ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
1. କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଦିଷ୍ଟ ସମୟ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାର ଆବଶ୍ୟକ ନାହିଁ,
2. କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ ।
3. ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇବେ ନାହିଁ ।
4. କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେହି ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,
5. କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ । ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ;
6. ଅତଏବ ଆସ, ଆମ୍ଭେମାନେ ଅନ୍ୟମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିଥାଉ ।
7. ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ସେମାନେ ରାତ୍ରିରେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ୍ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ୍ ହୁଅନ୍ତି ।
8. କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ଵାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି ପରିତ୍ରାଣର ଭରସାରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ ।
9. କାରଣ ଈଶ୍ଵର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି;
10. ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ଵା ନିଦ୍ରାଗତ ଥାଉ, ତାହାଙ୍କ ସହିତ ଜୀବିତ ରହିବୁ ।
11. ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ଵନା ଦିଅ, ପୁଣି ପରସ୍ପରର ନିଷ୍ଠା ଜନ୍ମାଅ ।
12. ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ଵରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,
13. ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟ; ଆଦର କର । ପରସ୍ପର ସଙ୍ଗରେ ଶାନ୍ତିରେ ରୁହ ।
14. ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ-ହୀନମାନଙ୍କୁ ସାନ୍ତ୍ଵନା ଦିଅ, ଦୁର୍ବଳମାନଙ୍କ ତତ୍ତ୍ଵ ନିଅ, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ⇧।
15. ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଞ୍ଚ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟ ହୁଅ ।
16. ସର୍ବଦା ଆନନ୍ଦ କର;
17. ନିରନ୍ତର ପ୍ରାର୍ଥନା କର;
18. ସବୁ ଅବସ୍ଥାରେ ଧନ୍ୟବାଦ ଦିଅ; କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ଵରଙ୍କ ଅଭିମତ ।
19. ଆତ୍ମାଙ୍କୁ ନିର୍ବାଣ ନ କର;
20. ଭାବବାଣୀ ତୁଚ୍ଛ କର ନାହିଁ;
21. ବରଂ ସମସ୍ତ ବିଷୟ ପରୀକ୍ଷା କର; ଯାହା ଉତ୍ତମ, ତାହା ଧରି ରଖ;
22. ସମସ୍ତ ପ୍ରକାର ମନ୍ଦଠାରୁ ପୃଥକ ହୋଇଥାଅ ।
23. ଶାନ୍ତିଦାତା ଈଶ୍ଵର ସ୍ଵୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉୀ।
24. ଯେ ତୁମ୍ଭମାନଙ୍କୁ ଆହ୍ଵାନ କରୁଅଛନ୍ତି, ସେ ବିଶ୍ଵସ୍ତ; ସେ ତାହା ମଧ୍ୟ ସାଧନ କରିବେ ।
25. ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର ।
26. ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ଵନ ଦେଇ ନମସ୍କାର କର ।
27. ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଉଅଛି ।
28. ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।

Notes

No Verse Added

Total 5 Chapters, Current Chapter 5 of Total Chapters 5
1 2 3 4 5
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5
1. କିନ୍ତୁ, ହେ ଭାଇମାନେ, କାଳ ନିର୍ଦ୍ଦିଷ୍ଟ ସମୟ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାର ଆବଶ୍ୟକ ନାହିଁ,
2. କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ
3. ଯେତେବେଳେ ଲୋକେ ଶାନ୍ତି ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇବେ ନାହିଁ
4. କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେହି ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,
5. କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଦିବସର ସନ୍ତାନ ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ;
6. ଅତଏବ ଆସ, ଆମ୍ଭେମାନେ ଅନ୍ୟମାନଙ୍କ ପରି ନିଦ୍ରିତ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିଥାଉ
7. ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ସେମାନେ ରାତ୍ରିରେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ୍ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ୍ ହୁଅନ୍ତି
8. କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ଵାସ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି ପରିତ୍ରାଣର ଭରସାରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ
9. କାରଣ ଈଶ୍ଵର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି;
10. ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ଵା ନିଦ୍ରାଗତ ଥାଉ, ତାହାଙ୍କ ସହିତ ଜୀବିତ ରହିବୁ
11. ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ଵନା ଦିଅ, ପୁଣି ପରସ୍ପରର ନିଷ୍ଠା ଜନ୍ମାଅ
12. ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ଵରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,
13. ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟ; ଆଦର କର ପରସ୍ପର ସଙ୍ଗରେ ଶାନ୍ତିରେ ରୁହ
14. ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ-ହୀନମାନଙ୍କୁ ସାନ୍ତ୍ଵନା ଦିଅ, ଦୁର୍ବଳମାନଙ୍କ ତତ୍ତ୍ଵ ନିଅ, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ⇧।
15. ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର କରୁ, ବରଞ୍ଚ ତୁମ୍ଭେମାନେ ସର୍ବଦା ପରସ୍ପରର ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟ ହୁଅ
16. ସର୍ବଦା ଆନନ୍ଦ କର;
17. ନିରନ୍ତର ପ୍ରାର୍ଥନା କର;
18. ସବୁ ଅବସ୍ଥାରେ ଧନ୍ୟବାଦ ଦିଅ; କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ଵରଙ୍କ ଅଭିମତ
19. ଆତ୍ମାଙ୍କୁ ନିର୍ବାଣ କର;
20. ଭାବବାଣୀ ତୁଚ୍ଛ କର ନାହିଁ;
21. ବରଂ ସମସ୍ତ ବିଷୟ ପରୀକ୍ଷା କର; ଯାହା ଉତ୍ତମ, ତାହା ଧରି ରଖ;
22. ସମସ୍ତ ପ୍ରକାର ମନ୍ଦଠାରୁ ପୃଥକ ହୋଇଥାଅ
23. ଶାନ୍ତିଦାତା ଈଶ୍ଵର ସ୍ଵୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉୀ।
24. ଯେ ତୁମ୍ଭମାନଙ୍କୁ ଆହ୍ଵାନ କରୁଅଛନ୍ତି, ସେ ବିଶ୍ଵସ୍ତ; ସେ ତାହା ମଧ୍ୟ ସାଧନ କରିବେ
25. ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର
26. ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ଵନ ଦେଇ ନମସ୍କାର କର
27. ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଉଅଛି
28. ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ
Total 5 Chapters, Current Chapter 5 of Total Chapters 5
1 2 3 4 5
×

Alert

×

oriya Letters Keypad References