3. ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯେବେ ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ ।
|
5. ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିରୂପେ ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ଵରଙ୍କ କର୍ମ ହିଁ ଜାଣ ନାହିଁ ।
|
6. ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ ।
|
8. ହଁ, ଯେବେ ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ । ଯାହା ଯାହା ଘଟେ, ସବୁ ଅସାର ।
|
9. ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ଵର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ ।
|