1. ବିଶ୍ରାମବାର ଗତ ହେଲା ଉତ୍ତାରେ ମଗ୍ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧି ଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି ।
|
3. ସେମାନେ ପରସ୍ପର କୁହାକୋହି ହେଉଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି ଦ୍ଵାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା ।
|
5. ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ଵରେ ବସିଥିବା ଦେଖି ଅତିଶୟ ବିସ୍ମୟାନ୍ଵିତ ହେଲେ ।
|
6. ସେଥିରେ ସେ ସେମାନଙ୍କୁ କହିଲେ, ବିସ୍ମୟାନ୍ଵିତ ହୁଅ ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ଵେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ ।
|
7. କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ସେ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ ।
|
8. ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ବିସ୍ମୟରେ ଅଭିଭୂତ ହୋଇଥିଲେ, ପୁଣି କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ ।
|
9. ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ସେ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ ।
|
12. ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ,
|
14. ଏଥିଉତ୍ତାରେ ଏକାଦଶ ଶିଷ୍ୟ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ଵାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଥିଲେ, ସେମାନଙ୍କ କଥା ସେମାନେ ବିଶ୍ଵାସ କରି ନ ଥିଲେ ।
|
15. ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର ।
|
17. ଆଉ, ବିଶ୍ଵାସୀମାନଙ୍କର ଏହିସବୁ ଚିହ୍ନ ଅନୁବର୍ତ୍ତୀ ହେବ, ସେମାନେ ମୋʼ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ,
|
18. ହସ୍ତରେ ସର୍ପ ଧରିବେ, ପୁଣି ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ ।
|
19. ଏହିରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ଵର୍ଗରେ ଗୃହୀତ ହୋଇ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ବସିଲେ ।
|
20. କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ଵାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ ।
|