ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିହିଜିକଲ
1. ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
2. ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ?
3. ତୁମ୍ଭେମାନେ ମେଦ ଖାଉଅଛ ଓ ତୁମ୍ଭେମାନେ ମେଷ ଲୋମ ପରିଧାନ କରୁଅଛ, ତୁମ୍ଭେମାନେ ହୃଷ୍ଟପୁଷ୍ଟ ଜନ୍ତୁ ମାରୁଅଛ, ମାତ୍ର ତୁମ୍ଭେମାନେ ମେଷଗଣକୁ ପାଳନ କରୁ ନାହଁ ।
4. ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁନ୍ତ ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ ।
5. ପୁଣି, କେହି ପାଳକ ନ ଥିବାରୁ ସେମାନେ ଛିନ୍ନଭିନ୍ନ ହୋଇଗଲେ ଓ କ୍ଷେତ୍ରସ୍ଥ ପଶୁଗଣର ଖାଦ୍ୟ ହୋଇ ଛିନ୍ନଭିନ୍ନ ହେଲେ ।
6. ଆମ୍ଭର ମେଷଗଣ ପର୍ବତସକଳରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ଭ୍ରମଣ କଲେ; ହଁ, ଆମ୍ଭର ମେଷମାନେ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ ହୋଇଗଲେ; ପୁଣି, ସେମାନଙ୍କୁ ଖୋଜିବାକୁ ଓ ସେମାନଙ୍କର ପଛେ ପଛେ ଅନୁସନ୍ଧାନ କରିବାକୁ କେହି ନ ଥିଲା ।
7. ଏହେତୁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
8. ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ନିଶ୍ଚୟ କେହି ପାଳକ ନ ଥିବାରୁ ଆମ୍ଭର ମେଷମାନେ ଲୁଟିତ ହେଲେ ଓ ଆମ୍ଭର ମେଷମାନେ କ୍ଷେତ୍ରସ୍ଥ ପଶୁସକଳର ଖାଦ୍ୟ ହେଲେ, ପୁଣି ଆମ୍ଭର ପାଳକଗଣ ଆମ୍ଭର ମେଷମାନଙ୍କୁ ଖୋଜିଲେ ନାହିଁ, ମାତ୍ର ପାଳକଗଣ ଆପଣାମାନଙ୍କୁ ପାଳନ କରି ଆମ୍ଭ ମେଷମାନଙ୍କୁ ପାଳନ କଲେ ନାହିଁ;
9. ଏଥିପାଇଁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
10. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ ।
11. କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ଵେଷଣ କରି ସେମାନଙ୍କର ତତ୍ତ୍ଵାନୁସନ୍ଧାନ କରିବା ।
12. କୌଣସି ପାଳକ ଆପଣା ଛିନ୍ନଭିନ୍ନ ମେଷଗଣର ମଧ୍ୟରେ ଥିବା ଦିନ ଯେପରି ଆପଣା ପଲର ତତ୍ତ୍ଵାନୁସନ୍ଧାନ କରେ, ସେପରି ଆମ୍ଭେ ଆପଣା ମେଷଗଣର ତତ୍ତ୍ଵାନୁସନ୍ଧାନ କରିବା; ଆଉ, ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେ ଯେ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେସକଳ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବା ।
13. ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି-ସ୍ଥାନରେ ଚରାଇବା ।
14. ଆମ୍ଭେ ଉତ୍ତମ ଚରାଣୀ ସ୍ଥାନରେ ସେମାନଙ୍କୁ ଚରାଇବା, ପୁଣି ଇସ୍ରାଏଲର ଉଚ୍ଚସ୍ଥଳୀର ପର୍ବତଗଣର ଉପରେ ସେମାନଙ୍କର ଖୁଆଡ଼ ହେବ; ସେହି ସ୍ଥାନରେ ସେମାନେ ଉତ୍ତମ ଖୁଆଡ଼ ମଧ୍ୟରେ ଶୟନ କରିବେ ଓ ଇସ୍ରାଏଲର ପର୍ବତମାନର ଉପରେ ପୁଷ୍ଟିକର ଚରାଣୀ ସ୍ଥାନରେ ସେମାନେ ଚରିବେ ।
15. ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜେ ଆପଣା ମେଷଗଣକୁ ଚରାଇବା ଓ ଆମ୍ଭେ ସେମାନଙ୍କୁ ଶୟନ କରାଇବା ।
16. ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା ।
17. ପୁଣି, ହେ ଆମ୍ଭର ପଲ, ତୁମ୍ଭମାନଙ୍କ ବିଷୟରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପଶୁ ଓ ପଶୁର ମଧ୍ୟରେ, ମେଷ ଓ ଛାଗଗଣର ମଧ୍ୟରେ ବିଚାର କରୁ ।
18. ଉତ୍ତମ ଚରାଣୀ ସ୍ଥାନରେ ଚରିବାର, ମାତ୍ର ଚରାଣୀର ଅବଶିଷ୍ଟାଂଶ ପଦତଳେ ଦଳିବାର ଓ ନିର୍ମଳ ଜଳ ପାନ କରିବାର, ମାତ୍ର ତହିଁର ଅବଶିଷ୍ଟାଂଶ ଆପଣା ପଦରେ ଗୋଳିଆ କରିବାର, ଏହା କି ତୁମ୍ଭମାନଙ୍କୁ କ୍ଷୁଦ୍ର ବିଷୟ ଦିଶୁଅଛି?
