ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମାଥିଉଲିଖିତ ସୁସମାଚାର
1. ଯୀଶୁ ଆପଣା ଦ୍ଵାଦଶ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ଉତ୍ତାରେ ଲୋକ- ମାନଙ୍କର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ପ୍ରସ୍ଥାନ କଲେ ।
2. ଏଥିମଧ୍ୟରେ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ଵାରା ତାହାଙ୍କୁ ପଚାରି ପଠାଇଲେ,
3. ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?
4. ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ, ଯାହା ଯାହା ଶୁଣୁଅଛ ଓ ଦେଖୁଅଛ, ସେହିସବୁ ଯୋହନଙ୍କୁ ଜଣାଅ;
5. ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
6. ଆଉ, ଯେ କେହି ମୋʼଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ ।
7. ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ଵନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ? କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?
8. ତାହା ନ ହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ସୂକ୍ଷ୍ମ ବସ୍ତ୍ର ପରିହିତ ଜଣେ ବ୍ୟକ୍ତିଙ୍କି? ଦେଖ, ଯେଉଁମାନେ ସୂକ୍ଷ୍ମ ବସ୍ତ୍ର ପରିଧାନ କରନ୍ତି, ସେମାନେ ରାଜବାଟୀରେ ଥାଆନ୍ତି ।
9. ତାହା ନ ହେଲେ କି ନିମନ୍ତେ ବାହାରିଯାଇଥିଲ? କଅଣ ଜଣେ ଭାବବାଦୀଙ୍କି ଦେଖିବାକୁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କି;
10. ଯାହାଙ୍କ ବିଷୟରେ ଏହା ଲେଖାଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି ।
11. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତ ସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁମହାନ୍ କେହି ଉତ୍ପନ୍ନ ହୋଇ ନାହାନ୍ତି; ତଥାପି ସ୍ଵର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ୍ ।
12. ଆଉ, ବାପ୍ତିଜକ ଯୋହନଙ୍କ ସମୟଠାରୁ ଆଜି ପର୍ଯ୍ୟନ୍ତ ସ୍ଵର୍ଗରାଜ୍ୟ ବଳରେ ଆକ୍ରା; ହେଉଅଛି; ପୁଣି ବଳରେ ଆକ୍ରମଣକାରୀମାନେ ପରାକ୍ରମରେ ତାହା ଅଧିକାର କରୁଅଛନ୍ତି।
13. କାରଣ ସମସ୍ତ ଭାବବାଦୀ ଓ ବ୍ୟବସ୍ଥାଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ଭାବବାଣୀ କହିଥିଲେ ।
14. ଆଉ, ତୁମ୍ଭେମାନେ ଯେବେ ଗ୍ରହଣ କରିବାକୁ ଇଚ୍ଛା କର, ତେବେ ଯେଉଁ ଏଲୀୟଙ୍କ ଆସିବାର ଅଛି, ଏ ସେହି ।
15. ଯାହାର କାନ ଅଛି, ସେ ଶୁଣୁ ।
16. କିନ୍ତୁ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ତୁଳନା କରିବି? ଯେଉଁ ପିଲାମାନେ ହାଟବଜାରରେ ବସି ଅନ୍ୟମାନଙ୍କୁ ଡାକି କହନ୍ତି,
17. ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ, ବର୍ତ୍ତମାନ ପୁରୁଷ ସେମାନଙ୍କ ପରି ।
18. କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ସେ ଭୂତଗ୍ରସ୍ତ ।
19. ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ଵାରା ଯଥାର୍ଥ ବୋଲି ପ୍ରମାଣିତ ହେଲା ।
20. ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଶକ୍ତିର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ ପରିବର୍ତ୍ତନ କରି ନ ଥିଲେ ।
21. ହାୟ, ଦଣ୍ତର ପାତ୍ର କୋରାଜୀନ୍, ହାୟ, ଦଣ୍ତର ପାତ୍ର ବେଥ୍ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ଶକ୍ତିର କାର୍ଯ୍ୟ କରାଯାଇ ଅଛି, ସେହିସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ ।
22. ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର-ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ ।
23. ଆଉ ରେ କଫର୍ନାହୂମ, ତୁ କଅଣ ସ୍ଵର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ଶକ୍ତିର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇ-ଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା ।
24. ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର-ଦିନରେ ତୋହର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ।
25. ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ଵର୍ଗ ଓ ପୃଥିବୀର ପ୍ରଭୋ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ୍ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ,ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି⇧;
26. ହଁ, ପିତଃ, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା ।
27. ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ ।
28. ହେ ପରିଶ୍ରା; ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି ।
29. ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;
30. ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ଵାସ ।

