3. ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ଵରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି ।
|
4. ମୋତେ ଆକର୍ଷଣ କର; ଆମ୍ଭେମାନେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା । ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି ।
|
5. ଆଗୋ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ଵୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ ।
|
6. ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋʼ ପ୍ରତି କୁଦୃଷ୍ଟି କର ନାହିଁ । ମୋʼ ମାତାର ସନ୍ତାନଗଣ ମୋʼ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ ।
|
7. ହେ ମୋʼ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି?
|
8. ଆଗୋ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯେବେ ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ପ.ଗୀ.୫:୯ ଓ ମେଷପାଳମାନଙ୍କ ତମ୍ଵୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ ।
|