4. ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ଵନା ଦିଅନ୍ତି ।
|
5. ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି ।
|
6. ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି ।
|