1. {ଦାଉଦ ରାଜା ରୂପେ ଅଭିଷିକ୍ତ} PS ଏଥିଉତ୍ତାରେ ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।
|
2. ଗତ ଦିନରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କର ଅଗ୍ରଣୀ ହେବ।
|
3. ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି, ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।
|
4. ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍, ଯିବୂଷକୁ ଗଲେ; ସେହି ସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ।
|
5. ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଏହି ସ୍ଥାନକୁ ଆସି ପାରିବ ନାହିଁ। ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ ନଗର ହେଲା।
|
6. ଆଉ ଦାଉଦ କହିଲେ, ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ। ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା।
|
8. ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍, ମିଲ୍ଲୋଠାରୁ ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ; ପୁଣି, ଯୋୟାବ ନଗରର ଅବଶିଷ୍ଟ ସ୍ଥାନ ପୁନଃନିର୍ମାଣ କଲେ।
|
10. {ଦାଉଦଙ୍କ ପ୍ରଧାନ ବୀର} PS ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ।
|
11. ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍ମୋନୀୟର ପୁତ୍ର ଯାଶ୍ବୀୟାମ୍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକା ବେଳେ ସେମାନଙ୍କୁ ବଧ କରିଥିଲା।
|
13. ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ଡେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ;
|
14. ଏଥିରେ ସେମାନେ ସେହି ଭୂମିଖଣ୍ଡ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହାଜୟ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।
|
15. ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍, ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ।
|
17. ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର-ନିକଟସ୍ଥ କୂପର ଜଳ ପାନ କରିବାକୁ ମୋତେ ଦିଅନ୍ତା କି !”
|
18. ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର-ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ,
|
19. “ମୋ’ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି ? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।
|
20. ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।
|
21. ଏହି ତିନିଙ୍କ ମଧ୍ୟରେ ସେ ଦୁଇ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା ଓ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।
|
22. ପରାକ୍ରାନ୍ତ କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।
|
23. ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତ୍କାୟ ଏକ ମିସ୍ରୀୟ ପୁରୁଷକୁ ବଧ କଲା; ସେହି ମିସ୍ରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି, ବନାୟ ଏକ ଯଷ୍ଟି ନେଇ ଯାଇ ସେହି ମିସ୍ରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।
|
25. ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।
|
26. ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍ହାନନ୍;
|