4. ପୁଣି ଓବେଦ୍-ଇଦୋମ୍ର ପୁତ୍ର ଥିଲେ; ପ୍ରଥମଜାତ ଶମୟୀୟ, ଦ୍ଵିତୀୟ ଯିହୋଷାବଦ୍, ତୃତୀୟ ଯୋୟାହ, ଚତୁର୍ଥ ସାଖର୍, ପଞ୍ଚମ ନଥନେଲ୍;
|
6. ମଧ୍ୟ ତାହାର ପୁତ୍ର ଶମୟୀୟର ପୁତ୍ର ଜାତ ହେଲେ, ସେମାନେ ଆପଣାମାନଙ୍କ ପିତୃବଂଶରେ କର୍ତ୍ତୃତ୍ଵ କଲେ; କାରଣ ସେମାନେ ମହାବିକ୍ରମଶାଳୀ ପୁରୁଷ ଥିଲେ ।
|
7. ଶମୟୀୟର ପୁତ୍ର ଅତ୍ନି ଓ ରଫାୟେଲ ଓ ଓବେଦ୍, ଇଲୀଶାବଦ୍, ଏମାନଙ୍କର ଭ୍ରାତା ଇଲୀହୂ ଓ ସମଖୀୟ ପରାକ୍ରା; ଲୋକ ଥିଲେ ।
|
8. ଏସମସ୍ତେ ଓବେଦ୍-ଇଦୋମ୍ର ସନ୍ତାନ, ଏମାନେ ଓ ଏମାନଙ୍କ ପୁତ୍ର ଓ ଭ୍ରାତୃଗଣ ସେବାକାର୍ଯ୍ୟାର୍ଥକ ବଳରେ ବଳବାନ ଥିଲେ; ଓବେଦ୍-ଇଦୋମ୍ ବଂଶଜାତ ବାଷଠି ଜଣ ।
|
10. ଆଉ ମରାରି-ବଂଶଜାତ ହୋଷାର ପୁତ୍ର ଥିଲେ; ପ୍ରଧାନ ସିମ୍ରି, କାରଣ ସେ ପ୍ରଥମଜାତ ନୋହିଲେ ହେଁ ତାହାର ପିତା ତାହାକୁ ପ୍ରଧାନ କଲା;
|
12. ସଦାପ୍ରଭୁଙ୍କ ଗୃହରେ ପରିଚର୍ଯ୍ୟାକରଣାର୍ଥେ ଦ୍ଵାରପାଳମାନଙ୍କ ପାଳି ଏହି ପ୍ରଧାନ ଲୋକମାନଙ୍କର ହେଲା, ଆପଣା ଭ୍ରାତୃଗଣ ତୁଲ୍ୟ ସେମାନଙ୍କର ରକ୍ଷଣୀୟ ଥିଲା ।
|
14. ତହିଁରେ ପୂର୍ବଦିଗର ବାଣ୍ଟ ଶେଲିମୀୟ ପକ୍ଷରେ ଉଠିଲା; ତହୁଁ ସେମାନେ ତାହାର ପୁତ୍ର ଜିଖରୀୟ ନିମନ୍ତେ ଗୁଲିବାଣ୍ଟ କଲେ, ସେ ବିଜ୍ଞ ମନ୍ତ୍ରୀ ଥିଲା; ଆଉ ଉତ୍ତରଦିଗ ତାହାର ବାଣ୍ଟରେ ଉଠିଲା ।
|
16. ଊର୍ଦ୍ଧ୍ଵଗାମୀ ପଥ ସମୀପସ୍ଥ ଶଲ୍ଲେଖତ୍ ଦ୍ଵାର ନିକଟବର୍ତ୍ତୀ ପଶ୍ଚିମଦିଗର ବାଣ୍ଟ ଶୁପ୍ପୀମ୍ ଓ ହୋଷା ପକ୍ଷରେ ଉଠିଲା, ତହିଁର ରକ୍ଷକମାନଙ୍କର ଏକ ଦଳ ଅନ୍ୟ ଦଳର ଅଭିମୁଖ ଥିଲା ।
|
17. ପୂର୍ବଦିଗରେ ଛଅ ଜଣ ଲେବୀୟ, ଉତ୍ତରଦିଗରେ ଦିନରେ ଚାରି ଜଣ, ଦକ୍ଷିଣଦିଗରେ ଦିନରେ ଚାରି ଜଣ ଓ ଭଣ୍ତାରଗୃହ ନିମନ୍ତେ ଦୁଇ ଦୁଇ ଜଣ ରହିଲେ ।
|
20. ପୁଣି ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ଵରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା ।
|
