1. ଦାଉଦଙ୍କର ଗୀତ । ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର ।
|
3. ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ଵର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ ।
|
5. ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନ୍ର ଏରସ ବୃକ୍ଷସବୁ ଖଣ୍ତ ଖଣ୍ତ କରି ଭାଙ୍ଗି ପକାନ୍ତି ।
|
9. ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି ।
|