1. ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୁଦା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ ।
|
3. ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହିସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୁଦା ପ୍ରଦେଶକୁ ଯାଅ,
|
4. କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ । ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର ।
|
6. ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ ।
|
7. ଜଗତ ତୁମ୍ଭମାନଙ୍କୁ ଘୃଣା କରି ପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି ।
|
8. ତୁମ୍ଭେମାନେ ଏହି ପର୍ବକୁ ଯାଅ, ମୁଁ ଏବେ ଏହି ପର୍ବକୁ ଯାଉ ନାହିଁ, କାରଣ ମୋହର ସମୟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ ।
|
12. ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି ।
|
17. କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ଵରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ ।
|
18. ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ଵେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ଵେଷଣ କରେ, ସେ ସତ୍, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ ।
|
19. ମୋଶା କଅଣ ତୁମ୍ଭମାନଙ୍କୁ ବ୍ୟବସ୍ଥା ଦେଇ ନାହାନ୍ତି? ତଥାପି ତୁମ୍ଭମାନଙ୍କ ମଧ୍ୟରୁ କେହି ବ୍ୟବସ୍ଥା ପାଳନ କରୁ ନାହଁ । ତୁମ୍ଭେମାନେ କାହିଁକି ମୋତେ ବଧ କରିବାକୁ ଚେଷ୍ଟା କରୁଅଛ?
|
22. ଏହି ହେତୁରୁ ମୋଶା ତୁମ୍ଭମାନଙ୍କୁ ସୁନ୍ନତ ବିଧି ଦେଇଅଛନ୍ତି (ଏହା ଯେ ମୋଶାଙ୍କଠାରୁ ହୋଇଅଛି, ତାହା ନୁହେଁ, ମାତ୍ର ପିତୃପୁରୁଷଙ୍କଠାରୁ), ଆଉ ତୁମ୍ଭେମାନେ ବିଶ୍ରାମବାରରେ ମନୁଷ୍ୟର ସୁନ୍ନତ କରୁଅଛ ।
|
23. ମୋଶାଙ୍କର ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାରରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାରରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋʼ ଉପରେ କ୍ରୋଧ କରୁଅଛ?
|
25. ଏଥିରେ ଯିରୂଶାଲମନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କଅଣ ସେ ନୁହେଁ?
|
26. ପୁଣି ଦେଖ, ସେ ପ୍ରକାଶରେ କଥା କହୁଅଛି, ଆଉ ସେମାନେ ତାହାକୁ କିଛି କରୁ ନାହାନ୍ତି । ଏ ଯେ ଖ୍ରୀଷ୍ଟ, ଏହା କଅଣ ନେତାମାନେ ସତେ ଜାଣି ସାରିଲେଣି?
|
27. ଯାହାହେଉ, ଏହାର ଉତ୍ପତ୍ତି ଆମ୍ଭେମାନେ ଜାଣୁ, କିନ୍ତୁ ଖ୍ରୀଷ୍ଟ ଯେତେବେଳେ ଆସିବେ, ସେତେବେଳେ ତାହାଙ୍କ ଉତ୍ପତ୍ତି କେହି ଜାଣିବ ନାହିଁ ।
|
28. ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚ ସ୍ଵରରେ କହିଲେ, ତୁମ୍ଭେମାନେ ମୋତେ ଓ ମୋର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ସତ୍, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ ।
|
30. ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା ।
|
31. କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କ-ଠାରେ ବିଶ୍ଵାସ କରି କହିବାକୁ ଲାଗିଲେ, ଏ ଯେସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କଅଣ ଅଧିକ କରିବେ?
|
32. ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ ।
|
34. ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ⇧ ⇧ ତୁମ୍ଭେମାନେ ସେଠାକୁ ଯାଇ ପାରିବ ନାହିଁ ।
|
35. ଏଥିରେ ଯିହୁଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ? ଏ କଅଣ ଗ୍ରୀକ୍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଯିହୁଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି?
|
36. ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ, ଆଉ ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଯାଇ ପାରିବ ନାହିଁ, ସେ ଏହି ଯେଉଁ କଥା କହିଲେ, ସେ କଅଣ?
|
37. ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚ ସ୍ଵରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ ।
|
38. ଯେ ମୋʼଠାରେ ବିଶ୍ଵାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ” ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ ।
|
39. ତାହାଙ୍କଠାରେ ବିଶ୍ଵାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ ।
|
41. ଅନ୍ୟମାନେ କହିବାକୁ ଲାଗିଲେ, ଏ ଖ୍ରୀଷ୍ଟ; କିନ୍ତୁ କେହି କେହି କହିବାକୁ ଲାଗିଲେ, କଅଣ! ଖ୍ରୀଷ୍ଟ ଗାଲିଲୀରୁ ଆସିବେ?
|
42. ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କଅଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ?
|
44. ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ ।
|
45. ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ?
|
46. ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ।
|
52. ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କଅଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ ।
|