2. କେହି ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବାକୁ ଚେଷ୍ଟା କଲେ ତୁମ୍ଭେ କʼଣ ଦୁଃଖିତ ହେବ? ମାତ୍ର କଥା କହିବାରୁ କିଏ ଆପଣାକୁ କ୍ଷା; କରିପାରେ?
|
5. ମାତ୍ର ଏବେ ତାହା ତୁମ୍ଭ ପ୍ରତି ଘଟିଅଛି, ଆଉ ତୁମ୍ଭେ କ୍ଳା; ହେଉଅଛ; ତାହା ତୁମ୍ଭକୁ ସ୍ପର୍ଶ କରୁଅଛି, ଆଉ ତୁମ୍ଭେ ବ୍ୟାକୁଳ ହେଉଅଛ ।
|
6. ପରମେଶ୍ଵର ବିଷୟକ ତୁମ୍ଭର ଭୟ ତୁମ୍ଭର ବିଶ୍ଵାସ ଭୂମି ନୁହେଁ କି? ଓ ତୁମ୍ଭ ମାର୍ଗର ସରଳତା ତୁମ୍ଭର ଆଶାଭୂମି ନୁହେଁ କି?
|
7. ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି?
|
9. ସେମାନେ ପରମେଶ୍ଵରଙ୍କ ନିଶ୍ଵାସ ଦ୍ଵାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ଵାରା ସଂହାରିତ ହୁଅନ୍ତି ।
|
16. ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋʼ ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶଦ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି,
|
17. ମର୍ତ୍ତ୍ୟ-ମନୁଷ୍ୟ କʼଣ ପରମେଶ୍ଵରଙ୍କ ଅପେକ୍ଷା ଅଧିକ ଧାର୍ମିକ ହେବ? ନିଜ ସୃଷ୍ଟିକର୍ତ୍ତା ଅପେକ୍ଷା ମନୁଷ୍ୟ କʼଣ ଅଧିକ ଶୁଚି ହେବ?
|
19. ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି ।
|
20. ସେମାନେ ପ୍ରଭାତ ଓ ସାୟଂକାଳ ମଧ୍ୟରେ ବିନଷ୍ଟ ହୁଅନ୍ତି; ସେମାନେ ଚିରକାଳ ନଷ୍ଟ ହୁଅନ୍ତି, କେହି ଚିନ୍ତା କରେ ନାହିଁ ।
|