19. ମାତ୍ର ତୁମ୍ଭେମାନେ ଯାହା ପଦରେ ଦଳିଅଛ, ଆମ୍ଭର ମେଷଗଣ ତାହା ଭୋଜନ କରନ୍ତି ଓ ଯାହା ତୁମ୍ଭେମାନେ ପଦରେ ଗୋଳିଆ କରିଅଛ, ତାହା ସେମାନେ ପାନ କରନ୍ତି ।
20. ଏହେତୁ ସେମାନଙ୍କୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ ଆମ୍ଭେ, ଆମ୍ଭେ ହିଁ ହୃଷ୍ଟପୁଷ୍ଟ ପଶୁ ଓ କ୍ଷୀଣ ପଶୁ ମଧ୍ୟରେ ବିଚାର କରିବା ।
21. ତୁମ୍ଭେମାନେ ପାର୍ଶ୍ଵରେ ଓ ସ୍କନ୍ଧରେ ପୀଡ଼ିତମାନଙ୍କୁ ଠେଲି ଦେଉଅଛ ଓ ବାହାରେ ସେମାନଙ୍କୁ ଭିନ୍ନଭିନ୍ନ ନ କରିବା ପର୍ଯ୍ୟନ୍ତ ସେସମସ୍ତଙ୍କୁ ଆପଣା ଶୃଙ୍ଗରେ ପେଲି ଦେଉଅଛ;
22. ଏଥିପାଇଁ ଆମ୍ଭେ ଆପଣା ପଲକୁ ରକ୍ଷା କରିବା, ତହିଁରେ ସେମାନେ ଆଉ ଲୁଟିତ ହେବେ ନାହିଁ; ପୁଣି, ଆମ୍ଭେ ପଶୁର ଓ ପଶୁର ମଧ୍ୟରେ ବିଚାର କରିବା ।
23. ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ ।
24. ପୁଣି, ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ହେବା ଓ ଆମ୍ଭର ଦାସ ଦାଉଦ ସେମାନଙ୍କ ମଧ୍ୟରେ ଅଧିପତି ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ।
25. ଆଉ, ଆମ୍ଭେ ସେମାନଙ୍କ ପକ୍ଷରେ ଶାନ୍ତିର ନିୟମ ସ୍ଥିର କରିବା ଓ ହିଂସ୍ରକ ପଶୁଗଣକୁ ଦେଶରୁ ଶେଷ କରିବା; ତହିଁରେ ସେମାନେ ନିରାପଦରେ ପ୍ରାନ୍ତରରେ ବାସ କରିବେ ଓ ବନରେ ଶୟନ କରିବେ ।
26. ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ଵରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ ।
27. ଆଉ, କ୍ଷେତ୍ରସ୍ଥ ବୃକ୍ଷ ଆପଣାର ଫଳ ଉତ୍ପନ୍ନ କରିବ ଓ ଭୂମି ଆପଣାର ଶସ୍ୟ ଉତ୍ପନ୍ନ କରିବ, ପୁଣି ସେମାନେ ଆପଣାମାନଙ୍କ ଦେଶରେ ନିରାପଦରେ ରହିବେ; ଆଉ, ଆମ୍ଭେ ସେମାନଙ୍କ ଯୁଆଳିର ଖିଲ ଭାଙ୍ଗିଲେ ଓ ସେମାନଙ୍କୁ ଦାସତ୍ଵ କରାଇବା ଲୋକମାନଙ୍କ ହସ୍ତରୁ ଉଦ୍ଧାର କଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
28. ପୁଣି, ସେମାନେ ଆଉ ଅନ୍ୟ ଦେଶୀୟମାନଙ୍କର ଲୁଟ ସ୍ଵରୂପ ହେବେ ନାହିଁ, କିଅବା ପୃଥିବୀସ୍ଥ ପଶୁମାନେ ସେମାନଙ୍କୁ ଗ୍ରାସ କରିବେ ନାହିଁ; ମାତ୍ର ସେମାନେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ଦେଖାଇବେ ନାହିଁ ।
29. ପୁଣି, ଆମ୍ଭେ ସେମାନଙ୍କର ସୁଖ୍ୟାତି ନିମନ୍ତେ ଏକ ଉଦ୍ୟାନ କରିବା, ତହିଁରେ ସେମାନେ ଦେଶରେ ଦୁର୍ଭିକ୍ଷ ସକାଶୁ ଆଉ କ୍ଷୟ ପାଇବେ ନାହିଁ, କିଅବା ଅନ୍ୟ ଦେଶୀୟମାନଙ୍କର ଅପମାନ ଆଉ ଭୋଗ କରିବେ ନାହିଁ ।
