2. ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋକୁ ଓ ତାହାର ଲୋକାରଣ୍ୟକୁ କୁହ; ତୁମ୍ଭେ ଆପଣା ମହତ୍ତ୍ଵରେ କାହାର ତୁଲ୍ୟ?
|
3. ଦେଖ, ଅଶୂର ଲିବାନୋନସ୍ଥ ଏରସ ବୃକ୍ଷ ସ୍ଵରୂପ ଥିଲା, ତାହାର ସୁନ୍ଦର ଘନଚ୍ଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା ଓ ତାହାର ଶିଖର ଗହଳିଆ ଡାଳ ମଧ୍ୟରେ ଥିଲା ।
|
4. ଅପାର ଜଳ ତାହାକୁ ପୁଷ୍ଟ କଲା, ଜଳଧି ତାହାକୁ ବର୍ଦ୍ଧିତ କଲା; ତାହାର ସ୍ରୋତସମୂହ ତାହାର ରୋପଣ ସ୍ଥାନର ଚତୁର୍ଦ୍ଦିଗରେ ବହିଲା ଓ ସେ କ୍ଷେତ୍ରସ୍ଥ ବୃକ୍ଷସକଳର ନିକଟକୁ ଆପଣା ଜଳପ୍ରଣାଳୀ ପଠାଇଲା ।
|
5. ଏ ସକାଶୁ କ୍ଷେତ୍ରସ୍ଥ ବୃକ୍ଷସକଳ ଅପେକ୍ଷା ସେ ଉଚ୍ଚୀକୃତ ହେଲା ଓ ତାହାର ଡାଳସବୁ ବହୁସଂଖ୍ୟକ ହେଲା; ଆଉ ସେ ଆପଣା ଶାଖା ମେଲିବା ବେଳେ ଅପାର ଜଳ ହେତୁ ସେସବୁ ଦୀର୍ଘ ହେଲା ।
|
6. ତାହାର ଡାଳରେ ଆକାଶର ପକ୍ଷୀସକଳ ବସା କଲେ ଓ ତାହାର ଶାଖା ତଳେ କ୍ଷେତ୍ରସ୍ଥ ପଶୁସକଳ ପ୍ରସବ କଲେ, ପୁଣି ତାହାର ଛାୟା ତଳେ ମହାଗୋଷ୍ଠୀସବୁ ବାସ କଲେ ।
|
7. ଏହି ପ୍ରକାରେ ସେ ଆପଣା ମହତ୍ତ୍ଵରେ, ତାହାର ଶାଖାସକଳର ଦୀର୍ଘତାରେ ମନୋହର ହେଲା; କାରଣ ପ୍ରଚୁର ଜଳ ନିକଟରେ ତାହାର ମୂଳ ଥିଲା ।
|
8. ପରମେଶ୍ଵରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ତାହାକୁ ଲୁଚାଇ ପାରିଲେ ନାହିଁ; ଦେବଦାରୁ ବୃକ୍ଷସବୁ ତାହାର ଡାଳ ପରି ଓ ଅର୍ମୋନ୍ ବୃକ୍ଷସବୁ ତାହାର ଶାଖା ପରି ନ ଥିଲେ, ଅଥବା ପରମେଶ୍ଵରଙ୍କ ଉଦ୍ୟାନସ୍ଥିତ କୌଣସି ବୃକ୍ଷ ସୌନ୍ଦର୍ଯ୍ୟରେ ତାହା ପରି ନ ଥିଲା ।
|
9. ଆମ୍ଭେ ବହୁସଂଖ୍ୟକ ଶାଖା ଦ୍ଵାରା ତାକୁ ମନୋହର କଲୁ; ଏଥିପାଇଁ ପରମେଶ୍ଵରଙ୍କ ଉଦ୍ୟାନସ୍ଥିତ ଏଦନର ସକଳ ବୃକ୍ଷ ତାହାକୁ ଈର୍ଷା କଲେ ।
|
10. ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ସେ ବୃକ୍ଷ ଦୀର୍ଘତାରେ ଉଚ୍ଚୀକୃତ ହୋଇଅଛି ଓ ଗହଳିଆ ଡାଳସମୂହ ମଧ୍ୟରେ ସେ ଆପଣା ଶିଖର ରଖିଅଛି, ଆଉ ଆପଣାର ଉଚ୍ଚତାରେ ତାହାର ଅନ୍ତଃକରଣ ଗର୍ବିତ ହୋଇଅଛି,
|
11. ଏଥିପାଇଁ ଆମ୍ଭେ ତାହାକୁ ନାନା ଗୋଷ୍ଠୀ ମଧ୍ୟରେ ବଳବାନର ହସ୍ତରେ ସମର୍ପଣ କରିବା, ସେ ନିଶ୍ଚୟ ତାହା ସହିତ ଉଚିତ ବ୍ୟବହାର କରିବ, ଆମ୍ଭେ ତାହାର ଦୁଷ୍ଟତା ସକାଶୁ ତାହାକୁ ତଡ଼ି ଦେଇଅଛୁ ।
|
