1. ଅନନ୍ତର ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି ।
|
3. ହେ ରୁବେନ୍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ; ପୁଣି ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ ।
|
4. ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା ।
|
6. ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ଵେଚ୍ଛାଚାରିତାରେ ରାଜହତ୍ୟା କଲେ ।
|
7. ସେମାନଙ୍କ କ୍ରୋଧ, ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ତ ଥିଲା; ସେମାନଙ୍କ କୋପ ଅଭିଶପ୍ତ ହେଉ କାରଣ ତାହା ନିଷ୍ଠୁର ଥିଲା; ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି ଓ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି ।
|
8. ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବୋ ।
|
9. ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ?
|
10. ଶୀଲୋର (ଶାନ୍ତିକର୍ତ୍ତାଙ୍କର) ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ତ ଓ ତାହାର ଚରଣଦ୍ଵୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ଵୀକାର କରିବେ ।
|
11. ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରକ୍ତରେ ଆପଣା ପରିଧେୟ ବସ୍ତ୍ର ଧୋଇବ ।
|
13. ସବୂଲୂନ୍ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି ସୀଦୋନ୍ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ ।
|
15. ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠି କର୍ମ କରିବାକୁ ଦାସ ହେଲା ।
|
17. ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍ ପଡ଼ିଯାଏ ।
|
22. ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ଵରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ ।
|
24. ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),
|
25. ଅର୍ଥାତ୍, ପୈତୃକ ପରମେଶ୍ଵର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ,, ତାହାଙ୍କ ଦ୍ଵାରା ତାହାର ହସ୍ତର ବାହୁ ବଳବାନ ହେଲା ।
|
26. ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁ ତୁମ୍ଭ ପିତାର ଆଶୀର୍ବାଦ ଅଧିକ; ତାହା ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେବ; ତାହା ଯୋଷେଫର ମସ୍ତକରେ, ଅର୍ଥାତ୍, ଆପଣା ଭ୍ରାତୃଗଣଠାରୁ ପୃଥକ କୃତ ବ୍ୟକ୍ତିର ମସ୍ତକାଗ୍ରରେ ବର୍ତ୍ତିବ ।
|
28. ଏମାନେ ଇସ୍ରାଏଲଙ୍କର ଦ୍ଵାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ଆଶୀର୍ବାଦ କଲେ ।
|
30. ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପେଲାର କ୍ଷେତ୍ର ହେତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହେତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ହେବ ।
|
31. ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ହୋଇଅଛି, ପୁଣି ସେହି ସ୍ଥାନରେ ଇସ୍ହାକଙ୍କର ଓ ତାଙ୍କର ଭାର୍ଯ୍ୟା ରିବିକାର କବର ହୋଇଅଛି, ପୁଣି ସେହି ସ୍ଥାନରେ ମୁଁ ମଧ୍ୟ ଲେୟାକୁ କବର ଦେଇଅଛି;
|
33. ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ ।
|