3. ଆଉ, ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକ ରୋଟୀ ହେବା ପାଇଁ ଆଜ୍ଞା ଦିଅ ।
|
4. କିନ୍ତୁ ଯୀଶୁ ଉତ୍ତର ଦେଲେ, ଲେଖାଅଛି, ମନୁଷ୍ୟ କେବଳ ରୋଟୀରେ ବଞ୍ଚିବ ନାହିଁ, ମାତ୍ର ଈଶ୍ଵରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ ।
|
6. ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖାଅଛି, ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ ।
|
8. ପୁନଶ୍ଚ ଶୟତାନ ତାହାଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ଘେନିଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ଵର୍ଯ୍ୟ ଦେଖାଇ କହିଲା,
|
10. ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖାଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରଣାମ କରିବ, ପୁଣି କେବଳ ତାହାଙ୍କର ଉପାସନା କରିବ ।
|
13. ଆଉ, ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,
|
16. ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା ।
|
17. ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, ମନ ପରିବର୍ତ୍ତନ କର, କାରଣ ସ୍ଵର୍ଗରାଜ୍ୟ ସନ୍ନିକଟ ।
|
18. ସେ ଗାଲିଲୀ ସମୁଦ୍ର କୂଳରେ ଭ୍ରମଣ କରୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କି ସମୁଦ୍ରରେ ଭଉଁରିଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ ।
|
21. ପୁଣି, ଯୀଶୁ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କି ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ ।
|
23. ପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିଏସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁଲାଗିଲେ,
|
24. ଆଉ ତାହାଙ୍କ ସମ୍ଵନ୍ଧରେ ଜନରବ ସମୁଦାୟ ସୁରୀୟା ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତ ରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ ।
|
25. ପୁଣି ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୁଦା ପ୍ରଦେଶ ଓ ଯର୍ଦ୍ଦନର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଶ୍ଚାଦ୍ଗମନ କଲେ ।
|