ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମୀଖା
1. ହେ ସୈନ୍ୟଦଳ-କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କରିବ; ସେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ତାଘାତ କରିବେ ।
2. ମାତ୍ର ହେ ବେଥଲିହିମ-ଉଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦି କାଳରୁ ତାହାଙ୍କର ଉତ୍ପତ୍ତି ।
3. ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ ।
4. ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେସମୟରେ ସେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ମହାନ ହେବେ ।
5. ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତିସ୍ଵରୂପ ହେବେନ୍ତ ଯେଉଁ ସମୟରେ ଅଶୂର ଆମ୍ଭମାନଙ୍କ ଦେଶକୁ ଆସିବ ଓ ଆମ୍ଭମାନଙ୍କ ଅଟ୍ଟାଳିକା-ମାନରେ ପଦାର୍ପଣ କରିବ, ସେସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକ ଉତ୍ଥାପନ କରିବା ।
6. ପୁଣି, ସେମାନେ ଖଡ଼୍‍ଗ ଦ୍ଵାରା ଅଶୂର ଦେଶ ଓ ନିମ୍ରୋଦ ଦେଶର ପ୍ରବେଶ-ସ୍ଥାନସକଳ ଉଚ୍ଛିନ୍ନ କରିବେ; ପୁଣି, ଅଶୂର ଆମ୍ଭମାନଙ୍କ ଦେଶକୁ ଆସି ଆମ୍ଭମାନଙ୍କ ସୀମାରେ ପଦାର୍ପଣ କଲେ ସେ ତାହାଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ।
7. ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ଵ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ମୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଟୀ ମଧ୍ୟରେ ରହିବେ ।
8. ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ ।
9. ତୁମ୍ଭ ବିପକ୍ଷଗଣର ଉପରେ ତୁମ୍ଭର ହସ୍ତ ଉନ୍ନତ ହେଉ ଓ ତୁମ୍ଭର ଶତ୍ରୁ ସମସ୍ତେ ଉଚ୍ଛିନ୍ନ ହେଉନ୍ତୁ ।
10. ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ଵଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା;
11. ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;
12. ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ଵ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ;
13. ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା ଓ ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା; ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ ।
14. ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା ଓ ତୁମ୍ଭର ନଗରସବୁ ବିନଷ୍ଟ କରିବା ।
15. ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋ-ଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ତତାରେ ପରିଶୋଧ ନେବା ।

Notes

No Verse Added

Total 7 Chapters, Current Chapter 5 of Total Chapters 7
1 2 3 4 5 6 7
ମୀଖା 5
1. ହେ ସୈନ୍ୟଦଳ-କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କରିବ; ସେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ତାଘାତ କରିବେ
2. ମାତ୍ର ହେ ବେଥଲିହିମ-ଉଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦି କାଳରୁ ତାହାଙ୍କର ଉତ୍ପତ୍ତି
3. ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ
4. ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେସମୟରେ ସେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ମହାନ ହେବେ
5. ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତିସ୍ଵରୂପ ହେବେନ୍ତ ଯେଉଁ ସମୟରେ ଅଶୂର ଆମ୍ଭମାନଙ୍କ ଦେଶକୁ ଆସିବ ଆମ୍ଭମାନଙ୍କ ଅଟ୍ଟାଳିକା-ମାନରେ ପଦାର୍ପଣ କରିବ, ସେସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଆଠ ଜଣ ପ୍ରଧାନ ଲୋକ ଉତ୍ଥାପନ କରିବା
6. ପୁଣି, ସେମାନେ ଖଡ଼୍‍ଗ ଦ୍ଵାରା ଅଶୂର ଦେଶ ନିମ୍ରୋଦ ଦେଶର ପ୍ରବେଶ-ସ୍ଥାନସକଳ ଉଚ୍ଛିନ୍ନ କରିବେ; ପୁଣି, ଅଶୂର ଆମ୍ଭମାନଙ୍କ ଦେଶକୁ ଆସି ଆମ୍ଭମାନଙ୍କ ସୀମାରେ ପଦାର୍ପଣ କଲେ ସେ ତାହାଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ
7. ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ଵ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା କରେ, ତାହାର ମୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଟୀ ମଧ୍ୟରେ ରହିବେ
8. ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ
9. ତୁମ୍ଭ ବିପକ୍ଷଗଣର ଉପରେ ତୁମ୍ଭର ହସ୍ତ ଉନ୍ନତ ହେଉ ତୁମ୍ଭର ଶତ୍ରୁ ସମସ୍ତେ ଉଚ୍ଛିନ୍ନ ହେଉନ୍ତୁ
10. ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ଵଗଣକୁ ଉଚ୍ଛିନ୍ନ କରିବା ତୁମ୍ଭର ରଥସବୁ ନଷ୍ଟ କରିବା;
11. ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;
12. ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ଵ ଉଚ୍ଛିନ୍ନ କରିବା ଗଣକମାନେ ତୁମ୍ଭ ମଧ୍ୟରେ ଆଉ ଥିବେ;
13. ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା; ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ
14. ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା ତୁମ୍ଭର ନଗରସବୁ ବିନଷ୍ଟ କରିବା
15. ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋ-ଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ପ୍ରଚଣ୍ତତାରେ ପରିଶୋଧ ନେବା
Total 7 Chapters, Current Chapter 5 of Total Chapters 7
1 2 3 4 5 6 7
×

Alert

×

oriya Letters Keypad References