30. ତହିଁରେ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ଯେ ସେମାନଙ୍କର ସହବର୍ତ୍ତୀ ଅଟୁ ଓ ସେମାନେ, ଅର୍ଥାତ୍, ଇସ୍ରାଏଲ-ବଂଶ ଯେ ଆମ୍ଭର ଲୋକ ଅଟନ୍ତି, ଏହା ସେମାନେ ଜାଣିବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
31. ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।

ରେକର୍ଡଗୁଡିକ

Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 34 / 48
1 ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, 2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ? 3 ତୁମ୍ଭେମାନେ ମେଦ ଖାଉଅଛ ଓ ତୁମ୍ଭେମାନେ ମେଷ ଲୋମ ପରିଧାନ କରୁଅଛ, ତୁମ୍ଭେମାନେ ହୃଷ୍ଟପୁଷ୍ଟ ଜନ୍ତୁ ମାରୁଅଛ, ମାତ୍ର ତୁମ୍ଭେମାନେ ମେଷଗଣକୁ ପାଳନ କରୁ ନାହଁ । 4 ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁନ୍ତ ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ । 5 ପୁଣି, କେହି ପାଳକ ନ ଥିବାରୁ ସେମାନେ ଛିନ୍ନଭିନ୍ନ ହୋଇଗଲେ ଓ କ୍ଷେତ୍ରସ୍ଥ ପଶୁଗଣର ଖାଦ୍ୟ ହୋଇ ଛିନ୍ନଭିନ୍ନ ହେଲେ । 6 ଆମ୍ଭର ମେଷଗଣ ପର୍ବତସକଳରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ଭ୍ରମଣ କଲେ; ହଁ, ଆମ୍ଭର ମେଷମାନେ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ ହୋଇଗଲେ; ପୁଣି, ସେମାନଙ୍କୁ ଖୋଜିବାକୁ ଓ ସେମାନଙ୍କର ପଛେ ପଛେ ଅନୁସନ୍ଧାନ କରିବାକୁ କେହି ନ ଥିଲା । 7 ଏହେତୁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; 8 ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ନିଶ୍ଚୟ କେହି ପାଳକ ନ ଥିବାରୁ ଆମ୍ଭର ମେଷମାନେ ଲୁଟିତ ହେଲେ ଓ ଆମ୍ଭର ମେଷମାନେ କ୍ଷେତ୍ରସ୍ଥ ପଶୁସକଳର ଖାଦ୍ୟ ହେଲେ, ପୁଣି ଆମ୍ଭର ପାଳକଗଣ ଆମ୍ଭର ମେଷମାନଙ୍କୁ ଖୋଜିଲେ ନାହିଁ, ମାତ୍ର ପାଳକଗଣ ଆପଣାମାନଙ୍କୁ ପାଳନ କରି ଆମ୍ଭ ମେଷମାନଙ୍କୁ ପାଳନ କଲେ ନାହିଁ; 9 ଏଥିପାଇଁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; 10 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ । 