ ଯାଏ, ମାତ୍ର ତାହାଙ୍କର ଦର୍ଶନ ପାଇ ନ ପାରେ; ସେ ଦକ୍ଷିଣ ଦିଗରେ ଆପଣାକୁ ଗୋପନ କରନ୍ତି, ତେଣୁ ତାହାଙ୍କୁ ଦେଖି ନ ପାରେ ।
10. ମାତ୍ର ମୁଁ ଯେଉଁ ପଥ ଅବଲମ୍ଵନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି ।
11. ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ ।
12. ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି ।
13. ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି ।
14. କାରଣ ମୋʼ ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି ଓ ତାହାଙ୍କର ଏହି ପ୍ରକାର ଅନେକ କର୍ମ ଅଛି ।
15. ଏନିମନ୍ତେ ମୁଁ ତାହାଙ୍କ ସାକ୍ଷାତରେ ବ୍ୟାକୁଳ ହେଉଅଛି; ମୁଁ ବିବେଚନା କଲେ, ତାହାଙ୍କ ସକାଶେ ଭୀତ ହେଉଅଛି ।
16. କାରଣ ପରମେଶ୍ଵର ମୋʼ ହୃଦୟକୁ କ୍ଷୀଣ କରିଅଛନ୍ତି ଓ ସର୍ବଶକ୍ତିମାନ ମୋତେ ବ୍ୟାକୁଳ କରିଅଛନ୍ତି;
17. ଯେଣୁ ମୁଁ ଅନ୍ଧକାର ପୂର୍ବରୁ ଉଚ୍ଛିନ୍ନ ନୋହିଲି, କିଅବା ସେ ମୋʼ ମୁଖରୁ ନିବିଡ଼ ଅନ୍ଧକାର ଆଚ୍ଛନ୍ନ କଲେ ନାହିଁ ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 23 / 42
1 ଏଥିରେ ଆୟୁବ ଉତ୍ତର କରି କହିଲା, ଆଜି ମଧ୍ୟ ମୋହର ବିଳାପ ବିଦ୍ରୋହଭାବ- ବିଶିଷ୍ଟ; 2 ମୋହର କାତରୋକ୍ତି ଅପେକ୍ଷା ମୋହର ପୀଡ଼ା ଭାରୀ । 3 ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି, ଯେବେ ଏହା ଜାଣନ୍ତି, ଯେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି! 4 ତେବେ ମୁଁ ତାହାଙ୍କ ଛାମୁରେ ଆପଣା ଗୁହାରି ନିବେଦନ କରନ୍ତି ଓ ହେତୁବାଦରେ ଆପଣା ମୁଖ ପୂର୍ଣ୍ଣ କରନ୍ତି । 5 ସେ ମୋତେ ଯେଉଁ କଥା ଉତ୍ତର ଦିଅନ୍ତେ, ତାହା ଜାଣନ୍ତି ଓ ସେ ଯାହା ମୋତେ କହନ୍ତେ, ତାହା ବୁଝନ୍ତି । 6 ସେ କʼଣ ଆପଣା ମହାପରାକ୍ରମରେ ମୋʼ ସଙ୍ଗେ ବିରୋଧ କରିବେ? ନା; ମାତ୍ର ସେ ମୋʼ ପ୍ରତି ମନୋଯୋଗ କରିବେ । 7 ସେଠାରେ ସରଳ ଲୋକ ତାହାଙ୍କ ସଙ୍ଗେ ଯୁକ୍ତି କରି ପାରିବ, ତହିଁରେ ମୁଁ ଆପଣା ବିଚାରକର୍ତ୍ତାଠାରୁ ଚିରକାଳ ଉଦ୍ଧାର ପାଇବି । 8 ଦେଖ, ମୁଁ ଆଗକୁ ଯାଏ, ମାତ୍ର ସେ ସେଠାରେ ନାହାନ୍ତି ଓ ପଛକୁ ଯାଏ, ମାତ୍ର ତାହାଙ୍କୁ ଦେଖି ନ ପାରେ; 9 ସେ କାର୍ଯ୍ୟ କଲା ବେଳେ ବାମ ଦିଗକୁ ଯାଏ, ମାତ୍ର ତାହାଙ୍କର ଦର୍ଶନ ପାଇ ନ ପାରେ; ସେ ଦକ୍ଷିଣ ଦିଗରେ ଆପଣାକୁ ଗୋପନ କରନ୍ତି, ତେଣୁ ତାହାଙ୍କୁ ଦେଖି ନ ପାରେ । 10 ମାତ୍ର ମୁଁ ଯେଉଁ ପଥ ଅବଲମ୍ଵନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି । 11 ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ । 12 ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି । 13 ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି । 14 କାରଣ ମୋʼ ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି ଓ ତାହାଙ୍କର ଏହି ପ୍ରକାର ଅନେକ କର୍ମ ଅଛି । 15 ଏନିମନ୍ତେ ମୁଁ ତାହାଙ୍କ ସାକ୍ଷାତରେ ବ୍ୟାକୁଳ ହେଉଅଛି; ମୁଁ ବିବେଚନା କଲେ, ତାହାଙ୍କ ସକାଶେ ଭୀତ ହେଉଅଛି । 16 କାରଣ ପରମେଶ୍ଵର ମୋʼ ହୃଦୟକୁ କ୍ଷୀଣ କରିଅଛନ୍ତି ଓ ସର୍ବଶକ୍ତିମାନ ମୋତେ ବ୍ୟାକୁଳ କରିଅଛନ୍ତି; 17 ଯେଣୁ ମୁଁ ଅନ୍ଧକାର ପୂର୍ବରୁ ଉଚ୍ଛିନ୍ନ ନୋହିଲି, କିଅବା ସେ ମୋʼ ମୁଖରୁ ନିବିଡ଼ ଅନ୍ଧକାର ଆଚ୍ଛନ୍ନ କଲେ ନାହିଁ ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 23 / 42
×

Alert

×

Oriya Letters Keypad References