1. ଦାଉଦଙ୍କର ଗାନାର୍ଥକ ଗୀତ । ହେ ପରମେଶ୍ଵର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି ।
|
3. ହେ ସଦାପ୍ରଭୋ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ଓ ମୁଁ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି ।
|
6. ଯେପରି ତୁମ୍ଭର ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କରି ଆମ୍ଭମାନଙ୍କୁ ଉତ୍ତର ଦିଅ ।
|
7. ପରମେଶ୍ଵର ଆପଣା ପବିତ୍ରତାରେ କହିଅଛନ୍ତି; ଆମ୍ଭେ ଉଲ୍ଲାସ କରିବା; ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍କୋତ ଉପତ୍ୟକା ମାପିବି ।
|
11. ହେ ପରମେଶ୍ଵର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ପୁଣି, ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ ।
|