ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ପ୍ରଥମ ରାଜାବଳୀ
1. {#1ଶଲୋମନଙ୍କ ଅଧିକାରୀଗଣ } [PS]ଏହିରୂପେ ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜା ହେଲେ।
2. ଏମାନେ ତାଙ୍କର ଅଧିପତି ଥିଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ ଥିଲେ।
3. ଶୀଶାର ପୁତ୍ର ଇଲୀହୋରଫ ଓ ଅହୀୟ ସମ୍ପାଦକ; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ
4. ଓ ଯିହୋୟାଦାର ପୁତ୍ର ବନାୟ ସେନାପତି ଥିଲା; ପୁଣି, ସାଦୋକ ଓ ଅବୀୟାଥର ଯାଜକ ଥିଲେ;
5. ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍‍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।
6. ପୁଣି, ଅହୀଶାର୍‍ ଗୃହାଧ୍ୟକ୍ଷ ଥିଲା ଓ ଅବ୍‍ଦର ପୁତ୍ର ଅଦୋନୀରାମ୍‍ ବେଠିକର୍ମର ଅଧ୍ୟକ୍ଷ ଥିଲା।
7. ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।
8. ଆଉ ସେମାନଙ୍କର ନାମ ଏହି; ଇଫ୍ରୟିମର ପର୍ବତମୟ ଦେଶରେ ବିନ୍‍-ହୂର।
9. ମାକସ୍‍, ଶାଲବୀମ୍‍, ବେଥ୍-ଶେମଶ୍‍ ଓ ଏଲୋନ-ବେଥ୍-ହାନନ୍‍ରେ ବିନ୍‍-ଦେକର;
10. ଅରୁବୋତରେ ବିନ୍‍-ହେଷଦ୍‍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ତାହାର ଅଧୀନ ଥିଲା;
11. ସମୁଦାୟ ଦୋର ଉପପର୍ବତରେ ବିନ୍‍-ଅବୀନାଦବ୍‍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍‍ ଥିଲା।
12. ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନ୍‍ରେ ଅହୀଲୂଦର ପୁତ୍ର ବାନା।
13. ରାମୋତ୍‍-ଗିଲୀୟଦରେ ବିନ୍‍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍‍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀରବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;
14. ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍‍।
15. ନପ୍ତାଲିରେ ଅହୀମାସ୍‍; ସେ ଶଲୋମନଙ୍କର କନ୍ୟା ବାସମତ୍‍କୁ ବିବାହ କରିଥିଲା।
16. ଆଶେର ଓ ବାଲୋତ୍‍ରେ[* ବାଲୋତ୍‍ରେ କିମ୍ବା ଆଲୋତ୍‍ରେ ] ହୂଶୟର ପୁତ୍ର ବାନା।
17. ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍‍;
18. ବିନ୍ୟାମୀନ୍‍ରେ ଏଲାର ପୁତ୍ର ଶିମୀୟି;
19. ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍‍ର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା। [PE]
20. {#1ଶଲୋମନଙ୍କ ସମୃଦ୍ଧି } [PS]ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ-ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।
21. ପୁଣି, ଶଲୋମନ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ।
22. ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା[† ତିରିଶ ମହଣ ସରୁ ମଇଦା ପ୍ରାୟ 6,600 କିଲୋଗ୍ରାମ୍ ] ଓ ଷାଠିଏ ମହଣ ସୁଜି, [‡ ଷାଠିଏ ମହଣ ସୁଜି, ପ୍ରାୟ 13,200 କିଲୋଗ୍ରାମ୍ ]
23. ଆଉ ଦଶ ପୁଷ୍ଟ ଗୋରୁ ଓ ଚରା-ସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।
24. କାରଣ, ସେ ତିପ୍‍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍‍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।
25. ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରି ବୃକ୍ଷ ମୂଳରେ ନିରାପଦରେ ବାସ କଲେ।
26. ଆଉ ଶଲୋମନଙ୍କର ରଥ ନିମନ୍ତେ ଚାଳିଶ ସହସ୍ର ଅଶ୍ୱଶାଳା ଓ ବାର ସହସ୍ର ଅଶ୍ୱାରୋହୀ ଥିଲେ।
27. ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ।
28. ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ୱ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ।
29. ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ।
30. ପୂର୍ବଦେଶୀୟ ଓ ମିସ୍ରୀୟ ସମସ୍ତ ଲୋକଙ୍କର ସମୁଦାୟ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ହେଲା।
31. କାରଣ, ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍‍ ଓ ମାହୋଲର ପୁତ୍ର ହେମନ ଓ କଲ୍‍କୋଲ୍‍ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା।
32. ସେ ତିନି ସହସ୍ର ନୀତିକଥା କହିଲେ ଓ ତାଙ୍କର ଗୀତ ଏକ ସହସ୍ର ପାଞ୍ଚ ଥିଲା।
33. ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।
34. ପୁଣି, ପୃଥିବୀସ୍ଥ ଯେଉଁ ଯେଉଁ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବ ଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ। [PE]
