ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋʼ ନିମନ୍ତେ କବର ପ୍ରସ୍ତୁତ ଅଛି ।
2. ନିଶ୍ଚୟ ପରିହାସକମାନେ ମୋʼ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋʼ ଚକ୍ଷୁଗୋଚରରେ ଅଛି ।
3. ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ; ଆଉ କିଏ ମୋʼ ହାତରେ ହାତ ଦେବ?
4. କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ ।
5. ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ ।
6. ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି ।
7. ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି ।
8. ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ ।
9. ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ ।
10. ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ ।
11. ମୋହର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା ।
12. ସେମାନେ ରାତ୍ରିକି ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି ।
13. ଯେବେ ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯେବେ ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି;
14. ଯେବେ ମୁଁ କ୍ଷୟକୁ କହିଅଛି, ତୁମ୍ଭେ ମୋହର ପିତା; କୀଟକୁ କହିଅଛି, ତୁମ୍ଭେ ମୋହର ମାତା ଓ ଭଗିନୀ;
15. ତେବେ ମୋହର ଭରସା କାହିଁ? ଓ ମୋହର ଭରସା କିଏ ଦେଖିବ?
16. ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ଧୂଳିରେ ବିଶ୍ରାମ ହେବ ।

Notes

No Verse Added

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 17 / 42
ଆୟୁବ ପୁସ୍ତକ 17:34
1 ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋʼ ନିମନ୍ତେ କବର ପ୍ରସ୍ତୁତ ଅଛି । 2 ନିଶ୍ଚୟ ପରିହାସକମାନେ ମୋʼ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋʼ ଚକ୍ଷୁଗୋଚରରେ ଅଛି । 3 ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ; ଆଉ କିଏ ମୋʼ ହାତରେ ହାତ ଦେବ? 4 କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ । 5 ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ । 6 ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି । 7 ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି । 8 ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ । 9 ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ । 10 ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ । 11 ମୋହର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା । 12 ସେମାନେ ରାତ୍ରିକି ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି । 13 ଯେବେ ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯେବେ ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି; 14 ଯେବେ ମୁଁ କ୍ଷୟକୁ କହିଅଛି, ତୁମ୍ଭେ ମୋହର ପିତା; କୀଟକୁ କହିଅଛି, ତୁମ୍ଭେ ମୋହର ମାତା ଓ ଭଗିନୀ; 15 ତେବେ ମୋହର ଭରସା କାହିଁ? ଓ ମୋହର ଭରସା କିଏ ଦେଖିବ? 16 ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ଧୂଳିରେ ବିଶ୍ରାମ ହେବ ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 17 / 42
Common Bible Languages
West Indian Languages
×

Alert

×

oriya Letters Keypad References