ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆୟୁବ ପୁସ୍ତକ
1. ଅନନ୍ତର ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,
2. ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ଵର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥାʼନ୍ତି;
3. ସେତେବେଳେ ତାହାଙ୍କ ପ୍ରଦୀପ ମୋʼ ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି;
4. ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋʼ ତମ୍ଵୁ ଉପରେ ପରମେଶ୍ଵରଙ୍କର ଗୁପ୍ତ ବିଷୟ ଥିଲା;
5. ସେତେବେଳେ ସର୍ବଶକ୍ତିମାନ ମୋʼ ସଙ୍ଗରେ ଥିଲେ ଓ ମୋହର ସନ୍ତାନଗଣ ମୋʼ ଚତୁଃପାର୍ଶ୍ଵରେ ଥିଲେ;
6. ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋʼ ପାଇଁ ତୈଳ-ନଦୀ ବହାଇଲା ।
7. ମୁଁ ନଗର-ଦ୍ଵାରକୁ ଯାଇ ଛକ-ସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,
8. ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ ଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ ।
9. ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ ଓ ଆପଣା ଆପଣା ମୁଖରେ ହାତ ଦେଲେ;
10. କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ଵା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା ।
11. କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋʼ ପକ୍ଷରେ ସାକ୍ଷ୍ୟ ଦେଲା;
12. ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃ ହୀନକୁ ଉଦ୍ଧାର କଲି ।
13. ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି ।
14. ମୁଁ ଧର୍ମ ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ଯାଥାର୍ଥିକତା ଆବରଣ-ବସ୍ତ୍ର ଓ ମୁକୁଟ ସ୍ଵରୂପ ଥିଲା ।
15. ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ଵରୂପ ଓ ଛୋଟା ପ୍ରତି ଚରଣ ସ୍ଵରୂପ ଥିଲି ।
16. ମୁଁ ଦୀନହୀନ ପ୍ରତି ପିତା ସ୍ଵରୂପ ଥିଲି ଓ ମୋʼ ଅଜ୍ଞାତ ଲୋକର ଗୁହାରି ମୁଁ ତଦ; କଲି ।
17. ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି ।
18. ସେସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି;
19. ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିଯାକ କାକର ଥାଏ;
20. ମୋହର ଗୌରବ ମୋʼଠାରେ ସତେଜ ଥାଏ ଓ ମୋʼ ଧନୁ ମୋʼ ହସ୍ତରେ ନୂତନୀକୃତ ହୁଏ ।
21. ଲୋକମାନେ ମୋʼ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ ।
22. ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋʼ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା ।
23. ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋʼ ପାଇଁ ଅପେକ୍ଷା କଲେ ଓ ଯେପରି ଶେଷବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ ।
24. ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ଵାସ କଲେ ନାହିଁ ଓ ମୋʼ ମୁଖର ତେଜ ନିସ୍ତେଜ କଲେ ନାହିଁ ।
25. ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି ଓ ସୈନ୍ୟଦଳ ମଧ୍ୟରେ ରାଜା ପରି ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ଵନାକାରୀ ପରି ବାସ କଲି ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 29 / 42
1 ଅନନ୍ତର ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା, 2 ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ଵର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥାʼନ୍ତି; 3 ସେତେବେଳେ ତାହାଙ୍କ ପ୍ରଦୀପ ମୋʼ ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି; 4 ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋʼ ତମ୍ଵୁ ଉପରେ ପରମେଶ୍ଵରଙ୍କର ଗୁପ୍ତ ବିଷୟ ଥିଲା; 5 ସେତେବେଳେ ସର୍ବଶକ୍ତିମାନ ମୋʼ ସଙ୍ଗରେ ଥିଲେ ଓ ମୋହର ସନ୍ତାନଗଣ ମୋʼ ଚତୁଃପାର୍ଶ୍ଵରେ ଥିଲେ; 6 ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋʼ ପାଇଁ ତୈଳ-ନଦୀ ବହାଇଲା । 7 ମୁଁ ନଗର-ଦ୍ଵାରକୁ ଯାଇ ଛକ-ସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ, 8 ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ ଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ । 9 ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ ଓ ଆପଣା ଆପଣା ମୁଖରେ ହାତ ଦେଲେ; 10 କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ଵା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା । 11 କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋʼ ପକ୍ଷରେ ସାକ୍ଷ୍ୟ ଦେଲା; 12 ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃ ହୀନକୁ ଉଦ୍ଧାର କଲି । 13 ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି । 14 ମୁଁ ଧର୍ମ ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ଯାଥାର୍ଥିକତା ଆବରଣ-ବସ୍ତ୍ର ଓ ମୁକୁଟ ସ୍ଵରୂପ ଥିଲା । 15 ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ଵରୂପ ଓ ଛୋଟା ପ୍ରତି ଚରଣ ସ୍ଵରୂପ ଥିଲି । 16 ମୁଁ ଦୀନହୀନ ପ୍ରତି ପିତା ସ୍ଵରୂପ ଥିଲି ଓ ମୋʼ ଅଜ୍ଞାତ ଲୋକର ଗୁହାରି ମୁଁ ତଦ; କଲି । 17 ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି । 18 ସେସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି; 19 ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିଯାକ କାକର ଥାଏ; 20 ମୋହର ଗୌରବ ମୋʼଠାରେ ସତେଜ ଥାଏ ଓ ମୋʼ ଧନୁ ମୋʼ ହସ୍ତରେ ନୂତନୀକୃତ ହୁଏ । 21 ଲୋକମାନେ ମୋʼ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ । 22 ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋʼ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା । 23 ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋʼ ପାଇଁ ଅପେକ୍ଷା କଲେ ଓ ଯେପରି ଶେଷବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ । 24 ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ଵାସ କଲେ ନାହିଁ ଓ ମୋʼ ମୁଖର ତେଜ ନିସ୍ତେଜ କଲେ ନାହିଁ । 25 ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି ଓ ସୈନ୍ୟଦଳ ମଧ୍ୟରେ ରାଜା ପରି ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ଵନାକାରୀ ପରି ବାସ କଲି ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 29 / 42
×

Alert

×

Oriya Letters Keypad References