2. ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ ।
|
3. ତହିଁରେ ମୋଶା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଲୋକ ସଜ୍ଜ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ତାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ ।
|
5. ତହୁଁ ସହସ୍ର ସହସ୍ର ଇସ୍ରାଏଲ ମଧ୍ୟରେ ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ, ଏହିରୂପେ ବାର ସହସ୍ର ଲୋକ ଯୁଦ୍ଧ ପାଇଁ ସଜ୍ଜିତ ହେଲେ ।
|
6. ପୁଣି ମୋଶା ଏକ ଏକ ବଂଶରୁ ଏକ ଏକ ସହସ୍ର ଲୋକଙ୍କୁ ଯୁଦ୍ଧକୁ ପଠାଇଲେ ଓ ଇଲୀୟାସର ଯାଜକର ପୁତ୍ର ପୀନହସର ହସ୍ତରେ ପବିତ୍ର ସ୍ଥାନର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧକୁ ପଠାଇଲେ ।
|
7. ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ସେମାନେ ପ୍ରତ୍ୟେକ ପୁରୁଷକୁ ବଧ କଲେ ।
|
8. ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍ ଇବି ଓ ରେକମ୍ ଓ ସୂର ଓ ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମକୁ ମଧ୍ୟ ସେମାନେ ଖଡ଼୍ଟରେ ବଧ କଲେ ।
|
9. ଆଉ ଇସ୍ରାଏଲ-ସନ୍ତାନଗଣ ମିଦୀୟନର ସ୍ତ୍ରୀଲୋକ-ମାନଙ୍କୁ ଓ ସେମାନଙ୍କ ପିଲାମାନଙ୍କୁ ବନ୍ଦୀ କରି ନେଲେ; ଆଉ ସେମାନଙ୍କର ସମସ୍ତ ପଶୁ ଓ ସମସ୍ତ ମେଷପଲ ଓ ସମସ୍ତ ସମ୍ପତ୍ତି ଲୁଟି କରି ନେଲେ ।
|
12. ପୁଣି ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର ଓ ଇଲୀୟାସର ଯାଜକର ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ନିକଟକୁ ସେହି ବନ୍ଦୀମାନଙ୍କୁ ଓ ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ ।
|
14. ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ ।
|
16. ଦେଖ, ଏମାନେ ବିଲୀୟମର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ତଳୀ ମଧ୍ୟରେ ମହାମାରୀ ହେଲା ।
|
17. ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର ।
|
18. ମାତ୍ର ଯେଉଁ ସ୍ତ୍ରୀପିଲାମାନେ ପୁରୁଷ-ସହବାସ ଜ୍ଞାତ ହୋଇ ନାହାନ୍ତି, ସେସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ ।
|
19. ଆଉ ତୁମ୍ଭେମାନେ ସାତ ଦିନ ଛାଉଣିର ବାହାରେ ଛାଉଣି ସ୍ଥାପନ କରିବ; ତୁମ୍ଭେମାନେ ଯେତେ ଲୋକ ମନୁଷ୍ୟହତ୍ୟା କରିଅଛ ଓ ହତ ଲୋକଙ୍କୁ ସ୍ପର୍ଶ କରିଅଛ, ସମସ୍ତେ ତୃତୀୟ ଦିନରେ ଓ ସପ୍ତମ ଦିନରେ ଆପଣାମାନଙ୍କୁ ଓ ଆପଣା ଆପଣା ବନ୍ଦୀମାନଙ୍କୁ ପାପରୁ ପରିଷ୍କାର କର ।
|
20. ପୁଣି ଯାବତୀୟ ବସ୍ତ୍ର ଓ ଚର୍ମନିର୍ମିତ ଯାବତୀୟ ବସ୍ତୁ ଓ ଛାଗଲୋମନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ଵନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ ।
|
21. ତହୁଁ ଇଲୀୟାସର ଯାଜକ ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କୁ କହିଲା, ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାର ଆଜ୍ଞା ଦେଇଥିଲେ, ତହିଁର ବିଧି ଏହି;
|
23. ଯେସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି ଯେସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ ।
