ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ
1. ସେହି ସମୟରେ ଯିହୁଦା ଆପଣା ଭ୍ରାତୃଗଣ ନିକଟରୁ ଅଦୁଲ୍ଲମୀୟ ହୀରା ନାମକ ଜଣେ ଲୋକ ନିକଟକୁ ଗଲା ।
2. ସେଠାରେ ଶୂୟ ନାମରେ କୌଣସି କିଣାନୀୟ ଲୋକର ଗୋଟିଏ କନ୍ୟାକୁ ଦେଖି ତାକୁ ବିବାହ କରି ତାହାର ସହବାସ କଲା ।
3. ଏଣୁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ସେ ତାହାର ନାମ ଏର ଦେଲା ।
4. ଅନନ୍ତର ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଓନନ୍ ଦେଲା ।
5. ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଶେଲା ଦେଲା । ଏହାର ଜନ୍ମ ସମୟରେ ଯିହୁଦା କଷୀବରେ ଥିଲା ।
6. ଅନନ୍ତର ଯିହୁଦା ତାମରନାମ୍ନୀ ଏକ କନ୍ୟା ଆଣି ଆପଣା ଜ୍ୟେଷ୍ଠ ପୁତ୍ର ଏର ସହିତ ତାହାକୁ ବିବାହ ଦେଲା । ଋତ ୪:୧୨
7. ମାତ୍ର ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ସାକ୍ଷାତରେ ଦୁଷ୍ଟ ଥିଲା; ଏଣୁ ସଦାପ୍ରଭୁ ତାହାକୁ ବିନାଶ କଲେ ।
8. ତହିଁରେ ଯିହୁଦା ଓନନକୁ କହିଲା, ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ସହବାସ କର ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରି ଭ୍ରାତୃବଂଶ ଉତ୍ପନ୍ନ କର ।
9. ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା ।
10. ତାହାର ଏରୂପ କର୍ମ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା; ଏଣୁ ସେ ତାକୁ ମଧ୍ୟ ନାଶ କଲେ ।
11. ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ; ଯେହେତୁ ସେ ଭାବିଲା, କେଜାଣି ଭାଇମାନଙ୍କ ପରି ଶେଲା ହିଁ ମରିଯିବ । ଏଣୁକରି ତାମର ପିତୃଗୃହରେ ଯାଇ ବାସ କଲା ।
12. ଆଉ ଅନେକ ଦିନ ଗତ ହୁଅନ୍ତେ, ଶୂୟର କନ୍ୟା ଯିହୁଦାର ଭାର୍ଯ୍ୟା ମଲା; ତହିଁ ଉତ୍ତାରେ ଯିହୁଦା ସାନ୍ତ୍ଵନାଯୁକ୍ତ ହୋଇ ଅଦୁଲ୍ଲମୀୟ ହୀରା ନାମକ ବନ୍ଧୁ ସହିତ ତିମ୍ନାରେ ଆପଣା ମେଷଲୋମଚ୍ଛେଦକମାନଙ୍କ ନିକଟକୁ ଗଲା ।
13. ସେତେବେଳେ କେହି ଜଣେ ତାମରକୁ ସମ୍ଵାଦ ଦେଇ କହିଲା, ଦେଖ, ତୁମ୍ଭ ଶ୍ଵଶୁର ଆପଣା ମେଷଲୋମ ଚ୍ଛେଦନ କରିବା ପାଇଁ ତିମ୍ନାକୁ ଯାଉଅଛି ।
14. ତହିଁରେ ତାମର ବିଧବା-ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ-ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ ।
15. ସେତେବେଳେ ଯିହୁଦା ତାକୁ ଦେଖି ବେଶ୍ୟା ଜ୍ଞାନ କଲା, କାରଣ ସେ ମୁଖ ଆଚ୍ଛାଦନ କରିଥିଲା ।
16. ଏନିମନ୍ତେ ସେ ପଥପାର୍ଶ୍ଵରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ । ତହୁଁ ତାମର କହିଲା, ତୁମ୍ଭେ ମୋʼ କତିକି ଆସିବା ପାଇଁ କଅଣ ଦେବ?
