2. ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରୀୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ ।
|
3. ତେଣୁସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୋ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି ।
|
4. କିନ୍ତୁ ଯୀଶୁ ତାହା ଶୁଣି କହିଲେ, ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ଵରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ଦ୍ଵାରା ଈଶ୍ଵରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି ।
|
6. ଅତଏବ, ସେ ପୀଡ଼ିତ ଅଛନ୍ତି ବୋଲି ଯେତେବେଳେ ସେ ଶୁଣିଲେ, ସେତେବେଳେ ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ଦୁଇ ଦିନ ରହିଗଲେ ।
|
8. ଶିଷ୍ୟମାନେ ତାହାଙ୍କୁ କହିଲେ, ହେ ଗୁରୁ, ଯିହୁଦୀମାନେ ଏବେ ଆପଣଙ୍କୁ ପଥର ଫୋପାଡ଼ିବାକୁ ଚେଷ୍ଟା କରୁଥିଲେ, ପୁଣି ଆପଣ ଆଉ ଥରେ ସେଠାକୁ ଯାଉଅଛନ୍ତି?
|
9. ଯୀଶୁ ଉତ୍ତର ଦେଲେ, ଦିନରେ କଅଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ;
|
11. ସେ ଏସମସ୍ତ କଥା କହିଲା ଉତ୍ତାରେ ସେମାନଙ୍କୁ ଆହୁରି କହିଲେ, ଆମ୍ଭମାନଙ୍କ ବନ୍ଧୁ ଲାଜାର ନିଦ୍ରା ଯାଇଅଛନ୍ତି, କିନ୍ତୁ ତାଙ୍କୁ ନିଦ୍ରାରୁ ଉଠାଇବା ନିମନ୍ତେ ମୁଁ ଯାଉଅଛି ।
|
13. ଯୀଶୁ ତାଙ୍କର ମୃତ୍ୟୁ ବିଷୟରେ କହିଲେ, କିନ୍ତୁ ସେ ନିଦ୍ରାରେ ଶୋଇପଡ଼ିବା ବିଷୟରେ କହିଲେ ବୋଲି ସେମାନେ ମନେ କଲେ ।
|
15. ଆଉ, ମୁଁ ଯେ ସେସ୍ଥାନରେ ନ ଥିଲି, ଏଥିସକାଶେ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, ଯେପରି ତୁମ୍ଭେମାନେ ବିଶ୍ଵାସ କରିବ; କିନ୍ତୁ ଚାଲ, ଆମ୍ଭେମାନେ ତାଙ୍କ ନିକଟକୁ ଯିବା ।
|
16. ସେଥିରେ ଥୋମା, ଯାହାଙ୍କୁ ଦିଦୁମ ବୋଲି କହନ୍ତି, ସେ ଆପଣା ସଙ୍ଗୀ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ମଧ୍ୟ ଯାଇ ତାହାଙ୍କ ସାଙ୍ଗରେ ମରିବା ।
|
19. ଆଉ, ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରୀୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ଵନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ ।
|
20. ସେଥିରେ ଯୀଶୁ ଆସିଅଛନ୍ତି ବୋଲି ଯେତେବେଳେ ମାର୍ଥା ଶୁଣିଲେ, ସେତେବେଳେ ସେ ତାହାଙ୍କୁ ଭେଟିବାକୁ ଗଲେ, କିନ୍ତୁ ମରୀୟମ ଗୃହରେ ବସି ରହିଲେ ।
|
21. ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୋ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋହର ଭାଇ ମରି ନ ଥାʼନ୍ତା ।
