2. (ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ,
|
5. ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ତିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;
|
6. ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା । ଅତଏବ, ଯୀଶୁ ପଥଶ୍ରା; ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ । ସେତେବେଳେ ମଧ୍ୟାହ୍ନ ହୋଇଥିଲା ।
|
9. ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ ।
|
10. ଯୀଶୁ ତାହାକୁ ଉତ୍ତର ଦେଲେ, ଈଶ୍ଵରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯେବେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ ।
|
11. ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ, ପୁଣି କୂଅ ତ ଗହୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି?
|
12. ଆମ୍ଭମାନଙ୍କର ଯେଉଁ ପିତୃପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି ତାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ?
|
14. କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେକେହି ପାନ କରିବ, ସେ କେବେ ହେଁ ତୃଷାର୍ତ୍ତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନ; ଜୀବନଦାୟକ ଜଳର ନିର୍ଝର ସ୍ଵରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ ।
|
15. ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ମୋତେ ଯେପରି ଶୋଷ ନ ଲାଗେ, ପୁଣି ପାଣି କାଢ଼ିବା ନିମନ୍ତେ ଏତେ ବାଟ ଏଠାକୁ ଆସିବାକୁ ନ ପଡ଼େ, ଏଥିନିମନ୍ତେ ମୋତେ ସେହି ଜଳ ଦିଅନ୍ତୁ ।
|
17. ସ୍ତ୍ରୀଲୋକଟି ତାହାଙ୍କୁ ଉତ୍ତର ଦେଲା, ମୋର ସ୍ଵାମୀ ନାହିଁ । ଯୀଶୁ ତାଙ୍କୁ କହିଲେ, ମୋହର ସ୍ଵାମୀ ନାହିଁ, ଏହା ତ ଠିକ୍ କହିଲ;
|
18. କାରଣ ତୁମ୍ଭର ପାଞ୍ଚ ସ୍ଵାମୀ ଥିଲେ, ଆଉ ବର୍ତ୍ତମାନ ତୁମ୍ଭ ପାଖରେ ଯେ ଅଛି, ସେ ତୁମ୍ଭର ସ୍ଵାମୀ ନୁହେଁ; ଏହା ସତ୍ୟ କହିଅଛ ।
|
20. ଆମ୍ଭମାନଙ୍କ ପିତୃପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ, ତାହା ଯିରୂଶାଲମରେ ଅଛି ।
|
21. ଯୀଶୁ ତାହାକୁ କହିଲେ, ଆଗୋ ନାରୀ, ମୋʼ କଥା ବିଶ୍ଵାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ଵା ଯିରୂଶାଲମରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି ।
|
22. ଯାହା ତୁମ୍ଭେମାନେ ଜାଣ ନାହିଁ, ତାହା ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୁଦୀମାନଙ୍କ ମଧ୍ୟରୁ ଆସେ ।
|
23. କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହିପ୍ରକାର ଉପାସକ ଚାହାନ୍ତି ।
|
24. ଈଶ୍ଵର ଆତ୍ମା, ପୁଣି ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ଆତ୍ମାରେ ଓ ସତ୍ୟରେ ଉପାସନା କରିବା ସେମାନଙ୍କର ଉଚିତ ।
|
25. ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ ।
|
27. ଏପରି ସମୟରେ ତାହାଙ୍କର ଶିଷ୍ୟମାନେ ଆସି ତାହାଙ୍କୁ ଜଣେ ସ୍ତ୍ରୀଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ଚମତ୍କୃତ ହେଲେ, ତଥାପି ଆପଣ କଅଣ ଚାହାନ୍ତି, କିମ୍ଵା କାହିଁକି ତାହା ସାଙ୍ଗରେ କଥା କହୁଅଛନ୍ତି, ଏହା କେହି ପଚାରିଲେ ନାହିଁ ।
|
32. କିନ୍ତୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେଉଁ ଖାଦ୍ୟ ବିଷୟ ଜାଣ ନାହିଁ, ଭୋଜନ କରିବା ନିମନ୍ତେ ମୋହର ଏପରି ଖାଦ୍ୟ ଅଛି ।
|
34. ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ ।
|
35. ଶସ୍ୟ କାଟିବାକୁ ଆହୁରି ଚାରି ମାସ ଅଛି, ଏହା କି ତୁମ୍ଭେମାନେ କହୁ ନାହଁ? ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି, କ୍ଷେତ୍ରଗୁଡ଼ିକ ପ୍ରତି ଦୃଷ୍ଟିପାତ କର; ସେହିସବୁ କଟାଯିବା ନିମନ୍ତେ ପାଚିଗଲାଣି ।
|
36. ଏବେ ସୁଦ୍ଧା କଟାଳି ମୂଲ ପାଉଅଛି ଓ ଅନ; ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳି ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି ।
|
38. ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ ।
|
39. ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ଵାସ କଲେ ।
|
40. ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ ।
|
42. ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ଵାସ କରୁ ନାହୁଁ, କାରଣ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ ।
|
45. ପୁଣି, ସେ ଗାଲିଲୀକି ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମରେ ଯାହା ଯାହା କରିଥିଲେ, ସେହିସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ ।
|
46. ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ । ଆଉ ଜଣେ ରାଜକର୍ମଚାରୀ ଥିଲେ, ତାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା ।
|
47. ଯୀଶୁ ଯିହୁଦା ପ୍ରଦେଶରୁ ଗାଲିଲୀକି ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା ।
|
48. ସେଥିରେ ଯୀଶୁ ତାଙ୍କୁ କହିଲେ, ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ଵାସ କରିବ ନାହିଁ ।
|
50. ଯୀଶୁ ତାଙ୍କୁ କହିଲେ, ଯାଅ, ତୁମ୍ଭର ପୁଅ ବଞ୍ଚିଲାଣି । ଯୀଶୁ ସେହି ବ୍ୟକ୍ତିଙ୍କି ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ଵାସ କରି ଚାଲିଗଲେ ।
|
52. ତେଣୁ କେଉଁ ଦଣ୍ତରେ ତାହାର ଉପଶମ ହେଲା, ତାହା ସେ ସେମାନଙ୍କୁ ପଚାରିଲେ । ସେଥିରେ ସେମାନେ ତାଙ୍କୁ କହିଲେ, କାଲି ସାତଟାବେଳେ ତାହାକୁ ଜ୍ଵର ଛାଡ଼ିଗଲା ।
|
53. ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ତରେ ତୁମ୍ଭର ପୁତ୍ର ବଞ୍ଚିଲାଣି ବୋଲି ତାଙ୍କୁ କହିଥିଲେ, ଠିକ୍ ସେହି ଦଣ୍ତରେ ଏହା ଘଟିଥିଲା । ଆଉ, ସେ ଆପେ ଓ ତାଙ୍କ ସମସ୍ତ ପରିବାର ବିଶ୍ଵାସ କଲେ ।
|