17. ସେ କହିଲା, ପଲରୁ ଗୋଟିଏ ଛେଳିଛୁଆ ପଠାଇ ଦେବି । ତାମର କହିଲା, ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ?
18. ଯିହୁଦା କହିଲା, କଅଣ ବନ୍ଧକ ଦେବା? ତାମର କହିଲା, ତୁମ୍ଭର ଏହି ମୋହର ଓ ସୂତ୍ର, ଆଉ ହସ୍ତଯଷ୍ଟି । ତହୁଁ ଯିହୁଦା ତାକୁ ସେ ସବୁ ଦେଇ ତାହା କତିକି ଗମନ କଲା, ତହିଁରେ ସେ ତାହା ଦ୍ଵାରା ଗର୍ଭବତୀ ହେଲା ।
19. ଅନନ୍ତର ତାମର ଉଠି ପ୍ରସ୍ଥାନ କଲା, ପୁଣି ଆବରକ ବସ୍ତ୍ର ପାଲଟି ବିଧବା ବସ୍ତ୍ର ପିନ୍ଧିଲା ।
20. ଏଉତ୍ତାରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ନିମନ୍ତେ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ଵାରା ଛେଳିଛୁଆ ପଠାଇଦେଲା, ମାତ୍ର ସେ ତାହାର ଦେଖା ପାଇଲା ନାହିଁ ।
21. ଏଣୁ ସେ ସେଠା ଲୋକମାନଙ୍କୁ ପଚାରିଲା, ଐନମ ପଥପାର୍ଶ୍ଵରେ ଯେଉଁ ମାହାରୀ ଥିଲା, ସେ କାହିଁ? ସେମାନେ କହିଲେ, ଏଠାରେ କୌଣସି ମାହାରୀ ରହେ ନାହିଁ ।
22. ଅନନ୍ତର ଯିହୁଦା ନିକଟକୁ ଫେରି ଯାଇ କହିଲା, ମୁଁ ତାହାର ଦେଖା ପାଇଲି ନାହିଁ; ଆଉ ସେଠାର ଲୋକମାନେ ମଧ୍ୟ କହିଲେ, ଏ ସ୍ଥାନରେ କୌଣସି ମାହାରୀ ରହେ ନାହିଁ ।
23. ତେବେ ଯିହୁଦା କହିଲା, ତାହାଠାରେ ଯାହା ଅଛି, ସେ ତାହା ରଖୁ, ଆମ୍ଭେମାନେ କାହିଁକି ଲଜ୍ଜାସ୍ପଦ ହେବା? ଦେଖ, ମୁଁ ଏହି ଛେଳିଛୁଆ ପଠାଇଲି, ମାତ୍ର ତୁମ୍ଭେ ତାʼର ଦେଖା ପାଇଲ ନାହିଁ ।
24. ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି । ତହିଁରେ ଯିହୁଦା କହିଲା, ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର ।
25. ଅନନ୍ତର ସେ ବାହାରକୁ ଅଣାଯାʼନ୍ତେ, ଆପଣା ଶ୍ଵଶୁର ନିକଟକୁ କହି ପଠାଇଲା, ଏହି ସମସ୍ତ ବସ୍ତୁ ଯାହାର, ସେହି ପୁରୁଷ ଦ୍ଵାରା ଆମ୍ଭର ଗର୍ଭ ହୋଇଅଛି । ଆହୁରି କହିଲା, ଏହି ମୋହର ଓ ସୂତ୍ର ଆଉ ଯଷ୍ଟି କାହାର? ତାହା ଚିହ୍ନି ଦେଖ ।
26. ତହୁଁ ଯିହୁଦା ସେହି ସକଳ ପଦାର୍ଥ ଆପଣାର ବୋଲି ସ୍ଵୀକାର କରି କହିଲା, ସେ ମୋʼଠାରୁ ଅଧିକ ଧର୍ମିଷ୍ଠା, କାରଣ ମୁଁ ତାକୁ ମୋର ପୁତ୍ର ଶେଲାକୁ ଦେଲି ନାହିଁ । ମାତ୍ର ଯିହୁଦା ଆଉ ତାହା କତିକି ଗଲା ନାହିଁ ।
