ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ବଂଶୀ ଯନ୍ତ୍ରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୋʼ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର ।
2. ହେ ମୋହର ରାଜନ୍, ହେ ମୋହର ପରମେଶ୍ଵର, ମୋହର ଆର୍ତ୍ତରବରେ ମନୋଯୋଗ କର; କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ ।
3. ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ଉଦ୍ଦେଶ୍ୟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି ।
4. କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ଵର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ ।
5. ଅହଂକାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କି ଘୃଣା କରୁଅଛ ।
6. ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି ।
7. ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି ।
8. ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର ।
9. କାରଣ ସେମାନଙ୍କ ମୁଖରେ କିଛି ବିଶ୍ଵସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ଵରୂପ; ସେମାନେ ଜିହ୍ଵାରେ ଚାଟୁବାଦ କରନ୍ତି ।
10. ହେ ପରମେଶ୍ଵର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ଵାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି ।
11. ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ, ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ଵନି କରନ୍ତୁ, କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ ।
12. ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୋ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ ।

Notes

No Verse Added

Total 150 Chapters, Current Chapter 5 of Total Chapters 150
ଗୀତସଂହିତା 5:27
1. ପ୍ରଧାନ ବାଦ୍ୟକର ନିମନ୍ତେ ବଂଶୀ ଯନ୍ତ୍ରରେ ଦାଉଦଙ୍କର ଗୀତ ହେ ସଦାପ୍ରଭୋ, ମୋʼ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର
2. ହେ ମୋହର ରାଜନ୍, ହେ ମୋହର ପରମେଶ୍ଵର, ମୋହର ଆର୍ତ୍ତରବରେ ମନୋଯୋଗ କର; କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ
3. ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ଉଦ୍ଦେଶ୍ୟରେ ଆପଣା ପ୍ରାର୍ଥନା ସଜାଇବି ଜଗି ରହିବି
4. କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ଵର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ
5. ଅହଂକାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କି ଘୃଣା କରୁଅଛ
6. ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ରକ୍ତପିପାସୁ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି
7. ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି
8. ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର
9. କାରଣ ସେମାନଙ୍କ ମୁଖରେ କିଛି ବିଶ୍ଵସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ଵରୂପ; ସେମାନେ ଜିହ୍ଵାରେ ଚାଟୁବାଦ କରନ୍ତି
10. ହେ ପରମେଶ୍ଵର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ଵାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି
11. ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ, ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ଵନି କରନ୍ତୁ, କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ
12. ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୋ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ
Total 150 Chapters, Current Chapter 5 of Total Chapters 150
×

Alert

×

oriya Letters Keypad References