4. ଯେବେ ତୁମ୍ଭର ସନ୍ତାନଗଣ ତାହାଙ୍କ ବିରୁଦ୍ଧରେ ପାପ କରିଅଛନ୍ତି ଓ ସେ ସେମାନଙ୍କୁ ସେମାନଙ୍କ ଅଧର୍ମର ହସ୍ତରେ ସମର୍ପଣ କରିଅଛନ୍ତି;
|
6. ଯେବେ ତୁମ୍ଭେ ନିର୍ମଳ ଓ ସରଳ ଥାʼନ୍ତ, ତେବେ ସେ ନିଶ୍ଚୟ ଏକ୍ଷଣେ ତୁମ୍ଭ ପକ୍ଷରେ ଜାଗ୍ରତ ହୁଅନ୍ତେ, ଆଉ ତୁମ୍ଭର ଧର୍ମନିବାସକୁ ସମୃଦ୍ଧିଶାଳୀ କରନ୍ତେ ।
|
8. କାରଣ ବିନୟ କରୁଅଛି, ପୂର୍ବକାଳୀନ ଲୋକଙ୍କୁ ପଚାର ଓ ସେମାନଙ୍କ ପିତୃଗଣ ଅନୁସନ୍ଧାନ କରି ଯାହା ପାଇଅଛନ୍ତି, ତହିଁରେ ମନୋଯୋଗ କର;
|
10. ସେମାନେ କʼଣ ତୁମ୍ଭକୁ ଶିକ୍ଷା ଦେବେ ନାହିଁ ଓ ଜଣାଇବେ ନାହିଁ, ପୁଣି ଆପଣା ଆପଣା ଅନ୍ତଃକରଣରୁ କʼଣ ବାକ୍ୟ ଉଚ୍ଚାରଣ କରିବେ ନାହିଁ?
|
15. ସେ ଆପଣା ଗୃହ ଉପରେ ଆଉଜିବ, ମାତ୍ର ତାହା ସ୍ଥିର ରହିବ ନାହିଁ; ସେ ତାହା ଦୃଢ଼ କରି ଅବଲମ୍ଵନ କରିବ, ମାତ୍ର ତାହା ରହିବ ନାହିଁ ।
|
18. ଯେବେ ସେ ଆପଣା ସ୍ଥାନରୁ ବିନଷ୍ଟ ହେବ, ତେବେ ସେହି ସ୍ଥାନ ତାହାକୁ ଅସ୍ଵୀକାର କରି କହିବ, ମୁଁ ତୁମ୍ଭକୁ ଦେଖି ନାହିଁ ।
|