11 କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ଵେଷଣ କରି ସେମାନଙ୍କର ତତ୍ତ୍ଵାନୁସନ୍ଧାନ କରିବା । 12 କୌଣସି ପାଳକ ଆପଣା ଛିନ୍ନଭିନ୍ନ ମେଷଗଣର ମଧ୍ୟରେ ଥିବା ଦିନ ଯେପରି ଆପଣା ପଲର ତତ୍ତ୍ଵାନୁସନ୍ଧାନ କରେ, ସେପରି ଆମ୍ଭେ ଆପଣା ମେଷଗଣର ତତ୍ତ୍ଵାନୁସନ୍ଧାନ କରିବା; ଆଉ, ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେ ଯେ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେସକଳ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବା । 13 ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି-ସ୍ଥାନରେ ଚରାଇବା । 14 ଆମ୍ଭେ ଉତ୍ତମ ଚରାଣୀ ସ୍ଥାନରେ ସେମାନଙ୍କୁ ଚରାଇବା, ପୁଣି ଇସ୍ରାଏଲର ଉଚ୍ଚସ୍ଥଳୀର ପର୍ବତଗଣର ଉପରେ ସେମାନଙ୍କର ଖୁଆଡ଼ ହେବ; ସେହି ସ୍ଥାନରେ ସେମାନେ ଉତ୍ତମ ଖୁଆଡ଼ ମଧ୍ୟରେ ଶୟନ କରିବେ ଓ ଇସ୍ରାଏଲର ପର୍ବତମାନର ଉପରେ ପୁଷ୍ଟିକର ଚରାଣୀ ସ୍ଥାନରେ ସେମାନେ ଚରିବେ । 15 ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜେ ଆପଣା ମେଷଗଣକୁ ଚରାଇବା ଓ ଆମ୍ଭେ ସେମାନଙ୍କୁ ଶୟନ କରାଇବା । 16 ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା । 17 ପୁଣି, ହେ ଆମ୍ଭର ପଲ, ତୁମ୍ଭମାନଙ୍କ ବିଷୟରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପଶୁ ଓ ପଶୁର ମଧ୍ୟରେ, ମେଷ ଓ ଛାଗଗଣର ମଧ୍ୟରେ ବିଚାର କରୁ । 18 ଉତ୍ତମ ଚରାଣୀ ସ୍ଥାନରେ ଚରିବାର, ମାତ୍ର ଚରାଣୀର ଅବଶିଷ୍ଟାଂଶ ପଦତଳେ ଦଳିବାର ଓ ନିର୍ମଳ ଜଳ ପାନ କରିବାର, ମାତ୍ର ତହିଁର ଅବଶିଷ୍ଟାଂଶ ଆପଣା ପଦରେ ଗୋଳିଆ କରିବାର, ଏହା କି ତୁମ୍ଭମାନଙ୍କୁ କ୍ଷୁଦ୍ର ବିଷୟ ଦିଶୁଅଛି? 19 ମାତ୍ର ତୁମ୍ଭେମାନେ ଯାହା ପଦରେ ଦଳିଅଛ, ଆମ୍ଭର ମେଷଗଣ ତାହା ଭୋଜନ କରନ୍ତି ଓ ଯାହା ତୁମ୍ଭେମାନେ ପଦରେ ଗୋଳିଆ କରିଅଛ, ତାହା ସେମାନେ ପାନ କରନ୍ତି । 20 ଏହେତୁ ସେମାନଙ୍କୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ ଆମ୍ଭେ, ଆମ୍ଭେ ହିଁ ହୃଷ୍ଟପୁଷ୍ଟ ପଶୁ ଓ କ୍ଷୀଣ ପଶୁ ମଧ୍ୟରେ ବିଚାର କରିବା । 