|
25. ଯୀଶୁ ତାଙ୍କୁ କହିଲେ, ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼଠାରେ ବିଶ୍ଵାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,
|
27. ସେ ତାହାଙ୍କୁ କହିଲେ, ହଁ, ପ୍ରଭୋ, ଯାହାଙ୍କର ଜଗତକୁ ଆଗମନ କରିବାର ଥିଲା, ଆପଣ ଯେ ଈଶ୍ଵରଙ୍କ ପୁତ୍ର ସେହି ଖ୍ରୀଷ୍ଟ, ଏହା ମୋହର ବିଶ୍ଵାସ ।
|
28. ଏହା କହିଲା ଉତ୍ତାରେ ସେ ଯାଇ ଆପଣା ଭଉଣୀ ମରୀୟମଙ୍କୁ ଗୋପନରେ ଡାକି କହିଲେ, ଗୁରୁ ଆସିଲେଣି ଆଉ ତୋତେ ଡାକୁଅଛନ୍ତି ।
|
30. ଯୀଶୁ ସେତେବେଳେ ଗ୍ରାମ ଭିତରକୁ ଆସି ନ ଥିଲେ, କିନ୍ତୁ ମାର୍ଥା ତାହାଙ୍କୁ ଯେଉଁ ସ୍ଥାନରେ ଭେଟିଥିଲେ, ସେପର୍ଯ୍ୟନ୍ତ ସେ ସେହି ସ୍ଥାନରେ ଥିଲେ ।
|
31. ଅତଏବ, ଯେଉଁ ଯିହୁଦୀମାନେ ତାଙ୍କ ସହିତ ଗୃହରେ ଥାଇ ତାଙ୍କୁ ସାନ୍ତ୍ଵନା ଦେଉଥିଲେ, ସେମାନେ ମରୀୟମଙ୍କୁ ଶୀଘ୍ର ଉଠି ବାହାରିଯିବା ଦେଖି, ସେ ସମାଧି ନିକଟରେ ରୋଦନ କରିବା ନିମନ୍ତେ ଯାଉଅଛନ୍ତି, ଏହା ମନେ କରି ତାଙ୍କ ପଛେ ପଛେ ଗଲେ ।
|
32. ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରୀୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୋ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋʼ ଭାଇ ମରି ନ ଥାʼନ୍ତା ।
|
33. ଅତଏବ, ଯୀଶୁ ତାଙ୍କୁ ଓ ତାଙ୍କ ସହିତ ଆସିଥିବା ଯିହୁଦୀମାନଙ୍କୁ ରୋଦନ କରୁଥିବା ଦେଖି ଆତ୍ମାରେ ଉତ୍ତେଜିତ ହେଲେ, ପୁଣି କର୍ତ୍ତବ୍ୟ ସାଧନ ନିମନ୍ତେ ଦୃଢ଼ ସଂକଳ୍ପରେ ପଚାରିଲେ,
|
37. କିନ୍ତୁ ସେମାନଙ୍କ ମଧ୍ୟରେ କେହି କେହି କହିଲେ, ଏହି ଯେଉଁ ବ୍ୟକ୍ତି ସେହି ଅନ୍ଧର ଆଖି ଫିଟାଇଥିଲେ, ସେ କଅଣ ଏହାର ମୃତ୍ୟୁ ମଧ୍ୟ ନିବାରଣ କରି ପାରି ନ ଥାଆନ୍ତେ?
|
38. ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି ତାʼ ମୁହଁରେ ଗୋଟାଏ ପଥର ଥିଲା ।
|
39. ଯୀଶୁ କହିଲେ, ଏହି ପଥର ଘୁଞ୍ଚାଇଦିଅ । ମୃତ ବ୍ୟକ୍ତିଙ୍କ ଭଗ୍ନୀ ମାର୍ଥା ତାହାଙ୍କୁ କହିଲେ, ପ୍ରଭୋ, ସେ ବାସିଗଲାଣି, କାରଣ ସେ ଚାରି ଦିନ ହେଲା ମଲାଣି ।
|
40. ଯୀଶୁ ତାଙ୍କୁ କହିଲେ, ଯଦି ତୁମ୍ଭେ ବିଶ୍ଵାସ କର, ତାହାହେଲେ ଈଶ୍ଵରଙ୍କ ମହିମା ଦେଖିବ, ଏହା କଅଣ ମୁଁ ତୁମ୍ଭକୁ କହିଲି ନାହିଁ? ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ ।
|
41. ଆଉ, ଯୀଶୁ ଊର୍ଦ୍ଧ୍ଵଦୃଷ୍ଟି କରି କହିଲେ, ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ।
|
