ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ହବକକୂକ
1. ହବକ୍କୂକ ଭବିଷ୍ୟଦ୍ବକ୍ତାଙ୍କର ପ୍ରାର୍ଥନା । ସ୍ଵର-ଶିଗୀୟୋନତ୍ ।
2. ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର ।
3. ପରମେଶ୍ଵର ତୈମନରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ । ସେଲା । ତାହାଙ୍କର ପ୍ରତାପ ଆକାଶମଣ୍ତଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା ।
4. ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା; ଆଉ, ସେ ସ୍ଥାନ ତାହାଙ୍କ ପରାକ୍ରମର ଅନ୍ତରାଳ ।
5. ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦ-ଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା ।
6. ସେ ଠିଆ ହୋଇ ପୃଥିବୀର ପରିମାଣ କଲେ । ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନଭିନ୍ନ କରି ତଡ଼ି ଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା ।
7. ମୁଁ କୂଶନର ତମ୍ଵୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା ।
8. ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ଵଗଣର ଉପରେ, ଆପଣା ତ୍ରାଣସ୍ଵରୂପ ରଥସମୂହରେ ଆରୋହଣ କଲ?
9. ତୁମ୍ଭର ଧନୁ ଅନାବୃତ ହେଲା; ଗୋଷ୍ଠୀଗଣର ପ୍ରତି ଶପଥ ସ୍ଥିରୀକୃତ ବାକ୍ୟ ହେଲା । ସେଲା । ତୁମ୍ଭେ ନଦ-ନଦୀ ଦ୍ଵାରା ପୃଥିବୀକି ବିଦୀର୍ଣ୍ଣ କଲ ।
10. ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ତ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା ।
11. ତୁମ୍ଭର ବାଣସ୍ଵରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସସ୍ଥାନରେ ସ୍ଥଗିତ ହୋଇ ରହିଲେ ।
12. ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ବିଜେ କଲ । ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ ।
13. ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ବିଜେ କଲ । ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ । ସେଲା ।
14. ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ଵାରା ତାହାର ଯୋଦ୍ଧା-ମାନଙ୍କର ମସ୍ତକ ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା ।
15. ତୁମ୍ଭେ ଆପଣା ଅଶ୍ଵଗଣ ଦ୍ଵାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ ।
16. ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋʼ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ଵସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ ।
17. କାରଣ ଯଦ୍ୟପି ଡିମିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
18. ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି । ମୁଁ ଆପଣା ତ୍ରାଣର ପରମେଶ୍ଵରଙ୍କଠାରେ ଉଲ୍ଲାସ କରିବି ।
19. ପ୍ରଭୁ ସଦାପ୍ରଭୁ ମୋର ବଳସ୍ଵରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ । ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ।
Total 3 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 3
1 2 3
1 ହବକ୍କୂକ ଭବିଷ୍ୟଦ୍ବକ୍ତାଙ୍କର ପ୍ରାର୍ଥନା । ସ୍ଵର-ଶିଗୀୟୋନତ୍ । 2 ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର । 3 ପରମେଶ୍ଵର ତୈମନରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ । ସେଲା । ତାହାଙ୍କର ପ୍ରତାପ ଆକାଶମଣ୍ତଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା । 4 ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା; ଆଉ, ସେ ସ୍ଥାନ ତାହାଙ୍କ ପରାକ୍ରମର ଅନ୍ତରାଳ । 5 ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦ-ଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା । 6 ସେ ଠିଆ ହୋଇ ପୃଥିବୀର ପରିମାଣ କଲେ । ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନଭିନ୍ନ କରି ତଡ଼ି ଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା । 7 ମୁଁ କୂଶନର ତମ୍ଵୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା । 8 ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ଵଗଣର ଉପରେ, ଆପଣା ତ୍ରାଣସ୍ଵରୂପ ରଥସମୂହରେ ଆରୋହଣ କଲ? 9 ତୁମ୍ଭର ଧନୁ ଅନାବୃତ ହେଲା; ଗୋଷ୍ଠୀଗଣର ପ୍ରତି ଶପଥ ସ୍ଥିରୀକୃତ ବାକ୍ୟ ହେଲା । ସେଲା । ତୁମ୍ଭେ ନଦ-ନଦୀ ଦ୍ଵାରା ପୃଥିବୀକି ବିଦୀର୍ଣ୍ଣ କଲ । 10 ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ତ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା । 11 ତୁମ୍ଭର ବାଣସ୍ଵରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସସ୍ଥାନରେ ସ୍ଥଗିତ ହୋଇ ରହିଲେ । 12 ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ବିଜେ କଲ । ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ । 13 ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ବିଜେ କଲ । ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ । ସେଲା । 14 ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ଵାରା ତାହାର ଯୋଦ୍ଧା-ମାନଙ୍କର ମସ୍ତକ ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା । 15 ତୁମ୍ଭେ ଆପଣା ଅଶ୍ଵଗଣ ଦ୍ଵାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ । 16 ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋʼ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ଵସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ । 17 କାରଣ ଯଦ୍ୟପି ଡିମିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ; 18 ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି । ମୁଁ ଆପଣା ତ୍ରାଣର ପରମେଶ୍ଵରଙ୍କଠାରେ ଉଲ୍ଲାସ କରିବି । 19 ପ୍ରଭୁ ସଦାପ୍ରଭୁ ମୋର ବଳସ୍ଵରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ । ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ।
Total 3 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 3
1 2 3
×

Alert

×

Oriya Letters Keypad References