1. ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ । ମସ୍କୀଲ୍ । ହେ ପରମେଶ୍ଵର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ଵକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି ।
|
2. ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ଵହସ୍ତରେ ତଡ଼ି ଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ ।
|
3. କାରଣ ସେମାନେ ନିଜ ଖଡ଼୍ଗ ଦ୍ଵାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ ଓ ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା ।
|
5. ତୁମ୍ଭ ଦ୍ଵାରା ଆମ୍ଭେମାନେ ବିପକ୍ଷଗଣକୁ ଭୂସି ପକାଇବା; ତୁମ୍ଭ ନାମ ଦ୍ଵାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା ।
|
7. ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ ।
|
9. ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁନାହଁ ।
|
10. ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଟ କରୁଅଛନ୍ତି ।
|
11. ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ ।
|
12. ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ଵାରା ଆପଣା ଧନ ବୃଦ୍ଧି କରିନାହଁ ।
|
13. ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ବିଦ୍ରୂପପାତ୍ର କରୁଅଛ ।
|
17. ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରିନାହୁଁ ।
|