ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିଶାଇୟ
1. ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ଵଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ଵାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ଵାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ଵରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ଵେଷଣ ନ କରନ୍ତି ⇧, ସେମାନେ ସନ୍ତାପର ପାତ୍ର!
2. ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ ।
3. ମିସ୍ରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ଵର ନୁହନ୍ତି ଓ ସେମାନଙ୍କ ଅଶ୍ଵଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି; ପୁଣି, ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ ।
4. କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକା ଗଲେ ହେଁ ସେ ସେମାନଙ୍କ ରବରେ ଉଦ୍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ ।
5. ଯେପରି ପକ୍ଷୀମାନେ ଉଡ଼ି ଉଡ଼ି (ରକ୍ଷା କରନ୍ତି), ସେପରି ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମକୁ ରକ୍ଷା କରିବେ; ସେ ତାହାକୁ ରକ୍ଷା କରି ଉଦ୍ଧାର କରିବେ, ସେ ତାହାକୁ ନିସ୍ତାର କରି ରକ୍ଷା କରିବେ ।
6. ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ ।
7. କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ଵର୍ଣ୍ଣ-ପ୍ରତିମାରୂପ ପାପବସ୍ତୁ ପକାଇ ଦେବ ।
8. ସେସମୟରେ ଅଶୂରୀୟ ଖଡ଼୍‍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ଼୍‍ଗରେ ନୁହେଁନ୍ତ ପୁଣି, ଖଡ଼୍‍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ଼୍‍ଗ ନୁହେଁ; ଆଉ, ସେ ଖଡ଼୍‍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ ।
9. ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ଵଜା ଦେଖି ଉଦ୍ବିଗ୍ନ ହେବେ, ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ତ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି ।

ରେକର୍ଡଗୁଡିକ

Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 31 / 66
1 ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ଵଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ଵାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ଵାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ଵରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ଵେଷଣ ନ କରନ୍ତି ⇧, ସେମାନେ ସନ୍ତାପର ପାତ୍ର! 2 ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ । 3 ମିସ୍ରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ଵର ନୁହନ୍ତି ଓ ସେମାନଙ୍କ ଅଶ୍ଵଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି; ପୁଣି, ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ । 4 କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକା ଗଲେ ହେଁ ସେ ସେମାନଙ୍କ ରବରେ ଉଦ୍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ । 5 ଯେପରି ପକ୍ଷୀମାନେ ଉଡ଼ି ଉଡ଼ି (ରକ୍ଷା କରନ୍ତି), ସେପରି ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମକୁ ରକ୍ଷା କରିବେ; ସେ ତାହାକୁ ରକ୍ଷା କରି ଉଦ୍ଧାର କରିବେ, ସେ ତାହାକୁ ନିସ୍ତାର କରି ରକ୍ଷା କରିବେ । 6 ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ । 7 କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ଵର୍ଣ୍ଣ-ପ୍ରତିମାରୂପ ପାପବସ୍ତୁ ପକାଇ ଦେବ । 8 ସେସମୟରେ ଅଶୂରୀୟ ଖଡ଼୍‍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ଼୍‍ଗରେ ନୁହେଁନ୍ତ ପୁଣି, ଖଡ଼୍‍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ଼୍‍ଗ ନୁହେଁ; ଆଉ, ସେ ଖଡ଼୍‍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ । 9 ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ଵଜା ଦେଖି ଉଦ୍ବିଗ୍ନ ହେବେ, ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ତ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 31 / 66
×

Alert

×

Oriya Letters Keypad References