Notes

No Verse Added

Total 28 Chapters, Current Chapter 11 of Total Chapters 28
ମାଥିଉଲିଖିତ ସୁସମାଚାର 11
1. ଯୀଶୁ ଆପଣା ଦ୍ଵାଦଶ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ଉତ୍ତାରେ ଲୋକ- ମାନଙ୍କର ନଗରସମୂହରେ ଶିକ୍ଷା ଦେବାକୁ ଘୋଷଣା କରିବାକୁ ସେ ସ୍ଥାନରୁ ପ୍ରସ୍ଥାନ କଲେ
2. ଏଥିମଧ୍ୟରେ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ଵାରା ତାହାଙ୍କୁ ପଚାରି ପଠାଇଲେ,
3. ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?
4. ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ, ଯାହା ଯାହା ଶୁଣୁଅଛ ଦେଖୁଅଛ, ସେହିସବୁ ଯୋହନଙ୍କୁ ଜଣାଅ;
5. ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
6. ଆଉ, ଯେ କେହି ମୋʼଠାରେ ବିଘ୍ନର କାରଣ ପାଏ, ସେ ଧନ୍ୟ
7. ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ଵନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ? କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?
8. ତାହା ହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ସୂକ୍ଷ୍ମ ବସ୍ତ୍ର ପରିହିତ ଜଣେ ବ୍ୟକ୍ତିଙ୍କି? ଦେଖ, ଯେଉଁମାନେ ସୂକ୍ଷ୍ମ ବସ୍ତ୍ର ପରିଧାନ କରନ୍ତି, ସେମାନେ ରାଜବାଟୀରେ ଥାଆନ୍ତି
9. ତାହା ହେଲେ କି ନିମନ୍ତେ ବାହାରିଯାଇଥିଲ? କଅଣ ଜଣେ ଭାବବାଦୀଙ୍କି ଦେଖିବାକୁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କି;
10. ଯାହାଙ୍କ ବିଷୟରେ ଏହା ଲେଖାଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ସେହି ବ୍ୟକ୍ତି
11. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତ ସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁମହାନ୍ କେହି ଉତ୍ପନ୍ନ ହୋଇ ନାହାନ୍ତି; ତଥାପି ସ୍ଵର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ୍
12. ଆଉ, ବାପ୍ତିଜକ ଯୋହନଙ୍କ ସମୟଠାରୁ ଆଜି ପର୍ଯ୍ୟନ୍ତ ସ୍ଵର୍ଗରାଜ୍ୟ ବଳରେ ଆକ୍ରା; ହେଉଅଛି; ପୁଣି ବଳରେ ଆକ୍ରମଣକାରୀମାନେ ପରାକ୍ରମରେ ତାହା ଅଧିକାର କରୁଅଛନ୍ତି।
13. କାରଣ ସମସ୍ତ ଭାବବାଦୀ ବ୍ୟବସ୍ଥାଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ଭାବବାଣୀ କହିଥିଲେ
14. ଆଉ, ତୁମ୍ଭେମାନେ ଯେବେ ଗ୍ରହଣ କରିବାକୁ ଇଚ୍ଛା କର, ତେବେ ଯେଉଁ ଏଲୀୟଙ୍କ ଆସିବାର ଅଛି, ସେହି
15. ଯାହାର କାନ ଅଛି, ସେ ଶୁଣୁ
16. କିନ୍ତୁ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ତୁଳନା କରିବି? ଯେଉଁ ପିଲାମାନେ ହାଟବଜାରରେ ବସି ଅନ୍ୟମାନଙ୍କୁ ଡାକି କହନ୍ତି,
17. ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ, ବର୍ତ୍ତମାନ ପୁରୁଷ ସେମାନଙ୍କ ପରି
18. କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ସେ ଭୂତଗ୍ରସ୍ତ
19. ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଜଣେ ପେଟୁକ ମଦୁଆ, କରଗ୍ରାହୀ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ଵାରା ଯଥାର୍ଥ ବୋଲି ପ୍ରମାଣିତ ହେଲା
20. ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଶକ୍ତିର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ ପରିବର୍ତ୍ତନ କରି ଥିଲେ
21. ହାୟ, ଦଣ୍ତର ପାତ୍ର କୋରାଜୀନ୍, ହାୟ, ଦଣ୍ତର ପାତ୍ର ବେଥ୍ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ଶକ୍ତିର କାର୍ଯ୍ୟ କରାଯାଇ ଅଛି, ସେହିସବୁ ଯେବେ ସୋର ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ
22. ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର-ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ସୀଦୋନର ଦଶା ସହନୀୟ ହେବ
23. ଆଉ ରେ କଫର୍ନାହୂମ, ତୁ କଅଣ ସ୍ଵର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ଶକ୍ତିର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇ-ଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା
24. ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର-ଦିନରେ ତୋହର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ।
25. ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ଵର୍ଗ ପୃଥିବୀର ପ୍ରଭୋ, ତୁମ୍ଭେ ଜ୍ଞାନୀ ବୁଦ୍ଧିମାନ୍ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ,ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି⇧;
26. ହଁ, ପିତଃ, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା
27. ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ
28. ହେ ପରିଶ୍ରା; ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି
29. ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;
30. ଯେଣୁ ମୋହର ଜୁଆଳି ସହଜ ମୋହର ଭାର ଉଶ୍ଵାସ
Total 28 Chapters, Current Chapter 11 of Total Chapters 28
×

Alert

×

oriya Letters Keypad References