21. ଲାଦନର ସନ୍ତାନଗଣ; ଲାଦନ ସମ୍ଵନ୍ଧୀୟ ଗେର୍ଶୋନୀୟ-ସନ୍ତାନଗଣ, ଗେର୍ଶୋନୀୟ ଲାଦନ ସମ୍ଵନ୍ଧୀୟ ପିତୃବଂଶପ୍ରଧାନଗଣ; ଯଥା,
|
25. ପୁଣି ତାହାର ଭ୍ରାତୃଗଣ; ଇଲୀୟେଷରର ପୁତ୍ର ରହବୀୟ ଓ ତାହାର ପୁତ୍ର ଯିଶାୟାହ ଓ ତାହାର ପୁତ୍ର ଯୋରାମ୍ ଓ ତାହାର ପୁତ୍ର ସିଖ୍ରି ଓ ତାହାର ପୁତ୍ର ଶଲୋମୀତ୍ ।
|
26. ଦାଉଦ ରାଜା ଓ ପିତୃବଂଶପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍ ଓ ତାହାର ଭ୍ରାତୃଗଣ ସେହିସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ ।
|
28. ପୁଣି ଶାମୁୟେଲ ଦର୍ଶକ ଓ କୀଶ୍ର ପୁତ୍ର ଶାଉଲ ଓ ନେର୍ର ପୁତ୍ର ଅବ୍ନର, ସରୁୟାର ପୁତ୍ର ଯୋୟାବ୍ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା ।
|
29. ଯିଷ୍ହରୀୟମାନଙ୍କ ମଧ୍ୟରୁ କନନୀୟ ଓ ତାହାର ପୁତ୍ରଗଣ ବାହାର କାର୍ଯ୍ୟ ନିମନ୍ତେ ଇସ୍ରାଏଲ ଉପରେ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ହେଲେ ।
|
30. ହିବ୍ରୋଣୀୟମାନଙ୍କ ମଧ୍ୟରୁ ହିଷ୍ବୀୟ ଓ ତାହାର ଭ୍ରାତୃଗଣ ଏକ ସହସ୍ର ସାତ ଶହ ବିକ୍ରମୀ ପୁରୁଷ ସଦାପ୍ରଭୁଙ୍କର ସକଳ କାର୍ଯ୍ୟ ଓ ରାଜସେବା ନିମନ୍ତେ ଯର୍ଦ୍ଦନ ସେପାରି ପଶ୍ଚିମଦିଗରେ ଇସ୍ରାଏଲର ତତ୍ତ୍ଵାବଧାରକ ଥିଲେ ।
|
31. ହିବ୍ରୋଣୀୟମାନଙ୍କ ପିତୃବଂଶାନୁଯାୟୀ ବଂଶାବଳୀରେ ଯିରୀୟ ହିବ୍ରୋଣୀୟମାନଙ୍କ ମଧ୍ୟରେ ପ୍ରଧାନ ଥିଲା । ଦାଉଦଙ୍କର ଅଧିକାରର ଚାଳିଶ ବର୍ଷରେ ସେମାନଙ୍କର ଅନୁସନ୍ଧାନ କରାଯାʼନ୍ତେ, ସେମାନଙ୍କ ମଧ୍ୟରେ ଗିଲୀୟଦସ୍ଥ ଯାସେରରେ ମହାବିକ୍ରମଶାଳୀ ଲୋକମାନେ ଦେଖାଗଲେ ।
|
32. ଆଉ ଯିରୀୟର ଭ୍ରାତୃଗଣ ବିକ୍ରମଶାଳୀ, ପିତୃବଂଶ-ପ୍ରଧାନ, ଦୁଇ ସହସ୍ର ସାତ ଶହ ଲୋକ ଥିଲେ; ଦାଉଦ ରାଜା ସେମାନଙ୍କୁ ପରମେଶ୍ଵରଙ୍କ ସମ୍ଵନ୍ଧୀୟ ସକଳ ବିଷୟ ନିମନ୍ତେ ଓ ରାଜକାର୍ଯ୍ୟ ନିମନ୍ତେ ରୁବେନୀୟ ଓ ଗାଦୀୟ-ମାନଙ୍କ ଓ ମନଃଶିର ଅର୍ଦ୍ଧବଂଶ ଉପରେ ନିଯୁକ୍ତ କଲେ ।
|