ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ଏଥିରେ ଆୟୁବ ଉତ୍ତର କରି କହିଲା,
2. ମନୋଯୋଗ କରି ମୋʼ କଥା ଶୁଣ ଓ ତାହା ତୁମ୍ଭମାନଙ୍କର ସାନ୍ତ୍ଵନା ହେଉ ।
3. ମୋତେ ଅନୁମତି ଦିଅ, ମୁଁ ମଧ୍ୟ କଥା କହିବି ଓ ମୁଁ କହିସାରିଲା ଉତ୍ତାରେ ଉପହାସ କରୁଥାଅ ।
4. ମୋʼ ଗୁହାରି କʼଣ ମନୁଷ୍ୟ ନିକଟରେ? ତେବେ ମୁଁ କାହିଁକି ଅଧୈର୍ଯ୍ୟ ନୋହିବି?
5. ମୋତେ ନିରୀକ୍ଷଣ କରି ଚମତ୍କୃତ ହୁଅ ଓ ତୁମ୍ଭମାନଙ୍କ ମୁଖରେ ଆପଣା ଆପଣା ହାତ ଦିଅ ।
6. ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏ ଓ ମୋʼ ଶରୀର କମ୍ପିତ ହୁଏ ।
7. ଦୁଷ୍ଟମାନେ କାହିଁକି ଜୀବିତ ଥାʼନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି?
8. ସେମାନଙ୍କ ବଂଶ ସେମାନଙ୍କ ସଙ୍ଗେ ସେମାନଙ୍କ ସାକ୍ଷାତରେ ଓ ସେମାନଙ୍କ ସନ୍ତାନସନ୍ତତି ସେମାନଙ୍କ ଦୃଷ୍ଟିଗୋଚରରେ ସ୍ଥିରୀକୃତ ହୁଅନ୍ତି ।
9. ସେମାନଙ୍କ ଗୃହ ଭୟରୁ ରକ୍ଷିତ ଥାଏ, କିଅବା ସେମାନଙ୍କ ଉପରେ ପରମେଶ୍ଵରଙ୍କର ଯଷ୍ଟି ନ ଥାଏ ।
10. ସେମାନଙ୍କ ବୃଷ ସଙ୍ଗମ କରି ନିଷ୍ଫଳ ହୁଏ ନାହିଁ; ସେମାନଙ୍କର ଗାଭୀ ପ୍ରସବ କରେ ଓ ଗର୍ଭପାତ କରେ ନାହିଁ ।
11. ସେମାନେ ଆପଣା ଆପଣା ବାଳକଗଣକୁ ପଲ ପରି ବାହାରେ ପଠାନ୍ତି ଓ ସେମାନଙ୍କ ସନ୍ତାନଗଣ ନୃତ୍ୟ କରନ୍ତି ।
12. ସେମାନେ ତବଲା ଓ ବୀଣା ବଜାଇ ଗାନ କରନ୍ତି ଓ ବଂଶୀଧ୍ଵନିରେ ଆନନ୍ଦ କରନ୍ତି ।
13. ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି ଓ ଏକ ନିମିଷରେ ପାତାଳକୁ ଓହ୍ଲାଇ ଯାʼନ୍ତି ।
14. ତଥାପି ସେମାନେ ପରମେଶ୍ଵରଙ୍କୁ କହିଲେ, ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ ।
15. ସର୍ବଶକ୍ତିମାନ କିଏ ଯେ, ଆମ୍ଭେମାନେ ତାହାଙ୍କର ସେବା କରିବାଣ? ଓ ତାହାଙ୍କ ନିକଟରେ ପ୍ରାର୍ଥନା କଲେ, ଆମ୍ଭେମାନେ କି ଲାଭ ପାଇବା?
16. ଦେଖ, ସେମାନଙ୍କର ସୁଖ ସମୃଦ୍ଧି ସେମାନଙ୍କ ହସ୍ତରେ ନାହିଁ; ଦୁଷ୍ଟମାନଙ୍କ ମନ୍ତ୍ରଣା ମୋʼଠାରୁ ଦୂରରେ ଥାଏ ।
17. କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ? ସେମାନଙ୍କ ବିପଦ ସେମାନଙ୍କ ଉପରେ ପଡ଼େ? ଓ ପରମେଶ୍ଵର ଆପଣା କ୍ରୋଧରେ କ୍ଳେଶ ବିତରଣ କରନ୍ତିଣ?
