ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
1. ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ଵରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା ।
2. ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ଵରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ଵାରା ପରିବର୍ତ୍ତିତ ହୁଅ ।
3. କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ଵାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ଵର ଯାହାକୁ ଯେ ପରିମାଣରେ ବିଶ୍ଵାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର ।
4. କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗ-ପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକପ୍ରକାର ନୁହେଁ,
5. ସେହିପରି ଅନେକ ଯେ ଆମ୍ଭେମାନେ, ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ ।
6. ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ଵାସର ପରିମାଣ ଅନୁସାରେ ଭାବବାଣୀ କହୁ;
7. କିମ୍ଵା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ;
8. ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ଵାବଧାନ କରେ, ସେ ଯନି ସହକାରେ ତତ୍ତ୍ଵାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ ।
9. ପ୍ରେମ ନିଷ୍କପଟ ହେଉ । ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
10. ଭ୍ରାତୃପ୍ରେମରେ ପରସ୍ପର ପ୍ରତି ସ୍ନେହଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
11. ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
12. ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ; ପ୍ରାର୍ଥନାରେ ଏକାଗ୍ର ଭାବରେ ନିବିଷ୍ଟ ଥାଅ;
13. ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ-ସତ୍କାରରେ ବ୍ରତୀ ହୁଅ ।
14. ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ ।
15. ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର ।
16. ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ ।
17. ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର;
18. ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ ।
19. ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, ‘ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବାʼ ।
20. ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାକୁ ଭୋଜନ କରାଅ; ଯଦି ସେ ତୃଷିତ ତାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାʼର ମସ୍ତକ ଉପରେ ଜ୍ଵଳନ୍ତା ଅଙ୍ଗାର ଗଦା କରିବ ।
21. କୁକ୍ରିୟାରେ ପରାଜିତ ନ ହୋଇ ସୁକ୍ରିୟାରେ କୁକ୍ରିୟାକୁ ପରାଜୟ କର ।

Notes

No Verse Added

Total 16 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 16
1 2 3
4 5 6 7 8 9 10 11 12 13 14 15 16
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:9
1 ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ଵରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା । 2 ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ଵରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ଵାରା ପରିବର୍ତ୍ତିତ ହୁଅ । 3 କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ଵାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ଵର ଯାହାକୁ ଯେ ପରିମାଣରେ ବିଶ୍ଵାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର । 4 କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗ-ପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକପ୍ରକାର ନୁହେଁ, 5 ସେହିପରି ଅନେକ ଯେ ଆମ୍ଭେମାନେ, ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ । 6 ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ଵାସର ପରିମାଣ ଅନୁସାରେ ଭାବବାଣୀ କହୁ; 7 କିମ୍ଵା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ; 8 ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ଵାବଧାନ କରେ, ସେ ଯନି ସହକାରେ ତତ୍ତ୍ଵାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ । 9 ପ୍ରେମ ନିଷ୍କପଟ ହେଉ । ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ; 10 ଭ୍ରାତୃପ୍ରେମରେ ପରସ୍ପର ପ୍ରତି ସ୍ନେହଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର; 11 ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର; 12 ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ; ପ୍ରାର୍ଥନାରେ ଏକାଗ୍ର ଭାବରେ ନିବିଷ୍ଟ ଥାଅ; 13 ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ-ସତ୍କାରରେ ବ୍ରତୀ ହୁଅ । 14 ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ । 15 ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର । 16 ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ । 17 ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର; 18 ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ । 19 ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, ‘ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବାʼ । 20 ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାକୁ ଭୋଜନ କରାଅ; ଯଦି ସେ ତୃଷିତ ତାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାʼର ମସ୍ତକ ଉପରେ ଜ୍ଵଳନ୍ତା ଅଙ୍ଗାର ଗଦା କରିବ । 21 କୁକ୍ରିୟାରେ ପରାଜିତ ନ ହୋଇ ସୁକ୍ରିୟାରେ କୁକ୍ରିୟାକୁ ପରାଜୟ କର ।
Total 16 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 16
1 2 3
4 5 6 7 8 9 10 11 12 13 14 15 16
Common Bible Languages
West Indian Languages
×

Alert

×

oriya Letters Keypad References