ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ । ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ଵରରେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର ।
2. କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା ।
3. ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ ।
4. ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ଵରୂପ । ଣ [ସେଲା
5. ପରମେଶ୍ଵର ଜୟଧ୍ଵନିରେ, ସଦାପ୍ରଭୁ ତୂରୀଧ୍ଵନିରେ ଊର୍ଦ୍ଧ୍ଵକୁ ବିଜେ କରିଅଛନ୍ତି ।
6. ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର ।
7. କାରଣ ପରମେଶ୍ଵର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର ।
8. ପରମେଶ୍ଵର ଗୋଷ୍ଠୀବର୍ଗ ଉପରେ ରାଜତ୍ଵ କରନ୍ତି; ପରମେଶ୍ଵର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ ।
9. ଅବ୍ରହାମର ପରମେଶ୍ଵରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି । କାରଣ ପୃଥିବୀର ଢାଲସବୁ ପରମେଶ୍ଵରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି ।

Notes

No Verse Added

Total 150 Chapters, Current Chapter 47 of Total Chapters 150
ଗୀତସଂହିତା 47:5
1. ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ଵରରେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର
2. କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା
3. ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ
4. ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ଵରୂପ ସେଲା
5. ପରମେଶ୍ଵର ଜୟଧ୍ଵନିରେ, ସଦାପ୍ରଭୁ ତୂରୀଧ୍ଵନିରେ ଊର୍ଦ୍ଧ୍ଵକୁ ବିଜେ କରିଅଛନ୍ତି
6. ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର
7. କାରଣ ପରମେଶ୍ଵର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର
8. ପରମେଶ୍ଵର ଗୋଷ୍ଠୀବର୍ଗ ଉପରେ ରାଜତ୍ଵ କରନ୍ତି; ପରମେଶ୍ଵର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ
9. ଅବ୍ରହାମର ପରମେଶ୍ଵରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି କାରଣ ପୃଥିବୀର ଢାଲସବୁ ପରମେଶ୍ଵରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି
Total 150 Chapters, Current Chapter 47 of Total Chapters 150
×

Alert

×

oriya Letters Keypad References