2. କାରଣ ସେ ଲିବାନୋନ-ଅରଣ୍ୟ-ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ ଓ ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ ।
|
6. ଆହୁରି ସେ ସ୍ତମ୍ଭଶ୍ରେଣୀର ବରଣ୍ତା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବରଣ୍ତା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ ।
|
7. ପୁଣି ସେ ବିଚାରାର୍ଥେ ସିଂହାସନର ବରଣ୍ତା, ଅର୍ଥାତ୍, ବିଚାର-ବରଣ୍ତା କଲେ; ଆଉ ଚଟାଣକୁ ଚଟାଣ ଏରସ କାଷ୍ଠରେ ଆଚ୍ଛାଦିତ କଲେ ।
|
8. ଆଉ ତାଙ୍କର ବାସଗୃହ, ବରଣ୍ତାଭିତର ଅନ୍ୟ ପ୍ରାଙ୍ଗଣର କାର୍ଯ୍ୟ ପରି ଥିଲା । ଆଉ ଶଲୋମନ ଆପଣା ଭାର୍ଯ୍ୟା ଫାରୋର କନ୍ୟା ନିମନ୍ତେ ସେହି ବରଣ୍ତା ପରି ଏକ ଗୃହ ମଧ୍ୟ ନିର୍ମାଣ କଲେ ।
|
9. ଏହିସବୁ ଭିତ୍ତିମୂଳ ଅବଧି ମୁଣ୍ତାଳି ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ଵାରା ନିର୍ମିତ ହେଲା । ପୁଣି ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା ।
|
12. ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବରଣ୍ତାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା ।
|
14. ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା । ପୁଣି ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା ।
|
16. ପୁଣି ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ତାଳି କଲା; ଏକ ମୁଣ୍ତାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ତାଳିର ଉଚ୍ଚତା ପାଞ୍ଚ ହାତ ଥିଲା ।
|
17. ସ୍ତମ୍ଭ-ମଥାନର ସେହି ମୁଣ୍ତାଳି ନିମନ୍ତେ ଜାଲିକାର୍ଯ୍ୟର ଜାଲି ଓ ଜଞ୍ଜିର କାର୍ଯ୍ୟର ମାଳା ଥିଲା, ଏକ ମୁଣ୍ତାଳି ପାଇଁ ସାତ ଓ ଅନ୍ୟ ମୁଣ୍ତାଳି ପାଇଁ ସାତ ।
|
18. ଏହିପରି ସେ ସ୍ତମ୍ଭ ନିର୍ମାଣ କଲା; ସ୍ତମ୍ଭ-ମଥାନରେ ଥିବା ମୁଣ୍ତାଳିର ଆଚ୍ଛାଦନାର୍ଥକ ପ୍ରତ୍ୟେକ ଜାଲିକାର୍ଯ୍ୟ ଉପରେ ଚତୁର୍ଦ୍ଦିଗରେ ଦୁଇ ଧାଡ଼ି ଡାଳିମ୍ଵ ଥିଲା ଓ ସେ ଅନ୍ୟ ମୁଣ୍ତାଳି ନିମନ୍ତେ ତଦ୍ରୂପ କଲା ।
|
20. ଆଉ ଦୁଇ ସ୍ତମ୍ଭର ଉପରିଭାଗରେ ମଧ୍ୟ ମୁଣ୍ତାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି ଅନ୍ୟ ମୁଣ୍ତାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ଵ ଥିଲା ।
|
21. ଆହୁରି ସେ ମନ୍ଦିରର ବରଣ୍ତାରେ ସେହି ସ୍ତମ୍ଭମାନ ସ୍ଥାପନ କଲା; ଆଉ ସେ ଦକ୍ଷିଣ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ଯାଖୀନ୍ (ସେ ସ୍ଥିର କରିବେ) ଦେଲା ଓ ସେ ବାମ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ବୋୟସ୍ (ତହିଁରେ ବଳ) ଦେଲା ।
|
23. ଅନନ୍ତର ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ର ରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା ।
|
24. ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା ।
|
25. ଏହି ପାତ୍ର ଦ୍ଵାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍ଭାଗ ଭିତରକୁ ଥିଲା ।
|
26. ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, ଶୋଷଣପୁଷ୍ପ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା ।
|
27. ପୁଣି ସେ ଦଶ ପିତ୍ତଳ ବଇଠି କଲା; ପ୍ରତ୍ୟେକ ବଇଠିର ଦୈର୍ଘ୍ୟ ଚାରି ହାତ ଓ ପ୍ରସ୍ଥ ଚାରି ହାତ ଓ ଉଚ୍ଚତା ତିନି ହାତ ଥିଲା ।
|
