ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
1. {#1ମଣ୍ଡଳୀର ଉପାସନା ବିଧି } [PS]ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ୱରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ,
2. ଏଥି ନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି ।
3. ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ;
4. ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି ।
5. କାରଣ ଏକମାତ୍ର ଈଶ୍ୱର ଅଛନ୍ତି, ଆଉ ଈଶ୍ୱର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;
6. ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି ।
7. ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୂଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ ।
8. ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ ।
9. ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି
10. ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ ।
11. ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନିରବରେ ଶିକ୍ଷା ଗ୍ରହଣ କରୁ ।
12. ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନିରବରେ ରହୁ ।
13. କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା;
14. ଆଉ ଆଦମ ଠକରେ ପଡ଼ି ନ ଥିଲେ, ମାତ୍ର ନାରୀ ଠକରେ ପଡ଼ି ଆଜ୍ଞା ନ ମାନିବା ଦୋଷରେ ଦୋଷୀ ହେଲେ;
15. କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବ । [PE]
Total 6 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 6
1 2 3 4 5 6
ମଣ୍ଡଳୀର ଉପାସନା ବିଧି 1 ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ୱରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ, 2 ଏଥି ନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି । 3 ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ; 4 ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି । 5 କାରଣ ଏକମାତ୍ର ଈଶ୍ୱର ଅଛନ୍ତି, ଆଉ ଈଶ୍ୱର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ; 6 ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି । 7 ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୂଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ । 8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ । 9 ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି 10 ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ । 11 ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନିରବରେ ଶିକ୍ଷା ଗ୍ରହଣ କରୁ । 12 ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନିରବରେ ରହୁ । 13 କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା; 14 ଆଉ ଆଦମ ଠକରେ ପଡ଼ି ନ ଥିଲେ, ମାତ୍ର ନାରୀ ଠକରେ ପଡ଼ି ଆଜ୍ଞା ନ ମାନିବା ଦୋଷରେ ଦୋଷୀ ହେଲେ; 15 କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବ ।
Total 6 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 6
1 2 3 4 5 6
×

Alert

×

Oriya Letters Keypad References