ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯୋହନଙ୍କ ପ୍ରଥମ ପତ୍ର
1. ଯେକେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ଵାସ କରେ, ସେ ଈଶ୍ଵରଙ୍କଠାରୁ ଜାତ; ଆଉ, ଯେକେହି ଜନ୍ମ- ଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ଲୋକକୁ ମଧ୍ୟ ପ୍ରେମ କରେ, ।
2. ଆମ୍ଭେମାନେ ଯେତେବେଳେ ଈଶ୍ଵରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ଦ୍ଵାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ ।
3. କାରଣ ଈଶ୍ଵରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାରସ୍ଵରୂପ ନୁହେଁ ।
4. ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ଵାସ ।
5. ଯୀଶୁ ଈଶ୍ଵରଙ୍କ ପୁତ୍ର, ଏହା ଯେ ବିଶ୍ଵାସ କରେ, ତାହାଛଡ଼ା ଆଉ କିଏ ଜଗତକୁ ଜୟ କରେ?
6. ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ;
7. ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ ।
8. ଆତ୍ମା, ଜଳ ଓ ରକ୍ତ, ଏହି ତିନି ସାକ୍ଷ୍ୟ ଦିଅନ୍ତି, ପୁଣି ତିନିର ସାକ୍ଷ୍ୟ ଏକ ।
9. ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ଵରଙ୍କ ସାକ୍ଷ୍ୟ ତାହାଠାରୁଶ୍ରେଷ୍ଠ, ଆଉ ଈଶ୍ଵରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ଵନ୍ଧେ ସାକ୍ଷ୍ୟ ଦେଇଅଛନ୍ତି ।
10. ଯେ ଈଶ୍ଵରଙ୍କ ପୁତ୍ରଙ୍କଠାରେ ବିଶ୍ଵାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ଵରଙ୍କ ସାକ୍ଷ୍ୟ ବିଶ୍ଵାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ଵର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ଵାସ କରି ନାହିଁ ।
11. ସେହି ସାକ୍ଷ୍ୟ ଏହି ଯେ, ଈଶ୍ଵର ଆମ୍ଭମାନଙ୍କୁ ଅନ; ଜୀବନ ଦେଇଅଛନ୍ତି, ପୁଣି ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି ।
12. ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ଵରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ ।
13. ଈଶ୍ଵରଙ୍କ ପୁତ୍ରଙ୍କ ନାମରେ ବିଶ୍ଵାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନ; ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି ।
14. ପୁଣି ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି ।
15. ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ ।
16. କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ଵର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ । ମୃତ୍ୟୁଜନକ ପାପ ଅଛିଜ; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ ।
17. ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଯାହା ମୃତ୍ୟୁଜନକ ନୁହେଁ, ଏପରି ପାପ ଅଛି ।
18. ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଞ୍ଚ ସେ ଈଶ୍ଵରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ ।
19. ଆମ୍ଭେମାନେ ଯେ ଈଶ୍ଵରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ ।
20. ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ଵରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ । ସେ ସତ୍ୟ ଈଶ୍ଵର ଓ ଅନ; ଜୀବନ ଅଟନ୍ତି ।
21. ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର ।
Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 5
1 2 3 4 5
1 ଯେକେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ଵାସ କରେ, ସେ ଈଶ୍ଵରଙ୍କଠାରୁ ଜାତ; ଆଉ, ଯେକେହି ଜନ୍ମ- ଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ଲୋକକୁ ମଧ୍ୟ ପ୍ରେମ କରେ, । 2 ଆମ୍ଭେମାନେ ଯେତେବେଳେ ଈଶ୍ଵରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ଦ୍ଵାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ । 3 କାରଣ ଈଶ୍ଵରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାରସ୍ଵରୂପ ନୁହେଁ । 4 ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ଵାସ । 5 ଯୀଶୁ ଈଶ୍ଵରଙ୍କ ପୁତ୍ର, ଏହା ଯେ ବିଶ୍ଵାସ କରେ, ତାହାଛଡ଼ା ଆଉ କିଏ ଜଗତକୁ ଜୟ କରେ? 6 ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ; 7 ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ । 8 ଆତ୍ମା, ଜଳ ଓ ରକ୍ତ, ଏହି ତିନି ସାକ୍ଷ୍ୟ ଦିଅନ୍ତି, ପୁଣି ତିନିର ସାକ୍ଷ୍ୟ ଏକ । 9 ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ଵରଙ୍କ ସାକ୍ଷ୍ୟ ତାହାଠାରୁଶ୍ରେଷ୍ଠ, ଆଉ ଈଶ୍ଵରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ଵନ୍ଧେ ସାକ୍ଷ୍ୟ ଦେଇଅଛନ୍ତି । 10 ଯେ ଈଶ୍ଵରଙ୍କ ପୁତ୍ରଙ୍କଠାରେ ବିଶ୍ଵାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ଵରଙ୍କ ସାକ୍ଷ୍ୟ ବିଶ୍ଵାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ଵର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ଵାସ କରି ନାହିଁ । 11 ସେହି ସାକ୍ଷ୍ୟ ଏହି ଯେ, ଈଶ୍ଵର ଆମ୍ଭମାନଙ୍କୁ ଅନ; ଜୀବନ ଦେଇଅଛନ୍ତି, ପୁଣି ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି । 12 ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ଵରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ । 13 ଈଶ୍ଵରଙ୍କ ପୁତ୍ରଙ୍କ ନାମରେ ବିଶ୍ଵାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନ; ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି । 14 ପୁଣି ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି । 15 ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ । 16 କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ଵର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ । ମୃତ୍ୟୁଜନକ ପାପ ଅଛିଜ; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ । 17 ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଯାହା ମୃତ୍ୟୁଜନକ ନୁହେଁ, ଏପରି ପାପ ଅଛି । 18 ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଞ୍ଚ ସେ ଈଶ୍ଵରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ । 19 ଆମ୍ଭେମାନେ ଯେ ଈଶ୍ଵରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ । 20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ଵରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ । ସେ ସତ୍ୟ ଈଶ୍ଵର ଓ ଅନ; ଜୀବନ ଅଟନ୍ତି । 21 ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର ।
Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 5
1 2 3 4 5
×

Alert

×

Oriya Letters Keypad References