21 ତୁମ୍ଭେମାନେ ପାର୍ଶ୍ଵରେ ଓ ସ୍କନ୍ଧରେ ପୀଡ଼ିତମାନଙ୍କୁ ଠେଲି ଦେଉଅଛ ଓ ବାହାରେ ସେମାନଙ୍କୁ ଭିନ୍ନଭିନ୍ନ ନ କରିବା ପର୍ଯ୍ୟନ୍ତ ସେସମସ୍ତଙ୍କୁ ଆପଣା ଶୃଙ୍ଗରେ ପେଲି ଦେଉଅଛ; 22 ଏଥିପାଇଁ ଆମ୍ଭେ ଆପଣା ପଲକୁ ରକ୍ଷା କରିବା, ତହିଁରେ ସେମାନେ ଆଉ ଲୁଟିତ ହେବେ ନାହିଁ; ପୁଣି, ଆମ୍ଭେ ପଶୁର ଓ ପଶୁର ମଧ୍ୟରେ ବିଚାର କରିବା । 23 ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ । 24 ପୁଣି, ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ହେବା ଓ ଆମ୍ଭର ଦାସ ଦାଉଦ ସେମାନଙ୍କ ମଧ୍ୟରେ ଅଧିପତି ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ । 25 ଆଉ, ଆମ୍ଭେ ସେମାନଙ୍କ ପକ୍ଷରେ ଶାନ୍ତିର ନିୟମ ସ୍ଥିର କରିବା ଓ ହିଂସ୍ରକ ପଶୁଗଣକୁ ଦେଶରୁ ଶେଷ କରିବା; ତହିଁରେ ସେମାନେ ନିରାପଦରେ ପ୍ରାନ୍ତରରେ ବାସ କରିବେ ଓ ବନରେ ଶୟନ କରିବେ । 26 ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ଵରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ । 27 ଆଉ, କ୍ଷେତ୍ରସ୍ଥ ବୃକ୍ଷ ଆପଣାର ଫଳ ଉତ୍ପନ୍ନ କରିବ ଓ ଭୂମି ଆପଣାର ଶସ୍ୟ ଉତ୍ପନ୍ନ କରିବ, ପୁଣି ସେମାନେ ଆପଣାମାନଙ୍କ ଦେଶରେ ନିରାପଦରେ ରହିବେ; ଆଉ, ଆମ୍ଭେ ସେମାନଙ୍କ ଯୁଆଳିର ଖିଲ ଭାଙ୍ଗିଲେ ଓ ସେମାନଙ୍କୁ ଦାସତ୍ଵ କରାଇବା ଲୋକମାନଙ୍କ ହସ୍ତରୁ ଉଦ୍ଧାର କଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । 28 ପୁଣି, ସେମାନେ ଆଉ ଅନ୍ୟ ଦେଶୀୟମାନଙ୍କର ଲୁଟ ସ୍ଵରୂପ ହେବେ ନାହିଁ, କିଅବା ପୃଥିବୀସ୍ଥ ପଶୁମାନେ ସେମାନଙ୍କୁ ଗ୍ରାସ କରିବେ ନାହିଁ; ମାତ୍ର ସେମାନେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ଦେଖାଇବେ ନାହିଁ । 29 ପୁଣି, ଆମ୍ଭେ ସେମାନଙ୍କର ସୁଖ୍ୟାତି ନିମନ୍ତେ ଏକ ଉଦ୍ୟାନ କରିବା, ତହିଁରେ ସେମାନେ ଦେଶରେ ଦୁର୍ଭିକ୍ଷ ସକାଶୁ ଆଉ କ୍ଷୟ ପାଇବେ ନାହିଁ, କିଅବା ଅନ୍ୟ ଦେଶୀୟମାନଙ୍କର ଅପମାନ ଆଉ ଭୋଗ କରିବେ ନାହିଁ । 30 ତହିଁରେ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ଯେ ସେମାନଙ୍କର ସହବର୍ତ୍ତୀ ଅଟୁ ଓ ସେମାନେ, ଅର୍ଥାତ୍, ଇସ୍ରାଏଲ-ବଂଶ ଯେ ଆମ୍ଭର ଲୋକ ଅଟନ୍ତି, ଏହା ସେମାନେ ଜାଣିବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 31 ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 34 / 48
×

Alert

×

Oriya Letters Keypad References