3. କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ଵର ଶୁଣିବାକୁ ଇଚ୍ଛା କରି କହିଲେ, ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର ।
|
6. ଯେବେ ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯେବେ ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ଵା ମୋʼ ମୁଖର ତାଳୁରେ ଲାଗି ରହୁ ।
|
7. ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର ।
|
8. ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ ।
|