18. ସେମାନେ ବାୟୁ ଆଗରେ କୁଟା ପରି ଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି?
19. ତୁମ୍ଭେମାନେ କହୁଅଛ, ପରମେଶ୍ଵର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି । ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ ।
20. ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁ ଓ ସେ ସର୍ବଶକ୍ତିମାନଙ୍କ କ୍ରୋଧ ପାନ କରୁ ।
21. କାରଣ ମଧ୍ୟଭାଗରୁ ତାହାର ମାସସଂଖ୍ୟା କଟା ଗଲେ, ତାହାର ପଶ୍ଚାଦ୍ବର୍ତ୍ତୀ ବଂଶରେ କି ତାହାର କିଛି ସନ୍ତୋଷ ଥାଏ?
22. ପରମେଶ୍ଵର ଊର୍ଦ୍ଧ୍ଵବାସୀମାନଙ୍କର ଶାସନ କରନ୍ତି, ଏଣୁ କେହି କି ତାହାଙ୍କୁ ଜ୍ଞାନ ଶିଖାଇବ?
23. କେହି ସମ୍ପୂର୍ଣ୍ଣ ବିଶ୍ରାମ ଓ ଶାନ୍ତି ଭୋଗ କରି ବଳବିଶିଷ୍ଟ ହୋଇ ମରେ;
24. ତାହାର ସ୍ତନ ଦୁଗ୍ଧରେ ପରିପୂର୍ଣ୍ଣ ଓ ତାହାର ଅସ୍ଥିର ମେଦ ସତେଜ ଥାଏ ।
25. ଆଉ, କେହି ପ୍ରାଣର ତିକ୍ତତାରେ ମରେ ଓ କେତେବେଳେ ମଙ୍ଗଳର ଆସ୍ଵାଦ ପାଏ ନାହିଁ ।
26. ଏମାନେ ଏକ ସମାନ ଧୂଳିରେ ଶୟନ କରନ୍ତି ଓ କୀଟ ସେମାନଙ୍କୁ ଆଚ୍ଛାଦନ କରେ ।
27. ଦେଖ, ମୁଁ ତୁମ୍ଭମାନଙ୍କର ବିଚାରସବୁ ଓ ମୋʼ ବିରୁଦ୍ଧରେ ତୁମ୍ଭମାନଙ୍କର ଅନ୍ୟାୟକଳ୍ପିତ ସଙ୍କଳ୍ପସବୁ ଜାଣେ ।
28. କାରଣ ତୁମ୍ଭେମାନେ କହୁଅଛ, ସେହି ଅଧିପତିର ଗୃହ କାହିଁ? ଓ ସେହି ଦୁଷ୍ଟର ବସତି-ତମ୍ଵୁ କାହିଁ?
29. ତୁମ୍ଭେମାନେ କʼଣ ପଥିକମାନଙ୍କୁ ପଚାରି ନାହଁ? ଓ ତୁମ୍ଭେମାନେ କʼଣ ସେମାନଙ୍କ ଲକ୍ଷଣ ଜାଣ ନାହିଁ ଯେ,
30. ଦୁଷ୍ଟଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନା ଯାʼନ୍ତି?
31. ତାହାର ସମ୍ମୁଖରେ କିଏ ତାହାର ପଥ ପ୍ରକାଶ କରିବ? ଓ କିଏ ତାହାର କୃତକର୍ମର ଫଳ ତାହାକୁ ଦେବ?