42. ତୁମ୍ଭେ ଯେ ସର୍ବଦା ମୋହର ପ୍ରାର୍ଥନା ଶୁଣିଥାଅ, ଏହା ମୁଁ ଜାଣିଥିଲି; କିନ୍ତୁ ଯେଉଁ ଲୋକସମୂହ ଚତୁର୍ଦ୍ଦିଗରେ ଠିଆ ହୋଇଅଛନ୍ତି, ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ସେମାନେ ଯେପରି ବିଶ୍ଵାସ କରିବେ, ଏଥିପାଇଁ ସେମାନଙ୍କ ହେତୁ ମୁଁ ଏହା କହିଲି ।
|
44. ମୃତ ଲୋକଟି ବାହାରି ଆସିଲେ; ତାଙ୍କ ହାତ ଓ ପାଦ ସମାଧିବସ୍ତ୍ରରେ ବନ୍ଧା ହୋଇଥିଲା, ପୁଣି ତାଙ୍କ ମୁଖରେ ଖଣ୍ତେ ଗାମୁଛା ଗୁଡ଼ା ହୋଇଥିଲା । ଯୀଶୁ ସେମାନଙ୍କୁ କହିଲେ, ଏହାଙ୍କ ବନ୍ଧନ ଫିଟାଇ ଚାଲିଯିବାକୁ ଦିଅ ।
|
45. ଅତଏବ, ଯିହୁଦୀମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍ ଯେଉଁମାନେ ମରୀୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ଵାସ କଲେ;
|
46. ପୁଣି, ସେମାନଙ୍କ ମଧ୍ୟରୁ କେହି କେହି ଫାରୂଶୀମାନଙ୍କ ନିକଟକୁ ଯାଇ, ଯୀଶୁ ଯାହା ଯାହା କରିଥିଲେ, ସେହିସବୁ ସେମାନଙ୍କୁ ଜଣାଇଲେ ।
|
47. ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ଵାନ କରି କହିଲେ, ଆମ୍ଭେମାନେ କଅଣ କରୁଅଛୁ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି ।
|
48. ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ଵାସ କରିବେ, ଆଉ ରୋମୀୟମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ ।
|
49. କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍, କୟାଫା ନାମକ ସେହି ବର୍ଷର ମହାଯାଜକ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଜାଣ ନାହିଁ;
|
50. ସମୁଦାୟ ଜାତି ବିନଷ୍ଟ ନ ହୋଇ ଲୋକସାଧାରଣଙ୍କ ନିମନ୍ତେ ଜଣେ ଯେ ମରିବା ତୁମ୍ଭମାନଙ୍କ ପକ୍ଷରେ ମଙ୍ଗଳଜନକ, ଏହା ମଧ୍ୟ ତୁମ୍ଭେମାନେ ବିଚାର କରୁ ନାହଁ ।
|
52. ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ଵରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ ।
|
54. ଅତଏବ, ଯୀଶୁ ଯିହୁଦୀମାନଙ୍କ ମଧ୍ୟରେ ଆଉ ପ୍ରକାଶରେ ଗମନାଗମନ କଲେ ନାହିଁ, କିନ୍ତୁ ସେ ସେସ୍ଥାନରୁ ବାହାରିଯାଇ ପ୍ରାନ୍ତର ନିକଟରେ ଥିବା ଅଞ୍ଚଳର ଏଫ୍ରୟିମ ନାମକ ଗୋଟିଏ ନଗରକୁ ପ୍ରସ୍ଥାନ କଲେ, ଆଉ ସେ ଶିଷ୍ୟମାନଙ୍କ ସହିତ ସେଠାରେ ରହିଲେ ।
|
55. ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମକୁ ଯାତ୍ରା କଲେ ।
|
56. ସେଥିରେ ସେମାନେ ଯୀଶୁଙ୍କର ଅନ୍ଵେଷଣ କରୁ କରୁ ମନ୍ଦିରରେ ଠିଆ ହୋଇଥିବା ସମୟରେ ପରସ୍ପର କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ମନେ କରୁଅଛ? ସେ କି ପର୍ବକୁ ଆସିବେ ନାହିଁ?
|
57. ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ ।
|