ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
1. ଆହୁରି ମଧ୍ୟ ଈଶ୍ଵରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ ।
2. କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ ।” ଦେଖ, ଏବେ ମହା ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ ।
3. ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,
4. ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,
5. ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ,
6. ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳ ଭାବରେ, ପବିତ୍ର ଆତ୍ମାଙ୍କଠାରେ, ଅକପଟ ପ୍ରେମରେ,
7. ସତ୍ୟ ବାକ୍ୟରେ, ଈଶ୍ଵରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମ ହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ର ଦ୍ଵାରା,
8. ଗୌରବ ଓ ଅନାଦର ଦ୍ଵାରା, ଅଖ୍ୟାତି ଓ ସୁଖ୍ୟାତି ଦ୍ଵାରା, ପ୍ରତାରକ ତୁଲ୍ୟ, ଅଥଚ ସତ୍ୟବାଦୀ,
9. ଅପରିଚିତ ତୁଲ୍ୟ, ଅଥଚ ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥଚ ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ,
10. ଅଥଚ ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥଚ ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ଵରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ ।
11. ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି ।
12. ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ସଙ୍କୁଚିତ ନୁହେଁ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ ।
13. ନିଜର ସନ୍ତାନମାନଙ୍କୁ କହିବା ପରି ମୁଁ କହୁଅଛି, ଅନୁରୂପ ପ୍ରତିଦାନ ନିମନ୍ତେ ତୁମ୍ଭେମାନେ ମଧ୍ୟ ପ୍ରଶସ୍ତମନା ହୁଅ ।
14. ଅବିଶ୍ଵାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଯୋଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା?
15. ବିଲିୟାର୍ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ଵା ଅବିଶ୍ଵାସୀ ସହିତ ବିଶ୍ଵାସୀର କି ଅଂଶ?
16. ପ୍ରତିମା ସହିତ ଈଶ୍ଵରଙ୍କ ମନ୍ଦିରର କି ସମ୍ଵନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ଵରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ଵର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ଵର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ ।
17. ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା,”
18. ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି ।

Notes

No Verse Added

Total 13 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 13
1 2 3 4 5 6 7 8 9 10 11 12 13
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:33
1 ଆହୁରି ମଧ୍ୟ ଈଶ୍ଵରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ । 2 କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ ।” ଦେଖ, ଏବେ ମହା ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ । 3 ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ, 4 ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ, 5 ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ, 6 ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳ ଭାବରେ, ପବିତ୍ର ଆତ୍ମାଙ୍କଠାରେ, ଅକପଟ ପ୍ରେମରେ, 7 ସତ୍ୟ ବାକ୍ୟରେ, ଈଶ୍ଵରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମ ହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ର ଦ୍ଵାରା, 8 ଗୌରବ ଓ ଅନାଦର ଦ୍ଵାରା, ଅଖ୍ୟାତି ଓ ସୁଖ୍ୟାତି ଦ୍ଵାରା, ପ୍ରତାରକ ତୁଲ୍ୟ, ଅଥଚ ସତ୍ୟବାଦୀ, 9 ଅପରିଚିତ ତୁଲ୍ୟ, ଅଥଚ ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥଚ ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ, 10 ଅଥଚ ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥଚ ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ଵରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ । 11 ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି । 12 ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ସଙ୍କୁଚିତ ନୁହେଁ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ । 13 ନିଜର ସନ୍ତାନମାନଙ୍କୁ କହିବା ପରି ମୁଁ କହୁଅଛି, ଅନୁରୂପ ପ୍ରତିଦାନ ନିମନ୍ତେ ତୁମ୍ଭେମାନେ ମଧ୍ୟ ପ୍ରଶସ୍ତମନା ହୁଅ । 14 ଅବିଶ୍ଵାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଯୋଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା? 15 ବିଲିୟାର୍ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ଵା ଅବିଶ୍ଵାସୀ ସହିତ ବିଶ୍ଵାସୀର କି ଅଂଶ? 16 ପ୍ରତିମା ସହିତ ଈଶ୍ଵରଙ୍କ ମନ୍ଦିରର କି ସମ୍ଵନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ଵରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ଵର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ଵର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ । 17 ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା,” 18 ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି ।
Total 13 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 13
1 2 3 4 5 6 7 8 9 10 11 12 13
Common Bible Languages
West Indian Languages
×

Alert

×

oriya Letters Keypad References