|
24. ପୁଣି ତୁମ୍ଭେମାନେ ସପ୍ତମ ଦିନରେ ଆପଣା ଆପଣା ବସ୍ତ୍ର ଧୋଇବ, ତହିଁରେ ତୁମ୍ଭେମାନେ ଶୁଚି ହେବ; ତହିଁ ଉତ୍ତାରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରିବ ।
|
26. ତୁମ୍ଭେ ଓ ଇଲୀୟାସର ଯାଜକ ଓ ମଣ୍ତଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ଧୃତ ଜୀବଗଣର, ଅର୍ଥାତ୍, ବନ୍ଦୀ ମନୁଷ୍ୟର ଓ ପଶୁର ସଂଖ୍ୟା କର ।
|
27. ପୁଣି ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ତଳୀର ମଧ୍ୟରେ ବିଭାଗ କର ।
|
28. ପୁଣି ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ କର ଗ୍ରହଣ କର; ସେମାନଙ୍କର ଲଭ୍ୟ ଅର୍ଦ୍ଧାଂଶରୁ ମନୁଷ୍ୟ ଓ ଗୋରୁ ଓ ଗର୍ଦ୍ଦଭ ଓ ମେଷମାନଙ୍କର,
|
29. ପ୍ରତି ପଚାଶରୁ ଗୋଟିଏ ଲେଖାଏଁ ଜୀବ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ନିମନ୍ତେ ଇଲୀୟାସର ଯାଜକକୁ ଦିଅ;
|
30. ପୁଣି ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ ଓ ଗୋରୁ ଓ ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପଚାଶରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ ।
|
36. ତହିଁରେ ଯୁଦ୍ଧକୁ ଯାଇଥିବା ଲୋକମାନଙ୍କର ଲଭ୍ୟ ଅର୍ଦ୍ଧାଂଶର ସଂଖ୍ୟା ତିନି ଲକ୍ଷ ସଇଁତିରିଶ ହଜାର ପାଞ୍ଚ ଶହ ମେଷ ।
|
41. ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କର ଉତ୍ତୋଳନୀୟ ଉପହାର ସ୍ଵରୂପେ ସେହି କର ଇଲୀୟାସର ଯାଜକକୁ ଦେଲେ ।
|
47. ତହିଁରେ ମୋଶା ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ସେହି ଅର୍ଦ୍ଧାଂଶରୁ ମନୁଷ୍ୟ ଓ ପଶୁର ପ୍ରତ୍ୟେକ ପଚାଶ ମଧ୍ୟରୁ ଗୋଟିଏ ଲେଖାଏଁ ନେଇ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ଆବାସର ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦେଲେ ।
|
48. ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ଵକାରୀଗଣ, ଅର୍ଥାତ୍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ,
|
49. ପୁଣି ସେମାନେ ମୋଶାଙ୍କୁ କହିଲେ, ତୁମ୍ଭର ଏହି ଦାସମାନେ ଆପଣାମାନଙ୍କ ହସ୍ତଗତ ଯୋଦ୍ଧାମାନଙ୍କର ସଂଖ୍ୟା ନେଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହିଁ ଊଣା ହୋଇ ନାହିଁ ।
|
50. ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ଵର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ତଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ ।
|
52. ଆଉ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସହସ୍ରପତି ଓ ଶତପତିମାନେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ସ୍ଵର୍ଣ୍ଣ ଉତ୍ସର୍ଗ କଲେ, ସେସମସ୍ତ ସ୍ଵର୍ଣ୍ଣ ଷୋଳ ହଜାର ସାତ ଶହ ପଚାଶ ଶେକଲ ପରିମିତ ଥିଲା ।
|
54. ଏଉତ୍ତାରେ ମୋଶା ଓ ଇଲୀୟାସର ଯାଜକ ସହସ୍ରପତି ଓ ଶତପତିମାନଙ୍କଠାରୁ ସେହି ସ୍ଵର୍ଣ୍ଣ ଗ୍ରହଣ କଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥକ ଚିହ୍ନ ରୂପେ ତାହା ସମାଗମ-ତମ୍ଵୁରେ ରଖିଲେ ।
|