2. ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ବିଜାତି ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ ।
|
3. ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ଵରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ ‘ଯୀଶୁ ଅଭିଶପ୍ତʼ ବୋଲି କୁହେ ନାହିଁ, ପୁଣି କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ ‘ଯୀଶୁ ପ୍ରଭୁʼ ବୋଲି କହି ପାରେ ନାହିଁ ।
|
10. ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ ।
|
11. କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ପୃଥକ୍ ପୃଥକ୍ ରୂପେ ଦାନ ବିତରଣ କରି ଏହିସମସ୍ତ କର୍ମ ସାଧନ କରନ୍ତି ।
|
12. କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ ।
|
13. ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ଵାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ଵାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ ।
|
15. ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ ।
|
16. ପୁଣି କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ ।
|
21. ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହି ପାରେ ନାହିଁ, କିଅବା ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହି ପାରେ ନାହିଁ ।
|
22. ବରଂ ଅନ୍ୟ ପକ୍ଷରେ ଶରୀରର ଯେସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅଧିକ ଦୁର୍ବଳ ବୋଲି ବୋଧ ହୁଏ, ସେହିସବୁ ଏକା; ପ୍ରୟୋଜନୀୟ;
|
23. ପୁଣି, ଶରୀରର ଯେଉଁସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହିସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅସୁନ୍ଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ,
|
25. ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ଵର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି ।
|
26. ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାʼର ସହିତ ଦୁଃଖଭୋଗ କରନ୍ତି, କିମ୍ଵା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାʼର ସହିତ ଆନନ୍ଦ କରନ୍ତି ।
|
28. ପୁଣି, ଈଶ୍ଵର ମଣ୍ତଳୀରେ ପ୍ରଥମରେ ପ୍ରେରିତ, ଦ୍ଵିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଶକ୍ତିର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି ।
|
30. ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି?
|
31. କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକା; ଚେଷ୍ଟା କର । ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି ।
|