Total 22 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 22
ଶଲୋମନଙ୍କ ଅଧିକାରୀଗଣ 1 ଏହିରୂପେ ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜା ହେଲେ। 2 ଏମାନେ ତାଙ୍କର ଅଧିପତି ଥିଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ ଥିଲେ। 3 ଶୀଶାର ପୁତ୍ର ଇଲୀହୋରଫ ଓ ଅହୀୟ ସମ୍ପାଦକ; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ 4 ଓ ଯିହୋୟାଦାର ପୁତ୍ର ବନାୟ ସେନାପତି ଥିଲା; ପୁଣି, ସାଦୋକ ଓ ଅବୀୟାଥର ଯାଜକ ଥିଲେ; 5 ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍‍ ଯାଜକ ଓ ରାଜାଙ୍କ ମିତ୍ର ଥିଲା। 6 ପୁଣି, ଅହୀଶାର୍‍ ଗୃହାଧ୍ୟକ୍ଷ ଥିଲା ଓ ଅବ୍‍ଦର ପୁତ୍ର ଅଦୋନୀରାମ୍‍ ବେଠିକର୍ମର ଅଧ୍ୟକ୍ଷ ଥିଲା। 7 ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ। 8 ଆଉ ସେମାନଙ୍କର ନାମ ଏହି; ଇଫ୍ରୟିମର ପର୍ବତମୟ ଦେଶରେ ବିନ୍‍-ହୂର। 9 ମାକସ୍‍, ଶାଲବୀମ୍‍, ବେଥ୍-ଶେମଶ୍‍ ଓ ଏଲୋନ-ବେଥ୍-ହାନନ୍‍ରେ ବିନ୍‍-ଦେକର; 10 ଅରୁବୋତରେ ବିନ୍‍-ହେଷଦ୍‍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ତାହାର ଅଧୀନ ଥିଲା; 11 ସମୁଦାୟ ଦୋର ଉପପର୍ବତରେ ବିନ୍‍-ଅବୀନାଦବ୍‍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍‍ ଥିଲା। 12 ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନ୍‍ରେ ଅହୀଲୂଦର ପୁତ୍ର ବାନା। 13 ରାମୋତ୍‍-ଗିଲୀୟଦରେ ବିନ୍‍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍‍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀରବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା; 14 ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍‍। 15 ନପ୍ତାଲିରେ ଅହୀମାସ୍‍; ସେ ଶଲୋମନଙ୍କର କନ୍ୟା ବାସମତ୍‍କୁ ବିବାହ କରିଥିଲା। 16 ଆଶେର ଓ ବାଲୋତ୍‍ରେ[* ବାଲୋତ୍‍ରେ କିମ୍ବା ଆଲୋତ୍‍ରେ ] ହୂଶୟର ପୁତ୍ର ବାନା। 17 ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍‍; 18 ବିନ୍ୟାମୀନ୍‍ରେ ଏଲାର ପୁତ୍ର ଶିମୀୟି; 19 ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍‍ର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା। ଶଲୋମନଙ୍କ ସମୃଦ୍ଧି 20 ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ-ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ। 21 ପୁଣି, ଶଲୋମନ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ। 22 ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ତିରିଶ ମହଣ ସରୁ ମଇଦା ପ୍ରାୟ 6,600 କିଲୋଗ୍ରାମ୍ ଓ ଷାଠିଏ ମହଣ ସୁଜି, ‡ ଷାଠିଏ ମହଣ ସୁଜି, ପ୍ରାୟ 13,200 କିଲୋଗ୍ରାମ୍ 23 ଆଉ ଦଶ ପୁଷ୍ଟ ଗୋରୁ ଓ ଚରା-ସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା। 24 କାରଣ, ସେ ତିପ୍‍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍‍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା। 25 ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରି ବୃକ୍ଷ ମୂଳରେ ନିରାପଦରେ ବାସ କଲେ। 26 ଆଉ ଶଲୋମନଙ୍କର ରଥ ନିମନ୍ତେ ଚାଳିଶ ସହସ୍ର ଅଶ୍ୱଶାଳା ଓ ବାର ସହସ୍ର ଅଶ୍ୱାରୋହୀ ଥିଲେ। 27 ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ। 28 ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ୱ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ। 29 ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ। 30 ପୂର୍ବଦେଶୀୟ ଓ ମିସ୍ରୀୟ ସମସ୍ତ ଲୋକଙ୍କର ସମୁଦାୟ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ହେଲା। 31 କାରଣ, ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍‍ ଓ ମାହୋଲର ପୁତ୍ର ହେମନ ଓ କଲ୍‍କୋଲ୍‍ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା। 32 ସେ ତିନି ସହସ୍ର ନୀତିକଥା କହିଲେ ଓ ତାଙ୍କର ଗୀତ ଏକ ସହସ୍ର ପାଞ୍ଚ ଥିଲା। 33 ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ। 34 ପୁଣି, ପୃଥିବୀସ୍ଥ ଯେଉଁ ଯେଉଁ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବ ଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ।
Total 22 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 22
×

Alert

×

Oriya Letters Keypad References