1. ଦାଉଦଙ୍କର ଗୀତ । ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର ।
|
10. ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି ।
|
17. ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
|
18. ପୁଣି ପାଳନାର୍ଥେ ତାହାଙ୍କ ବିଧିସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ ।
|
19. ସଦାପ୍ରଭୁ ସ୍ଵର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ଵ କରେ ।
|
20. ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରା; ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର ।
|
22. ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ।
|