29. ପୁଣି ବିଟର ମଧ୍ୟବର୍ତ୍ତା ସେହିସବୁ ମଧ୍ୟଦେଶରେ ସିଂହ ଓ ଗୋରୁ ଓ କିରୂବମାନେ ଥିଲେ; ଆଉ ବିଟ ଉପରେ ଏକ ବଇଠି ଥିଲା; ପୁଣି ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା ।
|
30. ଆହୁରି ପ୍ରତ୍ୟେକ ବୈଠିର ପିତ୍ତଳମୟ ଚାରି ଚକ୍ର ଓ ପିତ୍ତଳର ଅଖ ଥିଲା ଓ ଚାରିକୋଣରେ ସ୍ଥାପିତ ଅବଲମ୍ଵନ ଥିଲା; ସେହିସବୁ ଢଳାକର୍ମର ଅବଲମ୍ଵନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ଵରେ ମାଳା ଥିଲା ।
|
31. ପୁଣି ତହିଁର ମୁଣ୍ତାଳି ମଧ୍ୟରେ ଓ ତାହା ଉପରେ ତହିଁର ମୁଖ ଏକ ହସ୍ତ, ଆଉ ତହିଁର ମୁଖ ବଇଠିର କର୍ମାନୁସାରେ ଗୋଲାକାର ଓ ଦେଢ଼ ହସ୍ତ ପରିମିତ; ମଧ୍ୟ ତହିଁର ମୁଖ ଉପରେ ଶିଳ୍ପକାର୍ଯ୍ୟ ଓ ତହିଁର ମଧ୍ୟଦେଶସବୁ ଗୋଲାକାର ନୋହି ଚତୁଷ୍କୋଣ ଥିଲା ।
|
32. ପୁଣି ମଧ୍ୟଦେଶ ତଳେ ଚାରିଚକ୍ର ଓ ଚକ୍ରର ଅଖ ବୈଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା ।
|
35. ଆଉ ବୈଠିକି ମୁଣ୍ତରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବେଢ଼ ଥିଲା; ପୁଣି ବୈଠିକି ଉପରିସ୍ଥ ଅବଲମ୍ଵନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା ।
|
36. ପୁଣି ସେ ତହିଁର ଅବଲମ୍ଵନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ ଓ ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଳି ଚତୁର୍ଦ୍ଦିଗରେ ମାଳା ଦେଲା ।
|
38. ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି ଦଶ ବୈଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା ।
|
39. ପୁଣି ସେ ଗୃହର ଦକ୍ଷିଣ ପାର୍ଶ୍ଵରେ ପାଞ୍ଚ ଓ ଗୃହର ବାମ ପାର୍ଶ୍ଵରେ ପାଞ୍ଚ ବୈଠିକି ରଖିଲା; ଆଉ ଗୃହର ଦକ୍ଷିଣ ପାର୍ଶ୍ଵରେ ପୂର୍ବଦିଗରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲା ।
|
40. ପୁଣି ହୀରମ୍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ତ ନିର୍ମାଣ କଲା । ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୀରମ୍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା;
|
41. ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;
|
42. ଆଉ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ଵ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ଵ;
|
45. ଓ ହାଣ୍ତି ଓ କରଚୁଲି ଓ କୁଣ୍ତ, ଏହି ଯେସକଳ ପାତ୍ର ହୀରମ୍ ଶଲୋମନ ରାଜାଙ୍କ ପାଇଁ ସଦାପ୍ରଭୁଙ୍କ ଗୃହରେ ନିର୍ମାଣ କଲା, ତାହାସବୁ ଉଜ୍ଜ୍ଵଳ ପିତ୍ତଳର ଥିଲା ।
|
48. ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍, ସ୍ଵର୍ଣ୍ଣବେଦି ଓ ଦର୍ଶନୀୟ ରୋଟୀ ସ୍ଥାପନାର୍ଥେ ସ୍ଵର୍ଣ୍ଣର ମେଜ;
|
49. ପୁଣି ଗର୍ଭାଗାର ସମ୍ମୁଖର ଦକ୍ଷିଣରେ ପାଞ୍ଚ ଓ ବାମରେ ପାଞ୍ଚ ନିର୍ମଳ ସୁବର୍ଣ୍ଣର ଦୀପବୃକ୍ଷ ଓ ସୁବର୍ଣ୍ଣର ପୁଷ୍ପ ଓ ପ୍ରଦୀପ ଓ ଚିମୁଟା
|
50. ଓ ନିର୍ମଳ ସୁବର୍ଣ୍ଣର ପାତ୍ର ଓ କତୁରୀ ଓ କୁଣ୍ତ ଓ ଚମସ ଓ ଅଙ୍ଗାରଧାନୀ; ପୁଣି ଅନ୍ତରାଗାରର, ଅର୍ଥାତ୍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବିଜା କଲେ ।
|
51. ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜା ଯେସକଳ କାର୍ଯ୍ୟରେ ପ୍ରବୃତ୍ତ ହେଲେ, ତାହା ସମାପ୍ତ କଲେ । ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ସାମଗ୍ରୀ, ଅର୍ଥାତ୍, ରୂପା ଓ ସୁନା ଓ ପାତ୍ରସବୁ ଆଣି ସଦାପ୍ରଭୁଙ୍କ ଗୃହସ୍ଥିତ ଭଣ୍ତାରରେ ରଖିଲେ ।
|