4. ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ ।
|
5. ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି ।
|
6. ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା ଓ ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ ।
|
7. ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ ।
|
8. ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ । ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ଵର ହୋଇଥିଲ ।
|
9. ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ପବିତ୍ର ଅଟନ୍ତି ।
|