2. ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ ।
|
10. ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ ।
|
11. ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋʼ ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି ।
|
13. ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ ହୁଏ, ତାହାକୁ ବନ୍ଧକ ରଖ ।
|
14. ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ ।
|
18. ଯେକେହି ଡିମିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ ।
|
23. ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯନିବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର ।
|
27. ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ; ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ ।
|