27. ପୁଣି ତାମରର ପ୍ରସବକାଳ ଉପସ୍ଥିତ ହୁଅନ୍ତେ, ତାହାର ଉଦରରେ ଯାଆଁଳା ସନ୍ତାନ ଥିବାର ଦେଖାଗଲା ।
28. ଆଉ ତାହାର ପ୍ରସବ କାଳରେ ଏକ ବାଳକର ହସ୍ତ ବାହାର ହେଲା; ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୂରବର୍ଣ୍ଣ ସୂତ୍ର ବାନ୍ଧି କହିଲା, ଏ ଜ୍ୟେଷ୍ଠ ।
29. ମାତ୍ର ସେ ଆପଣା ହସ୍ତ ଟାଣି ନିଅନ୍ତେ, ଦେଖ, ତାହାର ଭ୍ରାତା ଭୂମିଷ୍ଠ ହେଲା; ତହିଁରେ ଧାତ୍ରୀ କହିଲା, ତୁମ୍ଭେ କି ପ୍ରକାରେ ଆପଣା ନିମନ୍ତେ ଭେଦ କରି ଆସିଲ? ତୁମ୍ଭଠାରେ ଏହି ଭେଦ ହେଉ । ତେଣୁ ତାହାର ନାମ ପେରସ୍ (ଭେଦ) ହେଲା ।
30. ଅନନ୍ତର ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ ହେଲା ।

Notes

No Verse Added

Total 50 Chapters, Current Chapter 38 of Total Chapters 50
ଆଦି ପୁସ୍ତକ 38
1. ସେହି ସମୟରେ ଯିହୁଦା ଆପଣା ଭ୍ରାତୃଗଣ ନିକଟରୁ ଅଦୁଲ୍ଲମୀୟ ହୀରା ନାମକ ଜଣେ ଲୋକ ନିକଟକୁ ଗଲା
2. ସେଠାରେ ଶୂୟ ନାମରେ କୌଣସି କିଣାନୀୟ ଲୋକର ଗୋଟିଏ କନ୍ୟାକୁ ଦେଖି ତାକୁ ବିବାହ କରି ତାହାର ସହବାସ କଲା
3. ଏଣୁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ସେ ତାହାର ନାମ ଏର ଦେଲା
4. ଅନନ୍ତର ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଓନନ୍ ଦେଲା
5. ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଶେଲା ଦେଲା ଏହାର ଜନ୍ମ ସମୟରେ ଯିହୁଦା କଷୀବରେ ଥିଲା
6. ଅନନ୍ତର ଯିହୁଦା ତାମରନାମ୍ନୀ ଏକ କନ୍ୟା ଆଣି ଆପଣା ଜ୍ୟେଷ୍ଠ ପୁତ୍ର ଏର ସହିତ ତାହାକୁ ବିବାହ ଦେଲା ଋତ ୪:୧୨
7. ମାତ୍ର ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ସାକ୍ଷାତରେ ଦୁଷ୍ଟ ଥିଲା; ଏଣୁ ସଦାପ୍ରଭୁ ତାହାକୁ ବିନାଶ କଲେ
8. ତହିଁରେ ଯିହୁଦା ଓନନକୁ କହିଲା, ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ସହବାସ କର ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରି ଭ୍ରାତୃବଂଶ ଉତ୍ପନ୍ନ କର
9. ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା
10. ତାହାର ଏରୂପ କର୍ମ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା; ଏଣୁ ସେ ତାକୁ ମଧ୍ୟ ନାଶ କଲେ
11. ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, ମୋହର ପୁତ୍ର ଶେଲା ବଡ଼ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ; ଯେହେତୁ ସେ ଭାବିଲା, କେଜାଣି ଭାଇମାନଙ୍କ ପରି ଶେଲା ହିଁ ମରିଯିବ ଏଣୁକରି ତାମର ପିତୃଗୃହରେ ଯାଇ ବାସ କଲା
12. ଆଉ ଅନେକ ଦିନ ଗତ ହୁଅନ୍ତେ, ଶୂୟର କନ୍ୟା ଯିହୁଦାର ଭାର୍ଯ୍ୟା ମଲା; ତହିଁ ଉତ୍ତାରେ ଯିହୁଦା ସାନ୍ତ୍ଵନାଯୁକ୍ତ ହୋଇ ଅଦୁଲ୍ଲମୀୟ ହୀରା ନାମକ ବନ୍ଧୁ ସହିତ ତିମ୍ନାରେ ଆପଣା ମେଷଲୋମଚ୍ଛେଦକମାନଙ୍କ ନିକଟକୁ ଗଲା
13. ସେତେବେଳେ କେହି ଜଣେ ତାମରକୁ ସମ୍ଵାଦ ଦେଇ କହିଲା, ଦେଖ, ତୁମ୍ଭ ଶ୍ଵଶୁର ଆପଣା ମେଷଲୋମ ଚ୍ଛେଦନ କରିବା ପାଇଁ ତିମ୍ନାକୁ ଯାଉଅଛି
14. ତହିଁରେ ତାମର ବିଧବା-ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ-ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ
15. ସେତେବେଳେ ଯିହୁଦା ତାକୁ ଦେଖି ବେଶ୍ୟା ଜ୍ଞାନ କଲା, କାରଣ ସେ ମୁଖ ଆଚ୍ଛାଦନ କରିଥିଲା
16. ଏନିମନ୍ତେ ସେ ପଥପାର୍ଶ୍ଵରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ପାରି କହିଲା, ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ ତହୁଁ ତାମର କହିଲା, ତୁମ୍ଭେ ମୋʼ କତିକି ଆସିବା ପାଇଁ କଅଣ ଦେବ?
17. ସେ କହିଲା, ପଲରୁ ଗୋଟିଏ ଛେଳିଛୁଆ ପଠାଇ ଦେବି ତାମର କହିଲା, ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ?
18. ଯିହୁଦା କହିଲା, କଅଣ ବନ୍ଧକ ଦେବା? ତାମର କହିଲା, ତୁମ୍ଭର ଏହି ମୋହର ସୂତ୍ର, ଆଉ ହସ୍ତଯଷ୍ଟି ତହୁଁ ଯିହୁଦା ତାକୁ ସେ ସବୁ ଦେଇ ତାହା କତିକି ଗମନ କଲା, ତହିଁରେ ସେ ତାହା ଦ୍ଵାରା ଗର୍ଭବତୀ ହେଲା
19. ଅନନ୍ତର ତାମର ଉଠି ପ୍ରସ୍ଥାନ କଲା, ପୁଣି ଆବରକ ବସ୍ତ୍ର ପାଲଟି ବିଧବା ବସ୍ତ୍ର ପିନ୍ଧିଲା
20. ଏଉତ୍ତାରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ନିମନ୍ତେ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ଵାରା ଛେଳିଛୁଆ ପଠାଇଦେଲା, ମାତ୍ର ସେ ତାହାର ଦେଖା ପାଇଲା ନାହିଁ
