ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
1. କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ଵୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ଵରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ଵର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ ।
2. ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ଵର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକା; ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ;
3. ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଙ୍ଗ ଦେଖାଯିବା ନାହିଁ ।
4. କାରଣ ଆମ୍ଭେମାନେ ଏହି ତମ୍ଵୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ ।
5. ଆଉ ଯେ ଏଥିନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ଵର, ସେ ଆମ୍ଭମାନଙ୍କୁ ବଇନା ସ୍ଵରୂପେ ଆତ୍ମା ମଧ୍ୟ ଦାନ କରିଅଛନ୍ତି ।
6. ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ପ୍ୟ; ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ ।
7. (କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନ ଯାପନ ନ କରି ବିଶ୍ଵାସରେ ଜୀବନ ଯାପନ କରୁଅଛୁ),
8. ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ ।
9. ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକା; ବାସନା ।
10. କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ଵାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ପ୍ରକାଶିତ ହେବାକୁ ହେବ ।
11. ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ଵରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ ।
12. ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇ ପାର, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ ।
13. ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଈଶ୍ଵରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ ।
14. କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
15. ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନ ଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନ ଯାପନ କରନ୍ତି ।
16. ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକି ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ ।
17. ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି; ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି ।
18. କିନ୍ତୁ ସମସ୍ତ ବିଷୟ ଈଶ୍ଵରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ଵାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;
19. ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ଵର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି ।
20. ଅତଏବ, ଈଶ୍ଵର ଆମ୍ଭମାନଙ୍କ ଦ୍ଵାରା ଆହ୍ଵାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ଵରଙ୍କ ସହିତ ସମ୍ମିଳିତ ହୁଅ ।
21. ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ଵରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ଵାରା ଈଶ୍ଵରଙ୍କର ଧାର୍ମିକତା ସ୍ଵରୂପ ହେଉ ।
Total 13 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 13
1 2 3 4 5 6 7 8 9 10 11 12 13
1 କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ଵୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ଵରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ଵର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ । 2 ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ଵର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକା; ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ; 3 ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଙ୍ଗ ଦେଖାଯିବା ନାହିଁ । 4 କାରଣ ଆମ୍ଭେମାନେ ଏହି ତମ୍ଵୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ । 5 ଆଉ ଯେ ଏଥିନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ଵର, ସେ ଆମ୍ଭମାନଙ୍କୁ ବଇନା ସ୍ଵରୂପେ ଆତ୍ମା ମଧ୍ୟ ଦାନ କରିଅଛନ୍ତି । 6 ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ପ୍ୟ; ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ । 7 (କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନ ଯାପନ ନ କରି ବିଶ୍ଵାସରେ ଜୀବନ ଯାପନ କରୁଅଛୁ), 8 ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ । 9 ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକା; ବାସନା । 10 କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ଵାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ପ୍ରକାଶିତ ହେବାକୁ ହେବ । 11 ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ଵରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ । 12 ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇ ପାର, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ । 13 ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଈଶ୍ଵରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ । 14 କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ; 15 ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନ ଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନ ଯାପନ କରନ୍ତି । 16 ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକି ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ । 17 ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି; ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି । 18 କିନ୍ତୁ ସମସ୍ତ ବିଷୟ ଈଶ୍ଵରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ଵାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି; 19 ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ଵର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି । 20 ଅତଏବ, ଈଶ୍ଵର ଆମ୍ଭମାନଙ୍କ ଦ୍ଵାରା ଆହ୍ଵାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ଵରଙ୍କ ସହିତ ସମ୍ମିଳିତ ହୁଅ । 21 ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ଵରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ଵାରା ଈଶ୍ଵରଙ୍କର ଧାର୍ମିକତା ସ୍ଵରୂପ ହେଉ ।
Total 13 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 13
1 2 3 4 5 6 7 8 9 10 11 12 13
×

Alert

×

Oriya Letters Keypad References