32. ତଥାପି ସେ କବରକୁ ବହାଯିବ ଓ କବର ଉପରେ ପ୍ରହରୀ ରହିବ ।
33. ଉପତ୍ୟକାର ମୃତ୍ତିକା ତାହା ପ୍ରତି ମିଷ୍ଟ ହେବ, ଯେପରି ତାହା ପୂର୍ବରେ ଅସଂଖ୍ୟ ଲୋକ, ସେପରି ତାହାର ପଶ୍ଚାତ୍ ସମସ୍ତ ଲୋକ ଗମନ କରିବେ ।
34. ତେବେ କିପରି ତୁମ୍ଭେମାନେ ମୋତେ ବୃଥାରେ ସାନ୍ତ୍ଵନା ଦେଉଅଛ, ତୁମ୍ଭମାନଙ୍କ ଉତ୍ତରରେ ତ କେବଳ ମିଥ୍ୟା ଥାଏ ।

Notes

No Verse Added

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 21 / 42
ଆୟୁବ ପୁସ୍ତକ 21:9
1 ଏଥିରେ ଆୟୁବ ଉତ୍ତର କରି କହିଲା, 2 ମନୋଯୋଗ କରି ମୋʼ କଥା ଶୁଣ ଓ ତାହା ତୁମ୍ଭମାନଙ୍କର ସାନ୍ତ୍ଵନା ହେଉ । 3 ମୋତେ ଅନୁମତି ଦିଅ, ମୁଁ ମଧ୍ୟ କଥା କହିବି ଓ ମୁଁ କହିସାରିଲା ଉତ୍ତାରେ ଉପହାସ କରୁଥାଅ । 4 ମୋʼ ଗୁହାରି କʼଣ ମନୁଷ୍ୟ ନିକଟରେ? ତେବେ ମୁଁ କାହିଁକି ଅଧୈର୍ଯ୍ୟ ନୋହିବି? 5 ମୋତେ ନିରୀକ୍ଷଣ କରି ଚମତ୍କୃତ ହୁଅ ଓ ତୁମ୍ଭମାନଙ୍କ ମୁଖରେ ଆପଣା ଆପଣା ହାତ ଦିଅ । 6 ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏ ଓ ମୋʼ ଶରୀର କମ୍ପିତ ହୁଏ । 7 ଦୁଷ୍ଟମାନେ କାହିଁକି ଜୀବିତ ଥାʼନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି? 8 ସେମାନଙ୍କ ବଂଶ ସେମାନଙ୍କ ସଙ୍ଗେ ସେମାନଙ୍କ ସାକ୍ଷାତରେ ଓ ସେମାନଙ୍କ ସନ୍ତାନସନ୍ତତି ସେମାନଙ୍କ ଦୃଷ୍ଟିଗୋଚରରେ ସ୍ଥିରୀକୃତ ହୁଅନ୍ତି । 9 ସେମାନଙ୍କ ଗୃହ ଭୟରୁ ରକ୍ଷିତ ଥାଏ, କିଅବା ସେମାନଙ୍କ ଉପରେ ପରମେଶ୍ଵରଙ୍କର ଯଷ୍ଟି ନ ଥାଏ । 10 ସେମାନଙ୍କ ବୃଷ ସଙ୍ଗମ କରି ନିଷ୍ଫଳ ହୁଏ ନାହିଁ; ସେମାନଙ୍କର ଗାଭୀ ପ୍ରସବ କରେ ଓ ଗର୍ଭପାତ କରେ ନାହିଁ । 11 ସେମାନେ ଆପଣା ଆପଣା ବାଳକଗଣକୁ ପଲ ପରି ବାହାରେ ପଠାନ୍ତି ଓ ସେମାନଙ୍କ ସନ୍ତାନଗଣ ନୃତ୍ୟ କରନ୍ତି । 12 ସେମାନେ ତବଲା ଓ ବୀଣା ବଜାଇ ଗାନ କରନ୍ତି ଓ ବଂଶୀଧ୍ଵନିରେ ଆନନ୍ଦ କରନ୍ତି । 13 ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି ଓ ଏକ ନିମିଷରେ ପାତାଳକୁ ଓହ୍ଲାଇ ଯାʼନ୍ତି । 14 ତଥାପି ସେମାନେ ପରମେଶ୍ଵରଙ୍କୁ କହିଲେ, ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ । 15 ସର୍ବଶକ୍ତିମାନ କିଏ ଯେ, ଆମ୍ଭେମାନେ ତାହାଙ୍କର ସେବା କରିବାଣ? ଓ ତାହାଙ୍କ ନିକଟରେ ପ୍ରାର୍ଥନା କଲେ, ଆମ୍ଭେମାନେ କି ଲାଭ ପାଇବା? 16 ଦେଖ, ସେମାନଙ୍କର ସୁଖ ସମୃଦ୍ଧି ସେମାନଙ୍କ ହସ୍ତରେ ନାହିଁ; ଦୁଷ୍ଟମାନଙ୍କ ମନ୍ତ୍ରଣା ମୋʼଠାରୁ ଦୂରରେ ଥାଏ । 