ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ
1. ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
2. ସେତେବେଳେ ପରମେଶ୍ଵରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ ।
3. ତହିଁରେ ସଦାପ୍ରଭୁ କହିଲେ, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବେ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସମାତ୍ରି; ଏନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ ।
4. ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି ତହିଁ ଉତ୍ତାରେ ପରମେଶ୍ଵରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ ।
5. ଅନନ୍ତର ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦମାତ୍ର ।
6. ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ହେତୁରୁ ଅନୁତାପ କରି ମନରେ ଶୋକ କଲେ ।
7. ତହିଁରେ ସଦାପ୍ରଭୁ କହିଲେ, ଆମ୍ଭେ ଭୂମଣ୍ତଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି ।
8. ମାତ୍ର ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପ୍ରାପ୍ତ ହେଲେ ।
9. ନୋହଙ୍କର ବଂଶାବଳୀ ଏହି । ନୋହ ଆପଣା ବର୍ତ୍ତମାନ ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ଵରଙ୍କ ସହିତ ଗମନାଗମନ କଲେ ।
10. ନୋହ, ଶେମ ଓ ହାମ ଓ ଯେଫତ୍, ଏହି ତିନି ପୁତ୍ରଙ୍କୁ ଜାତ କଲେ ।
11. ସେହି ସମୟରେ ପୃଥିବୀ ପରମେଶ୍ଵରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା ।
12. ପୁଣି ପରମେଶ୍ଵର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି ।
13. ତହୁଁ ପରମେଶ୍ଵର ନୋହଙ୍କୁ କହିଲେ, ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ଵାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା ।
14. ତୁମ୍ଭେ ଗୋଫର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ଵାରା ଲେପନ କର ।
15. ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନିଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ ।
16. ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ଵରେ ଦ୍ଵାର ରଖିବ; ଆଉ ତହିଁର ପ୍ରଥମ, ଦ୍ଵିତୀୟ ଓ ତୃତୀୟ ତଳ ବନାଇବ ।
17. ପୁଣି ଆକାଶତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ, କରିବେ ।
18. ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ ।
19. ପୁଣି ପ୍ରାଣରକ୍ଷାର୍ଥେ ସର୍ବପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତି ଆପଣା ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ ।
20. ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ ।
21. ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ ।
22. ତହିଁରେ ନୋହ ସେରୂପ କଲେ; ପରମେଶ୍ଵରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ ।
Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 50
1 ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ; 2 ସେତେବେଳେ ପରମେଶ୍ଵରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ । 3 ତହିଁରେ ସଦାପ୍ରଭୁ କହିଲେ, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବେ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସମାତ୍ରି; ଏନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ । 4 ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି ତହିଁ ଉତ୍ତାରେ ପରମେଶ୍ଵରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ । 5 ଅନନ୍ତର ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦମାତ୍ର । 6 ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ହେତୁରୁ ଅନୁତାପ କରି ମନରେ ଶୋକ କଲେ । 7 ତହିଁରେ ସଦାପ୍ରଭୁ କହିଲେ, ଆମ୍ଭେ ଭୂମଣ୍ତଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି । 8 ମାତ୍ର ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପ୍ରାପ୍ତ ହେଲେ । 9 ନୋହଙ୍କର ବଂଶାବଳୀ ଏହି । ନୋହ ଆପଣା ବର୍ତ୍ତମାନ ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ଵରଙ୍କ ସହିତ ଗମନାଗମନ କଲେ । 10 ନୋହ, ଶେମ ଓ ହାମ ଓ ଯେଫତ୍, ଏହି ତିନି ପୁତ୍ରଙ୍କୁ ଜାତ କଲେ । 11 ସେହି ସମୟରେ ପୃଥିବୀ ପରମେଶ୍ଵରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା । 12 ପୁଣି ପରମେଶ୍ଵର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି । 13 ତହୁଁ ପରମେଶ୍ଵର ନୋହଙ୍କୁ କହିଲେ, ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ଵାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା । 14 ତୁମ୍ଭେ ଗୋଫର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ଵାରା ଲେପନ କର । 15 ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନିଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ । 16 ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ଵରେ ଦ୍ଵାର ରଖିବ; ଆଉ ତହିଁର ପ୍ରଥମ, ଦ୍ଵିତୀୟ ଓ ତୃତୀୟ ତଳ ବନାଇବ । 17 ପୁଣି ଆକାଶତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ, କରିବେ । 18 ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ । 19 ପୁଣି ପ୍ରାଣରକ୍ଷାର୍ଥେ ସର୍ବପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତି ଆପଣା ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ । 20 ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ । 21 ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ । 22 ତହିଁରେ ନୋହ ସେରୂପ କଲେ; ପରମେଶ୍ଵରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ ।
Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 50
×

Alert

×

Oriya Letters Keypad References