1. ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍-ଏଦୂତ୍ ସ୍ଵରରେ ଆସଫର ଗୀତ । ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ ।
|
2. ଇଫ୍ରୟିମ ଓ ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର ।
|
4. ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ?
|
6. ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି ।
|
7. ହେ ସୈନ୍ୟାଧିପତି ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ ।
|
14. ହେ ସୈନ୍ୟାଧିପତି ପରମେଶ୍ଵର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ଵର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର ଯିଶା. ୬୩:୧୫
|
18. ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା ।
|
19. ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ ।
|