5. ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ତିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;
|
11. ସେମାନେ ଯେବେ କହନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ରକ୍ତପାତ କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;
|
12. ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ;
|
18. ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି ।
|
21. ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ଵାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେଣ:
|
22. ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?
|
23. ମୋʼ ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି ।
|
26. ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି ।
|
27. ଯେତେବେଳେ ପ୍ରଚଣ୍ତ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବନ୍ତ
|
28. ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯନିରେ ମୋହର ଅନ୍ଵେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ ।
|
31. ତେଣୁକରି ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୁଞ୍ଜିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ ।
|
32. ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ ।
|