ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ପ୍ରଥମ ବଂଶାବଳୀ
1. ଏଥିଉତ୍ତାରେ ଦାଉଦ ସହସ୍ରପତିମାନଙ୍କର, ଶତପତିମାନଙ୍କର ଓ ସମସ୍ତ ଅଧ୍ୟକ୍ଷଙ୍କ ସହିତ ମନ୍ତ୍ରଣା କଲେ ।
2. ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, ଯେବେ ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯେବେ ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମିବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ ।
3. ପୁଣି ଆମ୍ଭମାନଙ୍କ ପରମେଶ୍ଵରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ଵେଷଣ କରିନାହୁଁ।
4. ତହିଁରେ ସମଗ୍ର ସମାଜ ସେପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା ।
5. ତହୁଁ କିରୀୟତ୍-ଯୀୟାରୀମରୁ ପରମେଶ୍ଵରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ ।
6. ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ଵରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍, କିରୀୟତ୍-ଯୀୟାରୀମରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେସ୍ଥାନକୁ ଗଲେ ।
7. ପୁଣି ସେମାନେ ଗୋଟିଏ ନୂତନ ଶକଟରେ ପରମେଶ୍ଵରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବହି ଆଣିଲେ; ଆଉ ଉଷ ଓ ଅହୀୟୋ ଶକଟ ଚଳାଇଲେ ।
8. ପୁଣି ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ଵରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ ।
9. ଆଉ ସେମାନେ କୀଦୋନ୍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା ।
10. ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ହେତୁରୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ଵରଙ୍କ ସାକ୍ଷାତରେ ମଲା ।
11. ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି ।
12. ଆଉ ଦାଉଦ ସେହି ଦିନ ପରମେଶ୍ଵରଙ୍କ ବିଷୟରେ ଭୟ ପାଇ କହିଲେ, ମୁଁ କିରୂପେ ପରମେଶ୍ଵରଙ୍କ ସିନ୍ଦୁକ ମୋʼ କତିକି ଗୃହକୁ ଆଣିବି?
13. ତହୁଁ ଦାଉଦ ଦାଉଦ-ନଗରକୁ ଆପଣା କତିକି ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍-ଇଦୋମର ଗୃହରେ ରଖିଲେ ।
14. ତହିଁରେ ପରମେଶ୍ଵରଙ୍କ ସିନ୍ଦୁକ ଓବେଦ୍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ୍-ଇଦୋମର ଗୃହକୁ ଓ ତାହାର ସର୍ବସ୍ଵକୁ ଆଶୀର୍ବାଦ କଲେ ।
Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 29
1 ଏଥିଉତ୍ତାରେ ଦାଉଦ ସହସ୍ରପତିମାନଙ୍କର, ଶତପତିମାନଙ୍କର ଓ ସମସ୍ତ ଅଧ୍ୟକ୍ଷଙ୍କ ସହିତ ମନ୍ତ୍ରଣା କଲେ । 2 ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, ଯେବେ ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯେବେ ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମିବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ । 3 ପୁଣି ଆମ୍ଭମାନଙ୍କ ପରମେଶ୍ଵରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ଵେଷଣ କରିନାହୁଁ। 4 ତହିଁରେ ସମଗ୍ର ସମାଜ ସେପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା । 5 ତହୁଁ କିରୀୟତ୍-ଯୀୟାରୀମରୁ ପରମେଶ୍ଵରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ । 6 ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ଵରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍, କିରୀୟତ୍-ଯୀୟାରୀମରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେସ୍ଥାନକୁ ଗଲେ । 7 ପୁଣି ସେମାନେ ଗୋଟିଏ ନୂତନ ଶକଟରେ ପରମେଶ୍ଵରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବହି ଆଣିଲେ; ଆଉ ଉଷ ଓ ଅହୀୟୋ ଶକଟ ଚଳାଇଲେ । 8 ପୁଣି ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ଵରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ । 9 ଆଉ ସେମାନେ କୀଦୋନ୍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା । 10 ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ହେତୁରୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ଵରଙ୍କ ସାକ୍ଷାତରେ ମଲା । 11 ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି । 12 ଆଉ ଦାଉଦ ସେହି ଦିନ ପରମେଶ୍ଵରଙ୍କ ବିଷୟରେ ଭୟ ପାଇ କହିଲେ, ମୁଁ କିରୂପେ ପରମେଶ୍ଵରଙ୍କ ସିନ୍ଦୁକ ମୋʼ କତିକି ଗୃହକୁ ଆଣିବି? 13 ତହୁଁ ଦାଉଦ ଦାଉଦ-ନଗରକୁ ଆପଣା କତିକି ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍-ଇଦୋମର ଗୃହରେ ରଖିଲେ । 14 ତହିଁରେ ପରମେଶ୍ଵରଙ୍କ ସିନ୍ଦୁକ ଓବେଦ୍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ୍-ଇଦୋମର ଗୃହକୁ ଓ ତାହାର ସର୍ବସ୍ଵକୁ ଆଶୀର୍ବାଦ କଲେ ।
Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 29
×

Alert

×

Oriya Letters Keypad References