12. ପୁଣି, ଗୋଷ୍ଠୀୟମାନଙ୍କ ମଧ୍ୟରେ ଭୟଙ୍କର ବିଦେଶୀମାନେ ତାହାକୁ କାଟି ପକାଇ ଛାଡ଼ି ଯାଇଅଛନ୍ତି; ପର୍ବତମାନଙ୍କ ଉପରେ ଓ ସକଳ ଉପତ୍ୟକାରେ ତାହାର ଶାଖାସବୁ ପଡ଼ିଅଛି, ଆଉ ଦେଶର ସକଳ ଜଳ-ପ୍ରବାହର ନିକଟରେ ତାହାର ଡାଳସବୁ ଭଙ୍ଗା ଯାଇଅଛି; ପୁଣି, ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ତାହାର ଛାୟା ତଳୁ ଯାଇଅଛନ୍ତି ଓ ତାହାକୁ ତ୍ୟାଗ କରିଅଛନ୍ତି ।
|
13. ଜଳରାଶିର ନିକଟବର୍ତ୍ତୀ ସକଳ ବୃକ୍ଷ ମଧ୍ୟରୁ କୌଣସି ବୃକ୍ଷ ଯେପରି ଆପଣା ଦୀର୍ଘତାରେ ଦର୍ପ ନ କରେ, କିଅବା ଗହଳିଆ ଡାଳମାନଙ୍କ ମଧ୍ୟରେ ଆପଣା ଶିଖର ନ ରଖେ, ଅଥବା ଜଳପାୟୀ ବିକ୍ରମୀସକଳ ଯେପରି ଆପଣା ଆପଣା ଉଚ୍ଚତାରେ ଠିଆ ନ ହୁଅନ୍ତି;
|
14. ଏହି ଅଭିପ୍ରାୟରେ ତାହାର ଭଗ୍ନାବଶିଷ୍ଟାଂଶ ଉପରେ ଆକାଶର ପକ୍ଷୀସକଳ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁସକଳ ତାହାର ଶାଖାମାନଙ୍କ ଉପରେ ରହିବେ; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଗର୍ତ୍ତଗାମୀମାନଙ୍କ ସହିତ ସେସମସ୍ତେ ମୃତ୍ୟୁରେ ଅଧୋଭୁବନରେ ସମର୍ପିତ ହୋଇଅଛନ୍ତି ।
|
15. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସେ ପାତାଳକୁ ଓହ୍ଲାଇ ଯିବା ଦିନ ଆମ୍ଭେ ଶୋକ ନିରୂପଣ କଲୁ, ଆମ୍ଭେ ତାହା ସକାଶୁ ଜଳଧିକୁ ଆଚ୍ଛାଦିତ କଲୁ ଓ ଆମ୍ଭେ ତହିଁର ସ୍ରୋତସମୂହକୁ ନିବୃତ୍ତ କଲୁ, ତହିଁରେ ମହାଜଳରାଶି ରୁଦ୍ଧ ହେଲା; ପୁଣି, ଆମ୍ଭେ ତାହା ନିମନ୍ତେ ଲିବାନୋନକୁ ଶୋକ କରାଇଲୁ ଓ କ୍ଷେତ୍ରସ୍ଥ ବୃକ୍ଷସକଳ ତାହା ଲାଗି ମ୍ଳାନ ହେଲେ ।
|
16. ଆମ୍ଭେ ତାହାକୁ ଗର୍ତ୍ତ ଅବରୋହଣକାରୀମାନଙ୍କ ସହିତ ପାତାଳକୁ ପକାଇ ଦେବା ବେଳେ, ତାହାର ପତନ ଶଦ୍ଦରେ ଗୋଷ୍ଠୀୟମାନଙ୍କୁ କମ୍ପିତ କରାଇଲୁ; ପୁଣି ଏଦନର, ଅର୍ଥାତ୍, ଲିବାନୋନର ମନୋନୀତ ଓ ସର୍ବୋତ୍ତମ ଜଳପାୟୀ ବୃକ୍ଷସକଳ ଅଧୋଭୁବନରେ ସାନ୍ତ୍ଵନା ପାଇଲେ ।
|
17. ସେମାନେ ହିଁ ତାହା ସହିତ ପାତାଳକୁ, ଖଡ଼୍ଗରେ ହତ ଲୋକମାନଙ୍କ ନିକଟକୁ ଓହ୍ଲାଇ ଗଲେ; ହଁ, ସେମାନେ ତାହାର ବାହୁ ସ୍ଵରୂପ ହୋଇ ତାହାର ଛାୟା ତଳେ ଗୋଷ୍ଠୀୟମାନଙ୍କ ମଧ୍ୟରେ ବାସ କରିଥିଲେ ।
|
18. ଏହିରୂପେ ତୁମ୍ଭେ ଐଶ୍ଵର୍ଯ୍ୟରେକ୍ ଓ ମହତ୍ତ୍ଵରେ ଏଦନସ୍ଥ ବୃକ୍ଷସମୂହର ମଧ୍ୟରେ କାହାର ତୁଲ୍ୟ? ତଥାପି ତୁମ୍ଭେ ଏଦନସ୍ଥ ବୃକ୍ଷଗଣର ସହିତ ଅଧୋଭୁବନକୁ ଅଣାଯିବ; ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ଼୍ଗହତ ଲୋକମାନଙ୍କ ସହିତ ଶୟନ କରିବ । ଏହି ଫାରୋ ଓ ତାହାର ସମସ୍ତ ଲୋକାରଣ୍ୟ ଏପରି ଅଟନ୍ତି, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
|