1. ଇତି ମଧ୍ୟରେ ଯୀଶୁ ଆପଣା ଦ୍ଵାଦଶ ଶିଷ୍ୟଙ୍କୁ ନିକଟକୁ ଡାକି ସେମାନଙ୍କୁ ଅଶୁଚିଣଆତ୍ମାଗୁଡ଼ାକ ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ ।
|
2. ସେହି ଦ୍ଵାଦଶ ପ୍ରେରିତଙ୍କର ନାମ ଏହି, ପ୍ରଥମରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାଙ୍କ ଭ୍ରାତା ଆନ୍ଦ୍ରିୟ, ଜେବଦିଙ୍କ ପୁତ୍ର ଯାକୁବ ଓ ତାଙ୍କ ଭ୍ରାତା ଯୋହନ,
|
5. ଯୀଶୁ ଏହି ଦ୍ଵାଦଶ ଜଣଙ୍କୁ ପ୍ରେରଣ କରି ସେମାନଙ୍କୁ ଆଜ୍ଞା ଦେଇ କହିଲେ, ବିଜାତିମାନଙ୍କ ନିକଟକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ,
|
8. ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ଛଡ଼ାଅ । ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର ।
|
10. ଆଉ ଯାତ୍ରା ନିମନ୍ତେ ଝୋଲି କିମ୍ଵା ଦୁଇଟି ଅଙ୍ଗରଖା ଅବା ଯୋତା କିମ୍ଵା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ ।
|
11. ଆଉ, ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ ।
|
13. ସେହି ଗୃହ ଯେବେ ଯୋଗ୍ୟ, ତେବେ ତାହା ପ୍ରତି ତୁମ୍ଭମାନଙ୍କ ଶାନ୍ତି ବର୍ତ୍ତୁ, କିନ୍ତୁ ତାହା ଯଦି ଯୋଗ୍ୟ ନୁହେଁ, ତାହାହେଲେ ତୁମ୍ଭମାନଙ୍କ ଶାନ୍ତି ତୁମ୍ଭମାନଙ୍କ ନିକଟକୁ ବାହୁଡ଼ିଆସୁ।
|
14. ପୁଣି, ଯେକେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ଵା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ।
|
15. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର-ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ହମୋରା ଦେଶର ଦଶା ସହନୀୟ ହେବ ।
|
16. ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ ।
|
17. ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାର ସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହସମୂହରେ କୋରଡ଼ା ମାରିବେ,
|
18. ପୁଣି ତୁମ୍ଭେମାନେ ମୋʼ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁକୁ ଅଣାଯିବ; ତାହା ସେମାନଙ୍କ ଓ ବିଜାତିମାନଙ୍କ ପ୍ରତି ସାକ୍ଷ୍ୟ ସ୍ଵରୂପ ହେବ ।
|
19. କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ଦଣ୍ତରେ ତୁମ୍ଭମାନଙ୍କୁ ଦିଆଯିବ ।
|
20. ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା, ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି ।
|
21. ଭ୍ରାତା ଭ୍ରାତାକୁ ଓ ପିତା ପୁତ୍ରକୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ ।
|
22. ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ଵାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ ।
|
23. କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ ।
|
25. ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ତୁଲ୍ୟ ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ । ସେମାନେ ଯେବେ ଗୃହକର୍ତ୍ତାଙ୍କୁ ବାଆଲ୍ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ ।
|
26. ଅତଏବ, ସେମାନଙ୍କୁ ଭୟ କର ନାହିଁ; କାରଣ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ ।
|
27. ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘରଛାତ ଉପରେ ଘୋଷଣା କର ।
|
28. ଆଉ, ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ ପରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନରକରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର ।
|
29. ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ, ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ;
|
32. ଆଉ, ଯେ କେହି ଲୋକଙ୍କ ସାକ୍ଷାତରେ ମୋତେ ସ୍ଵୀକାର କରିବ, ମୁଁ ମଧ୍ୟ ମୋହର ସ୍ଵର୍ଗସ୍ଥ ପିତାଙ୍କ ସାକ୍ଷାତରେ ତାହାକୁ ସ୍ଵୀକାର କରିବି ।
|
33. ମାତ୍ର ଯେ କେହି ଲୋକଙ୍କ ସାକ୍ଷାତରେ ମୋତେ ଅସ୍ଵୀକାର କରିବ, ମୁଁ ମଧ୍ୟ ମୋହର ସ୍ଵର୍ଗସ୍ଥ ପିତାଙ୍କ ସାକ୍ଷାତରେ ତାହାକୁ ଅସ୍ଵୀକାର କରିବି ।
|
34. ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି, ଏହା ମନେ କର ନାହିଁ; ଶାନ୍ତି ଦେବାକୁ ନ ଆସି ବରଂ ଖଡ଼୍ଗ ଦେବାକୁ ଆସିଅଛି ।
|
37. ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ସ୍ନେହ କରେ, ସେ ମୋହର ଯୋଗ୍ୟ ନୁହେଁ।
|
40. ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।
|
41. ଯେ ଭାବବାଦୀଙ୍କି ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ । ଆଉ, ଯେ ଧାର୍ମିକ ବ୍ୟକ୍ତିଙ୍କି ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ ।
|
42. ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି କେବଳ ଗିନାଏ ଥଣ୍ତା ପାଣି ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ ।
|