ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଦିତୀୟ ଶାମୁୟେଲ
1. ଅନନ୍ତର ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ସେମାନଙ୍କ ମାତୃନଗରର କର୍ତ୍ତୃତ୍ଵ ନେଲେ ।
2. ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ । ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ⇧ ।
3. ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ହସ୍ତଗତ କରିବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ ।
4. ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ଵାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ଵସମସ୍ତର ଗୋଡ଼-ଶିରା କାଟି ପକାଇଲେ,ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ଵ ରଖିଲେ ।
5. ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାର ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ ।
6. ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ । ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ ।
7. ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ ।
8. ପୁଣି ଦାଉଦ ରାଜା ହଦଦେଷର-ଅଧିକାରସ୍ଥ ବେଟହ ଓ ବେରୋଥା ନଗରରୁ ବହୁ ପରିମାଣର ପିତ୍ତଳ ଆଣିଲେ ।
9. ଅନନ୍ତର ଦାଉଦ ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତର ରାଜା ତୟି ଶୁଣନ୍ତେ,
10. ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମକୁ ତାଙ୍କ କତିକି ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା । ପୁଣି ଯୋରାମ୍ ଆପଣା ସଙ୍ଗେ ରୂପାପାତ୍ର ଓ ସୁନାପାତ୍ର ଓ ପିତ୍ତଳପାତ୍ର ନେଇ ଆସିଥିଲା ।
11. ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେସମସ୍ତ ଗୋଷ୍ଠୀକି ବଶୀଭୂତ କରିଥିଲେ, ସେମାନଙ୍କ ଠାରୁ,
12. ଅର୍ଥାତ୍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟ-ମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ ।
13. ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟ-ମାନଙ୍କର ଅଠର ହଜାର ଲୋକ ବଧ କରି ଫେରି ଆସି ବଡ଼ ନାମ ପାଇଲେ ।
14. ପୁଣି ସେ ଇଦୋମ ଦେଶରେ ପ୍ରହରୀଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ । ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ ।
15. ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ଵ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ ।
16. ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ ଥିଲା;
17. ପୁଣି ଅହୀଟୂବର ପୁତ୍ର ସାଦୋକ୍ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ସରାୟ ଲେଖକ ଥିଲା;
18. ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ଯାଜକ ଥିଲେ ।
Total 24 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 24
1 ଅନନ୍ତର ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ସେମାନଙ୍କ ମାତୃନଗରର କର୍ତ୍ତୃତ୍ଵ ନେଲେ । 2 ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ । ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ⇧ । 3 ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ହସ୍ତଗତ କରିବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ । 4 ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ଵାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ଵସମସ୍ତର ଗୋଡ଼-ଶିରା କାଟି ପକାଇଲେ,ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ଵ ରଖିଲେ । 5 ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାର ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ । 6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ । ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ । 7 ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ । 8 ପୁଣି ଦାଉଦ ରାଜା ହଦଦେଷର-ଅଧିକାରସ୍ଥ ବେଟହ ଓ ବେରୋଥା ନଗରରୁ ବହୁ ପରିମାଣର ପିତ୍ତଳ ଆଣିଲେ । 9 ଅନନ୍ତର ଦାଉଦ ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତର ରାଜା ତୟି ଶୁଣନ୍ତେ, 10 ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମକୁ ତାଙ୍କ କତିକି ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା । ପୁଣି ଯୋରାମ୍ ଆପଣା ସଙ୍ଗେ ରୂପାପାତ୍ର ଓ ସୁନାପାତ୍ର ଓ ପିତ୍ତଳପାତ୍ର ନେଇ ଆସିଥିଲା । 11 ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେସମସ୍ତ ଗୋଷ୍ଠୀକି ବଶୀଭୂତ କରିଥିଲେ, ସେମାନଙ୍କ ଠାରୁ, 12 ଅର୍ଥାତ୍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟ-ମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ । 13 ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟ-ମାନଙ୍କର ଅଠର ହଜାର ଲୋକ ବଧ କରି ଫେରି ଆସି ବଡ଼ ନାମ ପାଇଲେ । 14 ପୁଣି ସେ ଇଦୋମ ଦେଶରେ ପ୍ରହରୀଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ । ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ । 15 ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ଵ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ । 16 ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ ଥିଲା;
17 ପୁଣି ଅହୀଟୂବର ପୁତ୍ର ସାଦୋକ୍ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ସରାୟ ଲେଖକ ଥିଲା;
18 ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ଯାଜକ ଥିଲେ ।
Total 24 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 24
×

Alert

×

Oriya Letters Keypad References