21. ଏଣୁ ସେ ସେଠା ଲୋକମାନଙ୍କୁ ପଚାରିଲା, ଐନମ ପଥପାର୍ଶ୍ଵରେ ଯେଉଁ ମାହାରୀ ଥିଲା, ସେ କାହିଁ? ସେମାନେ କହିଲେ, ଏଠାରେ କୌଣସି ମାହାରୀ ରହେ ନାହିଁ
22. ଅନନ୍ତର ଯିହୁଦା ନିକଟକୁ ଫେରି ଯାଇ କହିଲା, ମୁଁ ତାହାର ଦେଖା ପାଇଲି ନାହିଁ; ଆଉ ସେଠାର ଲୋକମାନେ ମଧ୍ୟ କହିଲେ, ସ୍ଥାନରେ କୌଣସି ମାହାରୀ ରହେ ନାହିଁ
23. ତେବେ ଯିହୁଦା କହିଲା, ତାହାଠାରେ ଯାହା ଅଛି, ସେ ତାହା ରଖୁ, ଆମ୍ଭେମାନେ କାହିଁକି ଲଜ୍ଜାସ୍ପଦ ହେବା? ଦେଖ, ମୁଁ ଏହି ଛେଳିଛୁଆ ପଠାଇଲି, ମାତ୍ର ତୁମ୍ଭେ ତାʼର ଦେଖା ପାଇଲ ନାହିଁ
24. ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି ତହିଁରେ ଯିହୁଦା କହିଲା, ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର
25. ଅନନ୍ତର ସେ ବାହାରକୁ ଅଣାଯାʼନ୍ତେ, ଆପଣା ଶ୍ଵଶୁର ନିକଟକୁ କହି ପଠାଇଲା, ଏହି ସମସ୍ତ ବସ୍ତୁ ଯାହାର, ସେହି ପୁରୁଷ ଦ୍ଵାରା ଆମ୍ଭର ଗର୍ଭ ହୋଇଅଛି ଆହୁରି କହିଲା, ଏହି ମୋହର ସୂତ୍ର ଆଉ ଯଷ୍ଟି କାହାର? ତାହା ଚିହ୍ନି ଦେଖ
26. ତହୁଁ ଯିହୁଦା ସେହି ସକଳ ପଦାର୍ଥ ଆପଣାର ବୋଲି ସ୍ଵୀକାର କରି କହିଲା, ସେ ମୋʼଠାରୁ ଅଧିକ ଧର୍ମିଷ୍ଠା, କାରଣ ମୁଁ ତାକୁ ମୋର ପୁତ୍ର ଶେଲାକୁ ଦେଲି ନାହିଁ ମାତ୍ର ଯିହୁଦା ଆଉ ତାହା କତିକି ଗଲା ନାହିଁ
27. ପୁଣି ତାମରର ପ୍ରସବକାଳ ଉପସ୍ଥିତ ହୁଅନ୍ତେ, ତାହାର ଉଦରରେ ଯାଆଁଳା ସନ୍ତାନ ଥିବାର ଦେଖାଗଲା
28. ଆଉ ତାହାର ପ୍ରସବ କାଳରେ ଏକ ବାଳକର ହସ୍ତ ବାହାର ହେଲା; ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୂରବର୍ଣ୍ଣ ସୂତ୍ର ବାନ୍ଧି କହିଲା, ଜ୍ୟେଷ୍ଠ
29. ମାତ୍ର ସେ ଆପଣା ହସ୍ତ ଟାଣି ନିଅନ୍ତେ, ଦେଖ, ତାହାର ଭ୍ରାତା ଭୂମିଷ୍ଠ ହେଲା; ତହିଁରେ ଧାତ୍ରୀ କହିଲା, ତୁମ୍ଭେ କି ପ୍ରକାରେ ଆପଣା ନିମନ୍ତେ ଭେଦ କରି ଆସିଲ? ତୁମ୍ଭଠାରେ ଏହି ଭେଦ ହେଉ ତେଣୁ ତାହାର ନାମ ପେରସ୍ (ଭେଦ) ହେଲା
30. ଅନନ୍ତର ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ ହେଲା
Total 50 Chapters, Current Chapter 38 of Total Chapters 50
×

Alert

×

oriya Letters Keypad References