17 କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ? ସେମାନଙ୍କ ବିପଦ ସେମାନଙ୍କ ଉପରେ ପଡ଼େ? ଓ ପରମେଶ୍ଵର ଆପଣା କ୍ରୋଧରେ କ୍ଳେଶ ବିତରଣ କରନ୍ତିଣ? 18 ସେମାନେ ବାୟୁ ଆଗରେ କୁଟା ପରି ଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି? 19 ତୁମ୍ଭେମାନେ କହୁଅଛ, ପରମେଶ୍ଵର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି । ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ । 20 ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁ ଓ ସେ ସର୍ବଶକ୍ତିମାନଙ୍କ କ୍ରୋଧ ପାନ କରୁ । 21 କାରଣ ମଧ୍ୟଭାଗରୁ ତାହାର ମାସସଂଖ୍ୟା କଟା ଗଲେ, ତାହାର ପଶ୍ଚାଦ୍ବର୍ତ୍ତୀ ବଂଶରେ କି ତାହାର କିଛି ସନ୍ତୋଷ ଥାଏ? 22 ପରମେଶ୍ଵର ଊର୍ଦ୍ଧ୍ଵବାସୀମାନଙ୍କର ଶାସନ କରନ୍ତି, ଏଣୁ କେହି କି ତାହାଙ୍କୁ ଜ୍ଞାନ ଶିଖାଇବ? 23 କେହି ସମ୍ପୂର୍ଣ୍ଣ ବିଶ୍ରାମ ଓ ଶାନ୍ତି ଭୋଗ କରି ବଳବିଶିଷ୍ଟ ହୋଇ ମରେ; 24 ତାହାର ସ୍ତନ ଦୁଗ୍ଧରେ ପରିପୂର୍ଣ୍ଣ ଓ ତାହାର ଅସ୍ଥିର ମେଦ ସତେଜ ଥାଏ । 25 ଆଉ, କେହି ପ୍ରାଣର ତିକ୍ତତାରେ ମରେ ଓ କେତେବେଳେ ମଙ୍ଗଳର ଆସ୍ଵାଦ ପାଏ ନାହିଁ । 26 ଏମାନେ ଏକ ସମାନ ଧୂଳିରେ ଶୟନ କରନ୍ତି ଓ କୀଟ ସେମାନଙ୍କୁ ଆଚ୍ଛାଦନ କରେ । 27 ଦେଖ, ମୁଁ ତୁମ୍ଭମାନଙ୍କର ବିଚାରସବୁ ଓ ମୋʼ ବିରୁଦ୍ଧରେ ତୁମ୍ଭମାନଙ୍କର ଅନ୍ୟାୟକଳ୍ପିତ ସଙ୍କଳ୍ପସବୁ ଜାଣେ । 28 କାରଣ ତୁମ୍ଭେମାନେ କହୁଅଛ, ସେହି ଅଧିପତିର ଗୃହ କାହିଁ? ଓ ସେହି ଦୁଷ୍ଟର ବସତି-ତମ୍ଵୁ କାହିଁ? 29 ତୁମ୍ଭେମାନେ କʼଣ ପଥିକମାନଙ୍କୁ ପଚାରି ନାହଁ? ଓ ତୁମ୍ଭେମାନେ କʼଣ ସେମାନଙ୍କ ଲକ୍ଷଣ ଜାଣ ନାହିଁ ଯେ, 30 ଦୁଷ୍ଟଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନା ଯାʼନ୍ତି? 31 ତାହାର ସମ୍ମୁଖରେ କିଏ ତାହାର ପଥ ପ୍ରକାଶ କରିବ? ଓ କିଏ ତାହାର କୃତକର୍ମର ଫଳ ତାହାକୁ ଦେବ? 32 ତଥାପି ସେ କବରକୁ ବହାଯିବ ଓ କବର ଉପରେ ପ୍ରହରୀ ରହିବ । 33 ଉପତ୍ୟକାର ମୃତ୍ତିକା ତାହା ପ୍ରତି ମିଷ୍ଟ ହେବ, ଯେପରି ତାହା ପୂର୍ବରେ ଅସଂଖ୍ୟ ଲୋକ, ସେପରି ତାହାର ପଶ୍ଚାତ୍ ସମସ୍ତ ଲୋକ ଗମନ କରିବେ । 34 ତେବେ କିପରି ତୁମ୍ଭେମାନେ ମୋତେ ବୃଥାରେ ସାନ୍ତ୍ଵନା ଦେଉଅଛ, ତୁମ୍ଭମାନଙ୍କ ଉତ୍ତରରେ ତ କେବଳ ମିଥ୍ୟା ଥାଏ ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 21 / 42
Common Bible Languages
West Indian Languages
×

Alert

×

oriya Letters Keypad References